ଭାଜପାରେ ସାମିଲ ହେବା ପରେ ଆସିଲା ସୁଜିତଙ୍କ ପ୍ରତିକ୍ରିୟା: ଇସ୍ତଫା ଦେବାର ବଡ଼ କାରଣ ଖୋଲିକି କହିଦେଲେ

ଭୁବନେଶ୍ୱର,୬।୯: ବିଜେଡି ଛାଡ଼ି ଭାଜପାରେ ସାମିଲ ହୋଇଛନ୍ତି ସୁଜିତ କୁମାର । ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ସେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ବିଜେପିରେ ଯୋଗ ଦେବା ପରେ ସୁଜିତ କହିଛନ୍ତି, ମୁଁ ଆଜି ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ମୁଁ ଭାଜପାରେ ମିଶିଛି। ଆଜି ମୋ ପାଇଁ ଖୁସିର ଦିନ। ଏଥିସହ ତେବେ ଭାଜପାରେ ଯୋଗ ଦେବା ପରେ ନିଜ ଇସ୍ତଫାର କାରଣ ଖୋଲି କହିଛନ୍ତି ସୁଜିତ କୁମାର। ସେ କହିଛନ୍ତି, ଦୁର୍ନୀତି ନେଇ ନେତା ନ ଶୁଣିବାରୁ ଦଳ ଛାଡ଼ିଲି।

ସେ ଟୁଇଟ୍‌ କରି କହିଛନ୍ତି, ମୋତେ ଦଳରେ ଅନାଦର କରାଯାଉଥିଲା। ଦଳ ଆଉ ମୋର ସେବା ଆବଶ୍ୟକ କରୁନଥିଲା ବୋଲି ଅନୁଭବ କଲି। ସେଥିପାଇଁ ଏଭଳି କଠିନ ନିଷ୍ପତ୍ତି ନେଲି ବୋଲି ସୁଜିତ କହିଛନ୍ତି।

ସୁଜିତ ରାଜ୍ୟ ସଭାରୁ ଇସ୍ତଫା ଦେବା ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳରୁ ବହିଷ୍କାର କରିଛନ୍ତି । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କାର କରାଯାଇଥିବା ପ୍ରେସ ରିଲିଜ୍‌ରେ ସୂଚନା ଦିଆଯାଇଛି।

ସୁଜିତଙ୍କ କାର୍ଯ୍ୟକାଳ ୨୦୨୬ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ରହିଥିଲା। ହେଲେ ଏହା ପୂର୍ବରୁ ସେ ଇସ୍ତଫା ଦେଇଛନ୍ତି। ସୁଜିତ ବିଜେଡିର ଜଣେ ଟାଣୁଆ ନେତା ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ସୋମବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri