ସୁଜାତାନଗରବାସୀ ଜଳବନ୍ଦୀ: ଏସ୍‌ଆର୍‌ସିଙ୍କୁ ଟୁଇଟ୍‌ ପରେ ମଧ୍ୟ ପଦକ୍ଷେପ ଶୂନ

ପୁରୀ ଅଫିସ,୩୦। ୮: ପ୍ରତିବର୍ଷ ବର୍ଷାଦିନେ ସୁଜାତାନଗର ଏବଂ ମାଟିତୋଟା ଅଞ୍ଚଳବାସୀଙ୍କ ଦୁଃଖ ବଢିଯାଏ। ମାସାଧିକ କାଳ ସେମାନେ ଜଳବନ୍ଦୀ ଜୀବନ ବିତାଇଥାନ୍ତି। ଏଥର ମଧ୍ୟ ସମ୍ପୃକ୍ତ ଅଞ୍ଚଳରେ ସମାନ ଦୁର୍ଦ୍ଦଶା ଦେଖିବାକୁ ମିଳିଛି। ଦୁଇଦିନ ପୂର୍ବରୁ ହୋଇଥିବା ବର୍ଷା ଯୋଗୁ ସୁଜାତା ନଗର ଓ ମାଟିତୋଟା ଅଞ୍ଚଳରେ ପାଣି ଜମି ରହିଛି। ଗୋଟିଏ ପଟେ ବାଇପାସ୍‌ ରୋଡ୍‌ ଯାଇଥିବା ଏବଂ ଅନ୍ୟପଟେ ଏହା ଖାଲୁଆ ଅଞ୍ଚଳ ହୋଇଥିବାରୁ ବର୍ଷାପାଣି ନିଷ୍କାସନ ହୋଇପାରୁ ନାହିିଁ। ଗତ ୩/୪ ବର୍ଷ ହେଲା ଏହି ସମସ୍ୟା ଉତ୍କଟ ରୂପ ଧାରଣ କରୁଛି। ଏ ନେଇ ଅଞ୍ଚଳବାସୀ ବାରମ୍ବାର ପ୍ରଶାସନର ଦୃଷ୍ଟି ଆକର୍ଷଣ କରୁଥିଲେ ମଧ୍ୟ କୌଣସି ସ୍ଥାୟୀ ପଦକ୍ଷେପ ନିଆଯାଉ ନାହିିଁ। ବାଇପାସ୍‌ ନିର୍ମାଣ ନ ହେବା ପୂର୍ବରୁ ପାଣି ନିଷ୍କାସନ ହୋଇ ଯାଉଥିଲା। ମାତ୍ର ଏବେ ଦୀର୍ଘଦିନ ଧରି ପାଣି ଜମି ରହୁଥିବାରୁ ସମ୍ପୃ୍‌କ୍ତ ଅଞ୍ଚଳବାସୀ ଦୁର୍ଦ୍ଦଶାରେ ଦିନ କାଟୁଛନ୍ତି। ସୁଜାତାନନଗର, ମାଟିତୋଟା ପଞ୍ଚମ ଲେନ୍‌ ରାସ୍ତାରେ ଅଣ୍ଟାଏ ଉଚ୍ଚର ପାଣି ଜମିଛି। ଫଳରେ ଲୋକେ ବାହାରକୁ ବାହାରି ପାରୁନାହାନ୍ତି। ଅତ୍ୟାବଶ୍ୟକ କାମରେ ବାହାରିଲେ ବି ବିଭିନ୍ନ ପ୍ରକାର ସଂକ୍ରାମକ ରୋଗର ଭୟ ରହୁଛି। କେତେକ ଲୋକଙ୍କଠାରେ ଚର୍ମରୋଗ ଦେଖାଦେଲାଣି ବୋଲି ମାଟିତୋଟା ପଞ୍ଚମ ଲେନ୍‌ର ପ୍ରବୀର ରାୟ କହିଛନ୍ତି। ଏ ନେଇ ସେମାନେ ଜିଲା ପ୍ରଶାସନ ଏପରି କି ଏସ୍‌ଆର୍‌ସିଙ୍କୁ ମଧ୍ୟ ଟୁଇଟ୍‌ କରି ଜଣାଇଛନ୍ତି। କିନ୍ତୁ କୌଣସି ପଦକ୍ଷେପ ନିଆଯାଇ ନ ଥିବା ରାୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀଙ୍କ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: ଓଡିଶାବାସୀଙ୍କ କଲେ ମଙ୍ଗଳକାମନା,ମନ୍ଦିରର ପୂର୍ଣ୍ଣାଙ୍ଗ ବିକାଶ ପାଇଁ…

ପୁରୁଷୋତ୍ତମପୁର, ୨୮।୭(ସବିତା ମିଶ୍ର): ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ମଙ୍ଗଳବାର ରାତ୍ରିରେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଆରାଧ୍ୟାଦେବୀ ମା’…

ରେମାଳ ନଦୀର ପ୍ରଖର ସୁଅରେ ଭାସିଗଲେ ଯୁବତୀ: ମିଳୁନି ପତ୍ତା, କେଶଦୁରାପାଳ ଗାଁରେ ଶୋକାକୂଳ…

ଆନନ୍ଦପୁର, ୨୮।୭(ସୁଶାନ୍ତ କୁମାର ସାହୁ): ଲଗାଣ ବର୍ଷା ଯୋଗୁ ଫୁଲିଉଠିଥିବା ରେମାଳ ନଦୀରେ ଭାସିଯାଇ ଜଣେ ୨୫ ବର୍ଷୀୟା ଯୁବତୀ ନିଖୋଜ ହୋଇଯାଇଛନ୍ତି। ଘସିପୁରା ବ୍ଲକ୍ ଅନ୍ତର୍ଗତ…

ଲଗାଣ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଲା ମାଟି କାନ୍ଥ, ଚାଲିଗଲା ୩ ବର୍ଷର ଶିଶୁପୁତ୍ର ଜୀବନ,ଶୋକାକୂଳ…

ରିଆମାଳ, ୨୮।୭(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ କଂସର ଫାଣ୍ଡି ଦୁଧିଆନାଳି ଗ୍ରାମପଞ୍ଚାୟତର ବେଲମୁଣ୍ଡା ଗ୍ରାମରେ ଲଗାଣ ବର୍ଷା ଯୋଗୁ ଘରର କାନ୍ଥ ପଡ଼ି…

ଲଗାଣ ବର୍ଷାରେ ଭାଙ୍ଗିଲା ଫାଫୁଡ଼ିଆ ନାଳ ପୋଲ, ଶାଳପଡ଼ା–ସରେଇଁ ଯାତାୟାତ ଠପ୍,…..

ଆନନ୍ଦପୁର/ବଞ୍ଚୋ ,୨୮।୭(ସୁଶାନ୍ତ କୁମାର ସାହୁ/ପ୍ରଦୋଷ ବିଶ୍ୱାଳ): ଗତ ଦୁଇ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ବନ୍ୟା ଭଳି…

ବୁଧବାର ବରଗଡ଼ରେ ସ୍କୁଲ ଛୁଟି, ଜିଲା ଶିକ୍ଷା ବିଭାଗର ଘୋଷଣା:

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ)- ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲାର ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି…

କଳା ଉତ୍ସବରେ କେଭି ଭଞ୍ଜନଗରର ସଫଳତା: ଆଞ୍ଚଳିକ ସ୍ତରକୁ ଚୟନ

ଭଞ୍ଜନଗର,୨୮।୭(ବାବୁଲା ପ୍ରଧାନ)- ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ଆସିକାଠାରେ ମଙ୍ଗଳବାର ଅନୁଷ୍ଠିତ କ୍ଲଷ୍ଟର ସ୍ତରୀୟ ‘କଳା ଉତ୍ସବ’ ପ୍ରତିଯୋଗିତାରେ କେନ୍ଦ୍ରୀୟ ବିଦ୍ୟାଳୟ ଭଞ୍ଜନଗରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ଜାତୀୟ ‘ୟାଦାଦ୍ରୀ ନୃତ୍ୟୋତ୍ସବ-୨୦୨୬’: ସତ୍ୟବାଦୀର ଗୋଟିପୁଅ ନୃତ୍ୟାନୁଷ୍ଠାନ ସମ୍ବର୍ଦ୍ଧିତ

ସାକ୍ଷୀଗୋପାଳ, ,୨୮।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ତେଲେଙ୍ଗାନାରେ ଅନୁଷ୍ଠିତ ଜାତୀୟ ‘ୟାଦାଦ୍ରୀ ନୃତ୍ୟୋତ୍ସବ-୨୦୨୬’ରେ ଉଚ୍ଚକୋଟୀର ପାରମ୍ପରିକ ଗୋଟିପୁଅ ନୃତ୍ୟ ପରିବେଷଣ କରି ସତ୍ୟବାଦୀ ଅଞ୍ଚଳର ‘ନୀଳାଦ୍ରୀ ଗୋଟିପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri