Odisha Elections 2024

ବିଜେଡିକୁ ଭୋଟ ଦେବାକୁ ମିଶନ ଶକ୍ତି ମହିଳାଙ୍କୁ ଧମକାଉଛନ୍ତି ପାଣ୍ତିଆନଙ୍କ ସ୍ତ୍ରୀ ସୁଜାତା: ଭାଜପା

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ଦେଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ ଭାବେ କାମ କରୁଥିବା ଅଭିଯୋଗ ହୋଇଛି। ବିଜେଡିକୁ ଫାଇଦା ପହଞ୍ଚିଇବାକୁ ସରକାରୀ କଳର ଅପବ୍ୟବହାର କରାଯାଉଥିବା ଭାଜପା କହିଛି। କ୍ଷମତାର ଦୁରୂପଯୋଗ କରି ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କୁ ଧମକଚମକ ଦେଇ ବିଜେଡି ସପକ୍ଷରେ ଭୋଟ କରିବା ନିମନ୍ତେ ସୁଜାତା ପାଣ୍ଡିଆନ ପ୍ରୟାସ କରୁଛନ୍ତି। ତାଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇ ତାଙ୍କୁ ନିର୍ବାଚନ ସରିବା ପର୍ଯ୍ୟନ୍ତ ସମସ୍ତ ସରକାରୀ କାର୍ଯ୍ୟରୁ ନିବୃତ୍ତ ରଖିବାକୁ ଭାଜପାର ସେଣ୍ଟ୍ରାଲ ଟିମ ଦାବି କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ବିକାଶ କରିବାରେ ବିଜେଡି ବିଫଳ ହୋଇଛି: ହେମା ମାଳିନୀ

ଭୁବନେଶ୍ୱର,୧୭।୫: ଗତ ୨୫ ବର୍ଷ ମଧ୍ୟରେ ଓଡିଶାର ବିକାଶ ପାଇଁ କିଛି କରି ନ ଥିବା ଅଭିଯୋଗ କରି ପୁଣିଥରେ ଭାଜପା ଶାସକ ବିଜେଡିକୁ ଟାର୍ଗେଟ...

ନେତାଙ୍କ କଥାରେ ଭଳୁ ନାହାନ୍ତି ଭୋଟର

ବରଗଡ଼ରୁ ଅନିଲ ଦାସ,୧୭ା୫: ଖରାତାତି ସାଙ୍ଗକୁ ବଢ଼ିଚାଲିଛି ନିର୍ବାଚନୀ ଉଷ୍ମତା। ଆଉ ଦୁଇଦିନ ପରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ...

ପ୍ରାର୍ଥୀ କିଏ ଆମେ ଜାଣିନୁ, ଚିହ୍ନ ଦେଖି ଭୋଟ୍‌ ଦେବୁ

ବରଗଡ଼ରୁ ଅନିଲ ଦାସ,୧୭ା୫: ବର୍ତ୍ତମାନ ଚାରିଆଡ଼େ ନିର୍ବାଚନ ଉଷ୍ମତା। ରାଜନେତାମାନେ ଘନଘନ ପ୍ରଚାରରେ ଆସୁଛନ୍ତି। ମାତ୍ର ଭୋଟରମାନେ ଏଥର ଆଉ ମିଥ୍ୟା ପ୍ରତିଶ୍ରୁତିକୁ ବିଶ୍ୱାସ କରୁନାହାନ୍ତି।...

ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ଏସ୍‌ଆଇଟି

କଟକ,୨୭।୫(କାର୍ତ୍ତିକ ସାହୁ): ପୋଲିସ ମୁଖ୍ୟାଳୟ ପକ୍ଷରୁ ଗଠିତ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ବୋଲି ଜଣାପଡିଛି। ଏହି ସ୍ବତନ୍ତ୍ର...

ଗଙ୍ଗାଧର ମେହେରଙ୍କୁ ସନ୍ଥ କବି କହିଦେଲେ ପାଣ୍ଡିଆନ୍‌:ଦେଖନ୍ତୁ ଭିଡିଓ

ସମ୍ବଲପୁର,୧୭।୫: ଏବେ ଚାଲିଛି ନିର୍ବାଚନୀ ଋତୁ। ଚାରିଆଡେ ନିର୍ବାଚନ ପ୍ରଚାର। ଗୋଟିଏ ପଟେ କେନ୍ଦ୍ରୀୟ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ...

ସୁଭଦ୍ରା ଯୋଜନାରେ ମୋଦି ମହିଳାଙ୍କୁ ୫୦ ହଜାର ଟଙ୍କା ଦେବେ: ଅପରାଜିତା

ଭୁବନେଶ୍ୱର,୧୭।୫: ଲୋକଙ୍କୁ ମାତ୍ର ୫୪ ପଇସା ଦେଇ ଭୋଟ୍‌ କିଣିବାକୁ ବସିଛି ବିଜେଡି। ସାଲିଆସାହି ସମାବେଶରେ ଏଭଳି ଅଭିଯୋଗ ଆଣିଛନ୍ତି ଅପରାଜିତା ଷଡ଼ଙ୍ଗୀ। ଅପରାଜିତା କହିଛନ୍ତି,...

‘ମୋଦି ଦେଲେ ଚାଉଳ, ନବୀନ ଦେଲେ ଅଖା’

ଭୁବନେଶ୍ୱର,୧୭।୫: ଓଡ଼ିଶାରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ଘନ ଘନ ପ୍ରଚାର। ଶୁକ୍ରବାର ହିମନ୍ତ କବି ସୂର୍ଯ୍ୟନଗରରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ...

ଭୋଟର ତାଲିକାରେ ନାହିଁ ନାଁ, କଂଗ୍ରେସର ନିଆଳି ବିଧାୟକ ପ୍ରାର୍ଥୀଙ୍କ ନାମାଙ୍କନ ଖାରଜ

ଭୁବନେଶ୍ୱର,୧୭।୫: ଭୋଟର ତାଲିକାରେ ତାଙ୍କ ନାମ ନ ଥିବାରୁ କଂଗ୍ରେସର ନିଆଳି ବିଧାୟକ ପ୍ରାର୍ଥୀ ଜ୍ୟୋତି ରଂଜନ ମଲ୍ଲିକଙ୍କ ନାମାଙ୍କନ ଖାରଜ କରାଯାଇଛି। ଦୁଇ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri