ସୁଜାତା ଆର୍. ପାଣ୍ଡିଆନଙ୍କ ବିଜେଡିରେ ଯୋଗଦାନକୁ ନେଇ ଜୋର ଧରିଛି ଚର୍ଚ୍ଚା : ଏପଟେ ବୁଲେଇ ବଙ୍କେଇ ଏମିତି କିଛି କହିଦେଲେ ଭୂପିନ୍ଦର

ଭୁବନେଶ୍ୱର, ୯।୬: ବିଜୁ ଜନତା ଦଳ (ବିଜେଡି)ରେ ସୁଜାତା ଆର୍. ପାଣ୍ଡିଆନଙ୍କ ସମ୍ଭାବ୍ୟ ଏଣ୍ଟ୍ରିକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଦଳର ବରିଷ୍ଠ ନେତା ଭୂପିନ୍ଦର ସିଂ ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ରଖିଛନ୍ତି। ସେ ଦଳର ଗତ ନିର୍ବାଚନୀ ପରାଜୟ, ନେତୃତ୍ୱ ଓ ସଂଗଠନୀୟ ପରିଚାଳନାକୁ ନେଇ ପରୋକ୍ଷରେ କଟାକ୍ଷ କରିଛନ୍ତି।

ଭୂପିନ୍ଦର ସିଂ କହିଛନ୍ତି ଯେ, ଦଳ ଭିତରେ ‘ଓଡ଼ିଆ-ଅଣଓଡ଼ିଆ’ ପ୍ରସଙ୍ଗକୁ ନେଇ ବ୍ୟାପକ ଚର୍ଚ୍ଚା ହୋଇଥିଲା ଏବଂ ଏହା ଦଳର କ୍ଷତିର ଏକ ବଡ଼ କାରଣ ହୋଇଥିଲା। କିନ୍ତୁ ଏହି ବିଷୟରେ ଦଳ ଭିତରେ କୌଣସି ଗଭୀର ସମୀକ୍ଷା କିମ୍ବା ଆଲୋଚନା ହୋଇନଥିବା ସେ କହିଛନ୍ତି।

ସେ ଆହୁରି କହିଛନ୍ତି, ଯାହାଙ୍କୁ ଦଳ ସଭାପତି ନିର୍ବାଚନ ପ୍ରଚାରର ଦାୟିତ୍ୱ ଦେଇଥିଲେ, ସେ ନିଜେ ନିଜ ଭୁଲ ସ୍ୱୀକାର କରିଥିଲେ। ଭୁଲ ସ୍ୱୀକାର କରିବା ପରେ ସେ ସକ୍ରିୟ ରାଜନୀତିରୁ ସନ୍ନ୍ୟାସ ନେଇଥିବା କଥା ମଧ୍ୟ ଭୂପିନ୍ଦର ସିଂ ଉଲ୍ଲେଖ କରିଛନ୍ତି।

ସୁଜାତା ଆର୍. ପାଣ୍ଡିଆନଙ୍କ ସମ୍ଭାବ୍ୟ ଦଳୀୟ ଯୋଗଦାନ ସମ୍ପର୍କରେ  ସେ କହିଛନ୍ତି, “ଯଦି ସୁଜାତାଙ୍କ ଆଗମନରେ ଦଳର କର୍ମୀମାନେ ସକ୍ରିୟ ହେବେ ଏବଂ ସଂଗଠନ ଶକ୍ତିଶାଳୀ ହେବ ବୋଲି କର୍ମୀମାନେ ଭାବୁଛନ୍ତି, ତେବେ ତାହା ସ୍ୱାଗତଯୋଗ୍ୟ।”

ଭୂପିନ୍ଦର ସିଂ ସ୍ପଷ୍ଟ କରିଛନ୍ତି ଯେ, ଦଳ ସଭାପତି ନବୀନ ପଟ୍ଟନାୟକ ଯଦି ସୁଜାତାଙ୍କୁ ଦଳରେ ସାମିଲ କରିବାକୁ ଚାହିଁବେ, ତେବେ ଦଳ ତାଙ୍କୁ ନିଶ୍ଚିତ ଭାବେ ଗ୍ରହଣ କରିବ। ତେବେ ଏହି ନିଷ୍ପତ୍ତି କେତେକଙ୍କୁ ପସନ୍ଦ ନ ଆସିପାରେ ବୋଲି ସେ ସ୍ୱୀକାର କରିଛନ୍ତି।

“ଯେଉଁମାନଙ୍କ ପାଇଁ ଏହା ଗ୍ରହଣୀୟ ହେବ ନାହିଁ, ସେମାନେ ଦଳ ଛାଡ଼ିପାରନ୍ତି। କିନ୍ତୁ ଦଳର ନିଷ୍ପତ୍ତି ସମସ୍ତଙ୍କୁ ମାନିବାକୁ ପଡ଼ିବ,” ବୋଲି ସେ କହିଛନ୍ତି।

ସୁଜାତା ଆର୍. ପାଣ୍ଡିଆନଙ୍କ ବିଜେଡି ଯୋଗଦାନକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଦଳର ବିଭିନ୍ନ ନେତାଙ୍କ ମତାମତ ରାଜନୈତିକ ମହଲରେ ନୂଆ ଆଲୋଚନାର ସୂତ୍ରପାତ କରିଛି। ଏହାକୁ ନେଇ ବିଜେଡିର ଆଗାମୀ ରଣନୀତି ଓ ସଂଗଠନୀୟ ଦିଗ ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

Bank Strike Update: ୧୪ ଯାଏ ବ୍ୟାଙ୍କ ବନ୍ଦ! ଜରୁରୀ କାମ ଥିଲେ କଣ କରିବେ?

ନୂଆଦିଲ୍ଲୀ,୧୨।୯: ଯଦି ଆପଣଙ୍କ ବ୍ୟାଙ୍କରେ ଚେକ୍ କ୍ଲିୟରାନ୍ସ, କ୍ୟାସ, ଜମା କିମ୍ୱା ଉଠାଣ, ପାସବୁକ୍ ଅପଡେଟ୍ ଭଳି କୌଣସି ଜରୁରୀ କାମ ବାକି ଅଛି, ତେବେ ଆପଣଙ୍କୁ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ ପର୍ଯ୍ୟଟକ ଛାନିଆ

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?