ବବିଙ୍କ ରଣହୁଙ୍କାର ପରେ ମୁହଁ ଖୋଲିଲେ ସୁଜାତା, କହିଲେ ମୋର ଇସ୍ତଫା…

ଭୁବନେଶ୍ୱର,୩ା୧୦: ବୁଧବାର  ବିଜେଡି ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ରଣହୁଙ୍କାର ପରେ ଗୁରୁବାର ସୁଜାତା ସାହୁ ଏକ ବଡ଼ ବୟାନ ଦେଇଛନ୍ତି। ତାଙ୍କ ବୟାନ ଶୁଣି ରାଜ୍ୟ ରାଜନୀତି ଆହୁରି ସରଗରମ ହୋଇଉଠିଛି। ସୁଜାତା କହିଛନ୍ତି, ମୋର ଇସ୍ତଫା ଦେବାର ନାହିଁ କି ପ୍ରଣବ ପ୍ରକାଶ ଦାସ ନିର୍ବାଚନ ଲଢ଼ିବାର ନାହିଁ। ଯାହାଙ୍କ ପାଇଁ ମୁଁ ଏଯାଏ ଆସିଛି, ସେମାନେ ଏହି କଥା କହିନାହାନ୍ତି। ଯାହା ସବୁ ପ୍ରଚାର ଚାଲିଛି , ସେଥିରେ କୌଣସି ସତ୍ୟତା ନାହିଁ। ମୁଁ ଇସ୍ତଫା ଦେବି କହିନି କି ମୋ ନେତା ଉପନିର୍ବାଚନ ଲଢ଼ିବେ କହିନାହାନ୍ତି। ସେ ଯାଜପୁର ପାଇଁ ଲଢ଼ିବେ କହିଛନ୍ତି, କିନ୍ତୁ ଉପନିର୍ବାଚନ ନୁହେଁ।

ବୁଧବାର ବବି କହିଥିଲେ, ମୁଁ ପୁଣି ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ। ସେ ଏପରି କହି ଯାଜପୁର ରାଜନୀତିକୁ ସରଗରମ କରିଦେଇଥିଲେ। ବିଜେଡିର ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ ଅବସରରେ ବବି ଏହି କଥା କହିଥିଲେ। ତେବେ ବବିଙ୍କ ଏହି ଦମ୍ଭୋକ୍ତି ପରେ ପୂରା ରାଜ୍ୟ ରାଜନୀତିରେ କମ୍ପନ ସୃଷ୍ଟି ହୋଇଛି।

ଶତାଧିକ କର୍ମୀଙ୍କ ଉପସ୍ଥିତିରେ ବବି କହିଥିଲେ, ମୋ’ ଦେହରେ ଶତସିଂହର ବଳ ଆସିଛି। ମାଆ ବିରଜାଙ୍କ ଆଶୀର୍ବାଦରୁ ମୁଁ ପୁଣିଥରେ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ। ନବୀନ ପଟ୍ଟନାୟକଙ୍କ ପରାମର୍ଶରେ ସମ୍ବଲପୁରରୁ ନିର୍ବାଚନ ଲଢିଥିଲି। ଯାଜପୁର ବିଧାୟିକା ପ୍ରାର୍ଥୀଙ୍କ ପାଇଁ ଦିନେ ବି ସମୟ ଦେଇପାରି ନ ଥିଲି। ତଥାପି ଯାଜପୁରବାସୀ ବିଜେଡି ପ୍ରାର୍ଥୀଙ୍କୁ ବିଜୟୀ କରିଛନ୍ତି। ମୁଁ ସେହି ଅଶୋକ ଦାସଙ୍କ ପୁଅ ଓ ବିଜୁ ବାବୁଙ୍କ ଦାୟାଦ। ଅଶୋକ ଦାସଙ୍କ ପୁଅ ଭାବେ କେବେ ବି ଜେଲ ଯିବାକୁ ଭୟ କରିନାହିଁ। ମୋତେ କେହି ବି ନବୀନ ପଟ୍ଟନାୟକଙ୍କଠାରୁ ଅଲଗା କରିପାରିବେ ନାହିଁ।

ସୂଚନାଥାଉ କି, ବବିଙ୍କ ଏହି ମନ୍ତବ୍ୟ ପରେ ଯାଜପୁର ରାଜନୀତିରେ କମ୍ପନ ଦେଖିବାକୁ ମିଳୁଛି। ତାଙ୍କର ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ ପୂର୍ବରୁ ଯାଜପୁର ବିଧାନସଭା ନିର୍ବାଚନରେ ଉପନିର୍ବାଚନ ହେବା ନେଇ ଚର୍ଚ୍ଚା ହେଉଥିଲା। ଯାହାକୁ ପୁଣି ଖୋରାକ ଯୋଗାଇଛି ବବିଙ୍କ ଏହି ମନ୍ତବ୍ୟ। ଆଲୋଚନା ହେଉଛି ଯେ, ଯାଜପୁର ବିଧାନସଭାର ବିଧାୟିକା ସୁଜାତା ସାହୁ ଇସ୍ତଫା ଦେଲେ ସେହି ଆସନରୁ ବବି ପୁଣିଥରେ ନିର୍ବାଚନ ଲଢିପାରନ୍ତି। ଯାଜପୁରରେ ହେଉଥିବା ଏହି ସଭାରେ ବବି ସୁଜାତାଙ୍କ ଆଗରେ ଏପରି ଘୋଷଣା କରିବା ରାଜନୈତିକ ପାଣିପାଗକୁ ପୁଣି ଉଷ୍ମ କରି ଦେଇଛି। ଯାଜପୁର ବବିଙ୍କ ଗଡ ଭାବେ ପରିଚିତ। ତେବେ ବବିଙ୍କୁ ପୁଣି ଯାଜପୁରର ମଙ୍ଗ ଧରାଇବାକୁ ବିଜେଡି ସୁପ୍ରିମୋ ରଣନୀତି ପ୍ରସ୍ତୁତ କରୁଛନ୍ତି ବୋଲି ଆଲୋଚନା ହେଉଛି। ଏହାପୂର୍ବରୁ ବିଜେଡିର ବହୁ ବରିଷ୍ଠ ନେତା ଏପରି କି ରାଜ୍ୟ ସଭା ଏମପି ମଧ୍ୟ ଓଡ଼ିଶାରେ ଉପନିର୍ବାଚନ ହୋଇପାରେ ବୋଲି କହି ସାରିଛନ୍ତି। ତେବେ ବବିଙ୍କ ଖୋଲା ମଞ୍ଚରେ ଏହି ଦୃଢୋକ୍ତି ପରେ ଉପନିର୍ବାଚନ ଚର୍ଚ୍ଚା ପୁଣି ଜୋର ଧରିଛି। ତେବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯଦି ସୁଜାତାଙ୍କୁ ଯାଜପୁରରୁ ଇସ୍ତଫା ଦେବାକୁ କହି ବବିଙ୍କୁ ଟିକେଟ୍‌ ଦିଅନ୍ତି ତେବେ ସୁଜାତା ମଧ୍ୟ ଏନେଇ ଅସନ୍ତୁଷ୍ଟ ହୋଇପାରନ୍ତି। କାରଣ ଚଳିତ ନିର୍ବାଚନରେ ଯାଜପୁରରେ ବିଜେଡିର ଗଡ଼ ଏକ ପ୍ରକାର ଧ୍ୱସଂବିଧ୍ୱସ୍ତ ହୋଇଯାଇଥିବାବେଳେ ସେ ନିଜର ନିର୍ବାଚନମଣ୍ଡଳୀରେ ବିଜୟୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri