Odisha Elections 2024

ସୁଜାତା ଅର୍ଥ ବିଭାଗ ସ୍ବତନ୍ତ୍ର ସଚିବ, ଶାଳିନୀଙ୍କୁ ମିଶନ ଶକ୍ତି ଦାୟିତ୍ୱ

ଭୁବନେଶ୍ୱର,୪ା୫(ଅନିଲ ଦାସ): ୨୦୦୦ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ମିଶନ ଶକ୍ତି ସଚିବ ସୁଜାତା ଆର୍‌. କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି। ଶୁକ୍ରବାର ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ତଥା ୨୦୦୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଶାଳିନୀ ପଣ୍ଡିତଙ୍କୁ ମିଶନ ଶକ୍ତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏଥିସହିତ ଶାଳିନୀ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଦାୟିତ୍ୱ ମଧ୍ୟ ତୁଲାଇବେ।
ସୁଜାତା ମିଶନ ଶକ୍ତି ବିଭାଗ ସହ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଭାବେ କାର୍ଯ୍ୟ କରୁଥିଲେ। ରାଜ୍ୟ ସରକାର ତାଙ୍କୁ ଉଭୟ ଦାୟିତ୍ୱରୁ ଅବ୍ୟାହତି ଦେଇ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ଅବସ୍ଥାପିତ କରିଛନ୍ତି। ଏନେଇ ନିର୍ଦ୍ଦେଶନାମା ଜାରି ହେବା ସହ ନିର୍ବାଚନ କମିଶନଙ୍କୁ ଅବଗତ କରାଯାଇଛି।
ଭୋଟରଙ୍କୁ ସଚେତନ କରାଇବା ପାଇଁ ଭାରତ ନିର୍ବାଚନ କମିଶନ (ଇସିଆଇ) ସିଷ୍ଟମେଟିକ ଭୋଟର୍ସ ଏଜୁକେଶନ ଆଣ୍ଡ ଇଲେକ୍ଟୋରାଲ ପାର୍ଟିସିପେଶନ (ଏସ୍‌ଭିଇଇପି) ଭଳି ଫ୍ଲାଗଶିପ୍‌ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ତେବେ ଏହାର ଦୁରୁପଯୋଗ କରି ମିଶନ ଶକ୍ତି ବିଭାଗ ପକ୍ଷରୁ ରାଜ୍ୟର ଏସ୍‌ଏଚ୍‌ଜି ମହିଳାମାନଙ୍କୁ ବିଜେଡି ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ଦେବାକୁ ଧମକଚମକ ଦିଆଯାଉଥିବା ନେଇ ଭାଜପାର ଏକ ଟିମ୍‌ ଗୁରୁବାର ଇସିଆଇଙ୍କ ନିକଟରେ ଅଭିଯୋଗ କରିଥିଲା। ସୁଜାତାଙ୍କୁ ନିର୍ବାଚନ ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ସହ ଜଡ଼ିତ ଥିବା ଦାୟିତ୍ୱରେ ନ ରଖିବାକୁ ଦାବି କରିଥିଲା। ନିର୍ବାଚନ କମିଶନ ତତ୍କାଳ ଏହି ଅଭିଯୋଗକୁ ଗୁରୁତ୍ୱର ସହ ନେଇ ସୁଜାତାଙ୍କୁ ବଦଳି ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ୨୦ ପ୍ରତିଶତ ମତଦାନ କେନ୍ଦ୍ର ସମ୍ବେଦନଶୀଳ: ସିଇଓ

ଭୁବନେଶ୍ୱର,୧୮।୫: ଦ୍ବିତୀୟ ପର୍ଯ୍ୟାୟ ଭୋଟ ପ୍ରସ୍ତୁତି ନେଇ ସିଇଓ ନିକୁଞ୍ଜ ଧଳ ଶନିବାର ପ୍ରେସମିଟ କରିଛନ୍ତି। ୨ୟ ପର୍ଯ୍ୟାୟରେ ମୋଟ ୭୯ ଲକ୍ଷ ୬୯ ହଜାର...

ନିର୍ବାଚନ ପୂର୍ବରୁ ରାଜ୍ୟରେ ୧୭ କୋଟି ୧୮ ଲକ୍ଷ ନଗଦ ଟଙ୍କା ଜବତ: ଏହି ଜିଲାରୁ ଧରାପଡିଲା ସର୍ବାଧିକ

ଭୁବନେଶ୍ୱର,୧୮।୫: ନିର୍ବାଚନ ପୂର୍ବରୁ ରାଜ୍ୟରେ ୧୭ କୋଟି ୧୮ ଲକ୍ଷ ନଗଦ ଟଙ୍କା ଜବତ ହୋଇଛି। ଶନିବାର ପ୍ରେସମିଟରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ...

ନବ ଦାସଙ୍କ ପୁଅଙ୍କ ପିଏଙ୍କ ଘରେ ଆଇଟି ରେଡ୍‌

ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କ ପିଏଙ୍କ ଘରେ ଶନିବାର ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ପର୍ସନାଲ ଆସିଷ୍ଟାଣ୍ଟ ଆଶିଷ...

ନବ ଦାସଙ୍କ ପୁଅଙ୍କୁ ୪ ଘଣ୍ଟା ଜେରା କଲା ଆୟକର ବିଭାଗ

ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କୁ ଆୟକର ବିଭାଗ ୪ ଘଣ୍ଟା...

ଦୋକାନ ଭିତରେ ପଶିଗଲା ବରଯାତ୍ରୀଙ୍କୁ ଧରି ଫେରୁଥିବା ଗାଡ଼ି

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ): ସଟର ଭାଙ୍ଗି ଦୋକାନ ଭିତରକୁ ପଶିଗଲା ସ୍କର୍ପିଓ। ଶୁକ୍ରବାର ବିଳମ୍ବିତ ରାତିରେ କଳାହାଣ୍ଡି ଜିଲା ଧର୍ମଗଡଠାରେ ଦ୍ରୁତ ଗତିରେ ବରଯାତ୍ରୀଙ୍କୁ ଧରି...

୨୦ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ, ଆଜି ସରିବ ପ୍ରଚାର

ଭୁବନେଶ୍ୱର,୧୮।୫: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଆଜି ସରିବ ପ୍ରଚାର। ଶେଷଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ...

ହୋଟେଲ ରୁମ୍‌ରେ ପୋଲିସ କନ୍‌ଷ୍ଟେବଲଙ୍କୁ ହତ୍ୟା

ବଲାଙ୍ଗୀର,୧୮।୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସହର ରେଲୱେ ଷ୍ଟେଶନ୍‌ ନିକଟ ଏକ ହୋଟେଲ ରୁମ୍‌ରୁ ଜଣେ ବ୍ୟକ୍ତିଙ୍କ ହାତମୁହଁ ବନ୍ଧା ମୃତଦେହ ପୋଲିସ ଉଦ୍ଧାର କରରଯାଇଛି।...

ସଫା ସଫା କହିଦେଲେ ଶାହା, ଏଥର ଆମେ ଓଡ଼ିଶାରେ ଏତିକି ଆସନ ଜିତିବୁ

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ଭାଜପା ୧୫ ଲୋକ ସଭା ଆସନ ଏବଂ ୭୫ଟି ବିଧାନସଭା ଆସନ ଜିତିବ ଭାଜପା। ଶୁକ୍ରବାର ପୁଣିଥରେ ଓଡ଼ିଶା ଗସ୍ତରେ ଆସି ଦମ୍ଭୋକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri