VRS ନେଲେ ସୁଜାତା କାର୍ତ୍ତିକେୟନ

ଭୁବନେଶ୍ୱର,୨୯।୩: ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବଡ଼ ଖବର। IAS ଚାକିରିରୁ ଅବସର ନେଇଛନ୍ତି ସୁଜାତା କାର୍ତ୍ତିକେୟନ। ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ୨୦୦୦ବ୍ୟାଚର ଆଇଏଏସ ଅଧିକାରୀ। କେନ୍ଦ୍ର ସରକାର ଭିଆରଏସକୁ କେନ୍ଦ୍ର ଅନୁମୋଦନ କରିଥିବା ସୂଚନା ମିଳିଛି। ଏବେ ସ୍ବେଚ୍ଛାକୃତ ଅବସର ଗ୍ରହଣ କରିବା ଖବର ପରେ ଏବେ ତାଙ୍କର ଆଗାମୀ ଷ୍ଟେପ ଉପରେ ସମସ୍ତଙ୍କ ନଜର ରହିଛି ।

ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ପ୍ରାୟ ଗୋଟେ ମାସ ତଳୁ ସ୍ୱେଚ୍ଛାକ୍ରୁତ ଅବସର ଲାଗି ଆବେଦନ କରିଥିଲେ। ହେଲେ ଏନେଇ ସରକାରୀସ୍ତରରେ ବାହାରକୁ ଖବର ପ୍ରକାଶ ପାଇ ନ ଥିଲା। ମାତ୍ର ଏବେ ତାଙ୍କ ଭିଆରସ ଆବେଦନ କେନ୍ଦ୍ର ଗ୍ରହଣ କରିଥିବା ନେଇ ବିଭାଗୀୟ ଚର୍ଚ୍ଚା ଜୋର ଧରିଛି।

ସୂଚନାଥାଉ କି, ସୁଜାତା ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତତ୍କାଳୀନ ବ୍ୟକ୍ତିଗତ ସଚିବ କାର୍ତ୍ତିକେୟନ ପାଣ୍ଡିଆନଙ୍କ ସ୍ତ୍ରୀ। ଦୀର୍ଘ ୬ମାସ ସେ ତାଙ୍କ ଝିଅର ୧୦ମ ପାଠପଢା ଲାଗି ଛୁଟିରେ ରହିବା ପରେ କିଛିଦିନ ତଳେ ସେ କାର୍ଯ୍ୟରେ ଯୋଗ ଦେଇଥିଲେ। ସେ ଆହୁରି ଅଧିକ ଦିନ ଛୁଟି ଆବେଦନ କରିଥିଲେ ମଧ୍ୟ ଭାଜପା ସରକାର ତାଙ୍କ ଆବେଦନକୁ ଖାରଜ କରିଥିଲେ। ଏହାପରେ ସେ ଅର୍ଥ ବିଭାଗ ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟରେ ଯୋଗ ଦେଇଥିଲେ।

୨୦୨୪ ନିର୍ବାଚନରେ ବିଜେଡି କ୍ଷମତା ହରାଇବା ପରେ ସୁଜାତା ଛଅ ମାସର ଛୁଟିରେ ଥିଲେ। ନଭେମ୍ବର ୨୬, ୨୦୨୪ ପର୍ଯ୍ୟନ୍ତ ତାଙ୍କୁ ଛୁଟି ମଞ୍ଜୁର କରାଯାଇଥିଲା, କିନ୍ତୁ ତାଙ୍କ ଆବେଦନ ଅନୁସାରେ ଆଉ ଛଅ ମାସର ଛୁଟି ବୃଦ୍ଧି ପାଇଁ ଓଡ଼ିଶାର ଭାଜପା ସରକାର ଅନୁମତି ଦେଇ ନଥିଲେ। ଏହାପରେ ସେ ସ୍ବେଚ୍ଛାକୃତ ଅବସର ଗ୍ରହଣ କରିଥିବା ରିପୋର୍ଟ ପ୍ରକାଶ ପାଇଛି, ଯାହାକୁ କେନ୍ଦ୍ର ସରକାର ମଞ୍ଜୁରି ଦେଇଛନ୍ତି। ଏହି ନିଷ୍ପତ୍ତି ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଛି।

ସୁଜାତାଙ୍କ ଘର ଓଡ଼ିଶାର କେନ୍ଦ୍ରାପଡ଼ା ଜିଲାରେ। ତାଙ୍କ ପ୍ରାରମ୍ଭିକ ଜୀବନ ଝାଡ଼ଖଣ୍ଡର ଜାମସେଦପୁରରେ କଟିଥିଲା, ଯେଉଁଠାରେ ତାଙ୍କ ପିତା ଜଣେ ଡାକ୍ତର ଭାବେ କାର୍ଯ୍ୟ କରୁଥିଲେ। ୨୦୦୦ ମସିହାରେ ନବୀନ ପଟ୍ଟନାୟକ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ସମୟରେ ସୁଜାତାଙ୍କ ଆଇଏଏସ କ୍ୟାରିୟର ଆରମ୍ଭ ହୋଇଥିଲା। ସେ ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗର କମିଶନର-ସହ-ସଚିବ ଭାବେ କାର୍ଯ୍ୟ କରିଥିଲେ, ଯାହା ମହିଳା ସଶକ୍ତିକରଣ ପାଇଁ ନବୀନ ପଟ୍ଟନାୟକଙ୍କ ଦ୍ୱାରା ୨୦୦୧ରେ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri