Posted inରାଜ୍ୟ

୬ ମାସ ଛୁଟିରେ ଗଲେ ସୁଜାତା କାର୍ତିକେୟନ

ଭୁବନେଶ୍ୱର,୭।୬: ଛଅ ମାସ ଛୁଟିରେ ଗଲେ ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା ରାଉତ କାର୍ତିକେୟନ। ନଭେମ୍ବର ୨୬ ତରିଖ ଯାଏଁ ସୁଜାତା ଛୁଟିରେ ରହିବେ। ଝିଅର ଦଶମ ପରୀକ୍ଷା ପ୍ରସ୍ତୁତି କାରଣ ଦର୍ଶାଇ ସେ ଛୁଟିରେ ରହିଥିବା ଜଣାପଡିଛି।

ଗତ ସାଧାରଣ ନିର୍ବାଚନ ସମୟରେ ମିଶନ ଶକ୍ତି ବିଭାଗର ମୁଖ୍ୟ ଥିବା ସୁଜାତା ନିଜର କ୍ଷମତାର ଦୁରୁପଯୋଗ କରି ନିର୍ବାଚନୀ ପ୍ରକ୍ରିୟାରେ ହସ୍ତକ୍ଷେପ କରୁଥିବା ଅଭିଯୋଗ ପରେ ତାଙ୍କୁ ଅର୍ଥ ବିଭାଗକୁ ବଦଳି କରିଥିଲେ ଆୟୋଗ।

ସୂଚନାଯୋଗ୍ୟ ସୁଜାତା ହେଉଛନ୍ତି ବିଜେଡି ନେତା ତଥା ପୂର୍ବତନ ଆଇଏଏସ ଅଧିକାରୀ କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ। ତେବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଥିବା, ଫାଇଭ ଟି ଅଧ୍ୟକ୍ଷ ଏବଂ ନୂଆ ଓ ମୁଖ୍ୟ ଥିବା କାର୍ତ୍ତିକ ପାଣ୍ଡିଆନଙ୍କୁ ନେଇ ଗତ କିଛି ମାସ ହେବ ଓଡ଼ିଶା ରାଜନୀତି ସରଗରମ ରହିଥିଲା। ରାଜ୍ୟରେ ବିଜେଡିର ବଡ଼ ପରାଜୟ ପାଇଁ ସେ ଏକମାତ୍ର କାରଣ ବୋଲି ଚର୍ଚ୍ଚା ହେଉଛି।

Image


Enter your email to get our daily news in your inbox.

All Right Reserved By Dharitri.Com

ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କୁ ଭେଟିଲେ କେନ୍ଦୁଝର ଏମ୍‌ପି, ପ୍ରତିଶ୍ରୁତି ଦେଇ କହିଲେ…

ହାଟଡିହୀ,୩୧ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ଆଞ୍ଚଳିକ ମହାବିଦ୍ୟାଳୟ ଓ ଛେନାପଦୀ ବିଶ୍ୱ ତାରିଣୀ ମହିଳା ମହାବିଦ୍ୟାଳୟର ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କୁ ଶନିବାର କେନ୍ଦୁଝର ଏମ୍‌ପି ଅନନ୍ତ…

ଭୂତ ଟିପ ମାରି ଭତ୍ତା ନେବା ଘଟଣାର ତଦନ୍ତ ଆରମ୍ଭ

ହାଟଡିହୀ,୩୧ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ପଞ୍ଚାୟତରେ ୩୦ରୁ ଊର୍ଦ୍ଧ୍ୱ ମୃତ ବ୍ୟକ୍ତିଙ୍କ ନାଁରେ (ଭୂତ ଟିପ ମାରି) ଭତ୍ତା ଉଠାଯାଇଥିବା ଅଭିଯୋଗ ଘଟଣାରେ…

ଇସ୍ରାଏଲ ନିର୍ବାଚନ: ନେତାନ୍ୟାହୁଙ୍କ ସିଂହାସନ ଅନିଶ୍ଚିତ, ଭାରତ ଉପରେ ପଡ଼ିବ କି ପ୍ରଭାବ ଜାଣନ୍ତୁ…

ଜେରୁଜେଲମ୍‌,୩୧ା୧୦: ଇସ୍ରାଏଲର ୧୨୦ ଆସନ ବିଶିଷ୍ଟ ସଂସଦ ‘କ୍ନେସେଟ’ ନିର୍ବାଚନରେ କୌଣସି ଦଳକୁ ସ୍ପଷ୍ଟ ସଂଖ୍ୟା ଗରିଷ୍ଠତା ମିଳିନାହିଁ। ସରକାର ଗଠନ ପାଇଁ ୬୧ଟି ଆସନ ଆବଶ୍ୟକ…

ପୁଣି ସମ୍ଭାବ୍ୟ ଲଘୁଚାପକୁ ନେଇ ଆତଙ୍କିତ ଲୋକେ: ବନ୍ୟାରେ ଘରଦ୍ୱାର, ଚାଷଜମି କ୍ଷତିଗ୍ରସ୍ତ; ଜୀବିକା ହରାଇଛନ୍ତି ମତ୍ସ୍ୟଜୀବୀ

ଗଞ୍ଜାମ, ୩୧ା୧୦ (ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ‘ଅର୍ଣ୍ଣବ’ ମହାବାତ୍ୟାର ରୂପ ନେଇ ଲୋକଙ୍କ ଜୀବନଜୀବିକାକୁ ଅସ୍ତବ୍ୟସ୍ତ କରିଦେଇଥିବା ବେଳେ ପୁଣି ଏକ ସାମୁଦ୍ରିକ ଝଡ଼ ସୃଷ୍ଟି…

ଗଞ୍ଜାମରେ ୭୩ ଗାଁ ବନ୍ୟା ପ୍ରଭାବିତ:୫୬ ହଜାର ୫୧ ଜଣଙ୍କୁ ସ୍ଥାନାନ୍ତର

ଛତ୍ରପୁର, ୩୧ା୧୦ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲରେ ବନ୍ୟା ସ୍ଥିତିକୁ ନେଇ ଜିଲାପାଳ ଶନିବାର ସାମ୍ବାଦିକ ସମ୍ମିଳନୀ କରି ସ୍ଥିତି ସମ୍ପର୍କରେ ସୂଚନା ଦେଇଛନ୍ତି। ଜିଲାରେ ବନ୍ୟାଜଳ…

ନଭେମ୍ବର ପହିଲାରୁ ସାମୁଦ୍ରିକ ପ୍ରବେଶ କଟକଣା: ସୀମା ଅତିକ୍ରମ କଲେ ବନ୍ଧା ହେବେ ମତ୍ସ୍ୟଜୀବୀ

ମହାକାଳପଡ଼ା,୩୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ କୂଳଠାରୁ ୨୦ କିମି ପରିଧି କୋର୍‌ ଓ ବଫର ଜୋନ୍‌ ଅଞ୍ଚଳରେ ବର୍ଷ…

ଦୀପାବଳି ପାଇଁ ଆସିଲା ଗାଇଡ୍‌ଲାଇନ: ରାତି ୯ଟା ସୁଦ୍ଧା ବାଣଫୁଟା, ନିୟମ ଉଲଘଂନ କଲେ…

ଭୁବନେଶ୍ୱର,୩୧।୧୦: ଓଡ଼ିଶା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଶନିବାର ଦୀପାବଳିରେ ବାଣ ଫୁଟାଇବାକୁ ନେଇ ଏକ ମାର୍ଗଦର୍ଶିକା ଜାରି କରାଯାଇଛି। ଗାଇଡଲାଇନରେ ସବୁଜ ବାଣ ବ୍ୟବହାର ଉପରେ…

ନିଲମ୍ବନର ପ୍ରତିଶୋଧ: ବିଭାଗ ମୁଖ୍ୟଙ୍କୁ ଛୁରାମାଡ଼ , ବାରମ୍ବାର ନିବେଦନ ସତ୍ତ୍ୱେ ପ୍ରତ୍ୟାହାର ହୋଇ ନ ଥିଲା ନିଲମ୍ବନ

ସମ୍ବଲପୁର, ୩୧।୧୦ (ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ମୁଖ୍ୟ (ଏଚ୍‌ଓଡି) ପ୍ରଫେସର ସତ୍ୟନାରାୟଣ ସାହୁଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?