ବବିଙ୍କ ରଣହୁଙ୍କାର ପରେ ମୁହଁ ଖୋଲିଲେ ସୁଜାତା, କହିଲେ ମୋର ଇସ୍ତଫା…

ଭୁବନେଶ୍ୱର,୩ା୧୦: ବୁଧବାର  ବିଜେଡି ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ରଣହୁଙ୍କାର ପରେ ଗୁରୁବାର ସୁଜାତା ସାହୁ ଏକ ବଡ଼ ବୟାନ ଦେଇଛନ୍ତି। ତାଙ୍କ ବୟାନ ଶୁଣି ରାଜ୍ୟ ରାଜନୀତି ଆହୁରି ସରଗରମ ହୋଇଉଠିଛି। ସୁଜାତା କହିଛନ୍ତି, ମୋର ଇସ୍ତଫା ଦେବାର ନାହିଁ କି ପ୍ରଣବ ପ୍ରକାଶ ଦାସ ନିର୍ବାଚନ ଲଢ଼ିବାର ନାହିଁ। ଯାହାଙ୍କ ପାଇଁ ମୁଁ ଏଯାଏ ଆସିଛି, ସେମାନେ ଏହି କଥା କହିନାହାନ୍ତି। ଯାହା ସବୁ ପ୍ରଚାର ଚାଲିଛି , ସେଥିରେ କୌଣସି ସତ୍ୟତା ନାହିଁ। ମୁଁ ଇସ୍ତଫା ଦେବି କହିନି କି ମୋ ନେତା ଉପନିର୍ବାଚନ ଲଢ଼ିବେ କହିନାହାନ୍ତି। ସେ ଯାଜପୁର ପାଇଁ ଲଢ଼ିବେ କହିଛନ୍ତି, କିନ୍ତୁ ଉପନିର୍ବାଚନ ନୁହେଁ।

ବୁଧବାର ବବି କହିଥିଲେ, ମୁଁ ପୁଣି ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ। ସେ ଏପରି କହି ଯାଜପୁର ରାଜନୀତିକୁ ସରଗରମ କରିଦେଇଥିଲେ। ବିଜେଡିର ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ ଅବସରରେ ବବି ଏହି କଥା କହିଥିଲେ। ତେବେ ବବିଙ୍କ ଏହି ଦମ୍ଭୋକ୍ତି ପରେ ପୂରା ରାଜ୍ୟ ରାଜନୀତିରେ କମ୍ପନ ସୃଷ୍ଟି ହୋଇଛି।

ଶତାଧିକ କର୍ମୀଙ୍କ ଉପସ୍ଥିତିରେ ବବି କହିଥିଲେ, ମୋ’ ଦେହରେ ଶତସିଂହର ବଳ ଆସିଛି। ମାଆ ବିରଜାଙ୍କ ଆଶୀର୍ବାଦରୁ ମୁଁ ପୁଣିଥରେ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ। ନବୀନ ପଟ୍ଟନାୟକଙ୍କ ପରାମର୍ଶରେ ସମ୍ବଲପୁରରୁ ନିର୍ବାଚନ ଲଢିଥିଲି। ଯାଜପୁର ବିଧାୟିକା ପ୍ରାର୍ଥୀଙ୍କ ପାଇଁ ଦିନେ ବି ସମୟ ଦେଇପାରି ନ ଥିଲି। ତଥାପି ଯାଜପୁରବାସୀ ବିଜେଡି ପ୍ରାର୍ଥୀଙ୍କୁ ବିଜୟୀ କରିଛନ୍ତି। ମୁଁ ସେହି ଅଶୋକ ଦାସଙ୍କ ପୁଅ ଓ ବିଜୁ ବାବୁଙ୍କ ଦାୟାଦ। ଅଶୋକ ଦାସଙ୍କ ପୁଅ ଭାବେ କେବେ ବି ଜେଲ ଯିବାକୁ ଭୟ କରିନାହିଁ। ମୋତେ କେହି ବି ନବୀନ ପଟ୍ଟନାୟକଙ୍କଠାରୁ ଅଲଗା କରିପାରିବେ ନାହିଁ।

ସୂଚନାଥାଉ କି, ବବିଙ୍କ ଏହି ମନ୍ତବ୍ୟ ପରେ ଯାଜପୁର ରାଜନୀତିରେ କମ୍ପନ ଦେଖିବାକୁ ମିଳୁଛି। ତାଙ୍କର ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ ପୂର୍ବରୁ ଯାଜପୁର ବିଧାନସଭା ନିର୍ବାଚନରେ ଉପନିର୍ବାଚନ ହେବା ନେଇ ଚର୍ଚ୍ଚା ହେଉଥିଲା। ଯାହାକୁ ପୁଣି ଖୋରାକ ଯୋଗାଇଛି ବବିଙ୍କ ଏହି ମନ୍ତବ୍ୟ। ଆଲୋଚନା ହେଉଛି ଯେ, ଯାଜପୁର ବିଧାନସଭାର ବିଧାୟିକା ସୁଜାତା ସାହୁ ଇସ୍ତଫା ଦେଲେ ସେହି ଆସନରୁ ବବି ପୁଣିଥରେ ନିର୍ବାଚନ ଲଢିପାରନ୍ତି। ଯାଜପୁରରେ ହେଉଥିବା ଏହି ସଭାରେ ବବି ସୁଜାତାଙ୍କ ଆଗରେ ଏପରି ଘୋଷଣା କରିବା ରାଜନୈତିକ ପାଣିପାଗକୁ ପୁଣି ଉଷ୍ମ କରି ଦେଇଛି। ଯାଜପୁର ବବିଙ୍କ ଗଡ ଭାବେ ପରିଚିତ। ତେବେ ବବିଙ୍କୁ ପୁଣି ଯାଜପୁରର ମଙ୍ଗ ଧରାଇବାକୁ ବିଜେଡି ସୁପ୍ରିମୋ ରଣନୀତି ପ୍ରସ୍ତୁତ କରୁଛନ୍ତି ବୋଲି ଆଲୋଚନା ହେଉଛି। ଏହାପୂର୍ବରୁ ବିଜେଡିର ବହୁ ବରିଷ୍ଠ ନେତା ଏପରି କି ରାଜ୍ୟ ସଭା ଏମପି ମଧ୍ୟ ଓଡ଼ିଶାରେ ଉପନିର୍ବାଚନ ହୋଇପାରେ ବୋଲି କହି ସାରିଛନ୍ତି। ତେବେ ବବିଙ୍କ ଖୋଲା ମଞ୍ଚରେ ଏହି ଦୃଢୋକ୍ତି ପରେ ଉପନିର୍ବାଚନ ଚର୍ଚ୍ଚା ପୁଣି ଜୋର ଧରିଛି। ତେବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯଦି ସୁଜାତାଙ୍କୁ ଯାଜପୁରରୁ ଇସ୍ତଫା ଦେବାକୁ କହି ବବିଙ୍କୁ ଟିକେଟ୍‌ ଦିଅନ୍ତି ତେବେ ସୁଜାତା ମଧ୍ୟ ଏନେଇ ଅସନ୍ତୁଷ୍ଟ ହୋଇପାରନ୍ତି। କାରଣ ଚଳିତ ନିର୍ବାଚନରେ ଯାଜପୁରରେ ବିଜେଡିର ଗଡ଼ ଏକ ପ୍ରକାର ଧ୍ୱସଂବିଧ୍ୱସ୍ତ ହୋଇଯାଇଥିବାବେଳେ ସେ ନିଜର ନିର୍ବାଚନମଣ୍ଡଳୀରେ ବିଜୟୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri