VRS ନେଲେ ସୁଜାତା କାର୍ତ୍ତିକେୟନ

ଭୁବନେଶ୍ୱର,୨୯।୩: ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବଡ଼ ଖବର। IAS ଚାକିରିରୁ ଅବସର ନେଇଛନ୍ତି ସୁଜାତା କାର୍ତ୍ତିକେୟନ। ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ୨୦୦୦ବ୍ୟାଚର ଆଇଏଏସ ଅଧିକାରୀ। କେନ୍ଦ୍ର ସରକାର ଭିଆରଏସକୁ କେନ୍ଦ୍ର ଅନୁମୋଦନ କରିଥିବା ସୂଚନା ମିଳିଛି। ଏବେ ସ୍ବେଚ୍ଛାକୃତ ଅବସର ଗ୍ରହଣ କରିବା ଖବର ପରେ ଏବେ ତାଙ୍କର ଆଗାମୀ ଷ୍ଟେପ ଉପରେ ସମସ୍ତଙ୍କ ନଜର ରହିଛି ।

ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ପ୍ରାୟ ଗୋଟେ ମାସ ତଳୁ ସ୍ୱେଚ୍ଛାକ୍ରୁତ ଅବସର ଲାଗି ଆବେଦନ କରିଥିଲେ। ହେଲେ ଏନେଇ ସରକାରୀସ୍ତରରେ ବାହାରକୁ ଖବର ପ୍ରକାଶ ପାଇ ନ ଥିଲା। ମାତ୍ର ଏବେ ତାଙ୍କ ଭିଆରସ ଆବେଦନ କେନ୍ଦ୍ର ଗ୍ରହଣ କରିଥିବା ନେଇ ବିଭାଗୀୟ ଚର୍ଚ୍ଚା ଜୋର ଧରିଛି।

ସୂଚନାଥାଉ କି, ସୁଜାତା ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତତ୍କାଳୀନ ବ୍ୟକ୍ତିଗତ ସଚିବ କାର୍ତ୍ତିକେୟନ ପାଣ୍ଡିଆନଙ୍କ ସ୍ତ୍ରୀ। ଦୀର୍ଘ ୬ମାସ ସେ ତାଙ୍କ ଝିଅର ୧୦ମ ପାଠପଢା ଲାଗି ଛୁଟିରେ ରହିବା ପରେ କିଛିଦିନ ତଳେ ସେ କାର୍ଯ୍ୟରେ ଯୋଗ ଦେଇଥିଲେ। ସେ ଆହୁରି ଅଧିକ ଦିନ ଛୁଟି ଆବେଦନ କରିଥିଲେ ମଧ୍ୟ ଭାଜପା ସରକାର ତାଙ୍କ ଆବେଦନକୁ ଖାରଜ କରିଥିଲେ। ଏହାପରେ ସେ ଅର୍ଥ ବିଭାଗ ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟରେ ଯୋଗ ଦେଇଥିଲେ।

୨୦୨୪ ନିର୍ବାଚନରେ ବିଜେଡି କ୍ଷମତା ହରାଇବା ପରେ ସୁଜାତା ଛଅ ମାସର ଛୁଟିରେ ଥିଲେ। ନଭେମ୍ବର ୨୬, ୨୦୨୪ ପର୍ଯ୍ୟନ୍ତ ତାଙ୍କୁ ଛୁଟି ମଞ୍ଜୁର କରାଯାଇଥିଲା, କିନ୍ତୁ ତାଙ୍କ ଆବେଦନ ଅନୁସାରେ ଆଉ ଛଅ ମାସର ଛୁଟି ବୃଦ୍ଧି ପାଇଁ ଓଡ଼ିଶାର ଭାଜପା ସରକାର ଅନୁମତି ଦେଇ ନଥିଲେ। ଏହାପରେ ସେ ସ୍ବେଚ୍ଛାକୃତ ଅବସର ଗ୍ରହଣ କରିଥିବା ରିପୋର୍ଟ ପ୍ରକାଶ ପାଇଛି, ଯାହାକୁ କେନ୍ଦ୍ର ସରକାର ମଞ୍ଜୁରି ଦେଇଛନ୍ତି। ଏହି ନିଷ୍ପତ୍ତି ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଛି।

ସୁଜାତାଙ୍କ ଘର ଓଡ଼ିଶାର କେନ୍ଦ୍ରାପଡ଼ା ଜିଲାରେ। ତାଙ୍କ ପ୍ରାରମ୍ଭିକ ଜୀବନ ଝାଡ଼ଖଣ୍ଡର ଜାମସେଦପୁରରେ କଟିଥିଲା, ଯେଉଁଠାରେ ତାଙ୍କ ପିତା ଜଣେ ଡାକ୍ତର ଭାବେ କାର୍ଯ୍ୟ କରୁଥିଲେ। ୨୦୦୦ ମସିହାରେ ନବୀନ ପଟ୍ଟନାୟକ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ସମୟରେ ସୁଜାତାଙ୍କ ଆଇଏଏସ କ୍ୟାରିୟର ଆରମ୍ଭ ହୋଇଥିଲା। ସେ ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗର କମିଶନର-ସହ-ସଚିବ ଭାବେ କାର୍ଯ୍ୟ କରିଥିଲେ, ଯାହା ମହିଳା ସଶକ୍ତିକରଣ ପାଇଁ ନବୀନ ପଟ୍ଟନାୟକଙ୍କ ଦ୍ୱାରା ୨୦୦୧ରେ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?