କ’ଣ ଶୁଆଶାରୀ ଭଳି ପିଞ୍ଜରା ଭିତରେ ବାନ୍ଧିକି ରଖିବେ

ଭୁବନେଶ୍ୱର,୭।୯: ସୁଜିତ କୁମାର ବିଜେଡି ଛାଡ଼ି ଭାଜପାରେ ଯୋଗ ଦେବା ପ୍ରସଙ୍ଗରେ ଭାଜପା ବିଧାୟକ ବାବୁ ସିଂ ଏହାକୁ ନେଇ କହିଛନ୍ତି ଶୁଆ ଶାରୀ ଉପାଖ୍ୟାନ । ବିଜେଡିର ନାଁ ନ ନେଇ ବାବୁ ସିଂ କହିଛନ୍ତି, କେଉଁଠି ସେମାନେ ଯଦି ଭାବୁଛନ୍ତି ଶୁଆଶାରୀ ଭଳି ପିଞ୍ଜରା ଭିତରେ ବାନ୍ଧିକି ରଖିବେ ସେଭଳି ହୋଇପାରିବ ନାହିଁ । ଆମେ କାହା ଘର ଭାଙ୍ଗିବାକୁ ଚେଷ୍ଟା କରୁନାହିଁ । ହେଲେ ଯେଉଁମାନେ ଆସିବେ ସେମାନଙ୍କୁ ସୱାଗତ କରିବୁ ବୋଲି କହିଛନ୍ତି ବାବୁ ସିଂ । ସୁଜିତ ଶୁକ୍ରବାର ଭାଜପାରେ ଯୋଗ ଦେଇଥିଲେ।

ଭାଜପାରେ ଯୋଗଦେବା ପରେ ସୁଜିତ୍‌ ବିଜେଡିକୁ ଟାର୍ଗେଟକରି କହିଛନ୍ତି, ନିର୍ବାଚନ ପରେ ତାଙ୍କୁ ରାଜ୍ୟ ସଭାରୁ କାଢ଼ି ଦିଆଯିବ ବୋଲି ଧମକ ଦିଆଯାଇଥିଲା। ରାଜନୈତିକ କ୍ୟାରିୟର ଶେଷ କରିଦିଆଯିବ ବୋଲି କୁହାଯାଇଥିଲା। ଏକଥା ତାଙ୍କ ଆଗରେ କୁହାଯାଇ ନ ଥିଲା ବରଂ ଦଳୀୟ ନେତାଙ୍କୁ କୁହାଯାଉଥିଲା। କଳାହାଣ୍ଡି ଆସି ଜଣେ ରାଜ୍ୟସ୍ତରୀୟ ନେତା ଏକଥା କହିଥିଲେ। ତାଙ୍କ ମୁହଁରେ ଏକଥା କହିବାର ସେମାନଙ୍କ ପାଖରେ ସାହସ ନ ଥିଲା। ନିର୍ବାଚନ ପରେ ଏକଥା ଦଳର ସୁପ୍ରିମୋଙ୍କୁ ସେ ଜଣାଇଥିଲେ। ଦଳରେ ପ୍ରାୟ ଦେଢ ବର୍ଷ ହେଲା ତାଙ୍କୁ ଅଣଦେଖା କରାଯାଉଥିଲା। ବଡ଼ ନେତାଙ୍କ ଗୋଲାମୀ ପାଇଁ ତାଙ୍କୁ ବାଧ୍ୟ କରାଯାଉଥିଲା। କୌଣସି ଦଳୀୟ କାର୍ଯ୍ୟରେ ତାଙ୍କୁ ସାମିଲ କରାଯାଉ ନ ଥିଲା। ସମ୍ପୃକ୍ତ ନେତାଙ୍କୁ ମୁଣ୍ଡିଆ ମାରିବା ଲାଗି କେତେଜଣ ନେତା କହୁଥିଲେ। ବିଦେଶରୁ ପଢ଼ି ଆସିବା ପରେ ଏହା ତାଙ୍କ ସ୍ବାଭିମାନକୁ ବାଧିଥିଲା। କାହା ପାଖରେ ଗୋଲାମୀ କରିବା ତାଙ୍କ ଦ୍ୱାରା ସମ୍ଭବ ନୁହେଁ। ବିଜେଡି ସରକାରରେ ବ୍ୟାପକ ଦୁର୍ନୀତି ହୋଇଛି। ଜମି, ଛତୁଆ, ଟେଣ୍ଡର ଫିକ୍ସିଂରେ ବହୁ ହଜାର କୋଟି ଟଙ୍କାର ଦୁର୍ନୀତି କରାଯାଇଛି। ଅନେକ ନେତା ଓ ଅଫିସର ଦୁର୍ନୀତିରେ ସାମିଲ ଅଛନ୍ତି। ଏ ସମ୍ପର୍କରେ ଦଳର ନେତୃତ୍ୱଙ୍କୁ ଜଣାଇବାକୁ ଚେଷ୍ଟାକରି ବିଫଳ ହୋଇଛନ୍ତି। ଶେଷରେ ବାଧ୍ୟହୋଇ ଦଳ ଛାଡ଼ିଲେ ବୋଲି ସୁଜିତ୍‌ କହିଛନ୍ତି। ଦେଶର ସବୁଠାରୁ ବଡ଼ ଦଳରେ ଯୋଗଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଭାଜପାରେ ସାମିଲ ହୋଇଛନ୍ତି। ଆଜି ତାଙ୍କ ପାଇଁ ଖୁସିର ଦିନ ବୋଲି ସେ କହିଛନ୍ତି।

ସୁଜିତ୍‌ କୁମାର ୨୦୨୦ ଏପ୍ରିଲ ୩ରେ ରାଜ୍ୟ ସଭାକୁ ଯାଇଥିଲେ। ୨ଏପ୍ରିଲ ୨୦୨୬ରେ ତାଙ୍କ କାର୍ଯ୍ୟକାଳ ସରୁଛି। ରାଜ୍ୟ ସଭାରେ ବିଜେଡିର ୯ ଜଣ ଏମ୍‌ପି ଥିଲେ। ପ୍ରଥମେ ମମତା ଏବଂ ଏବେ ସୁଜିତ୍‌ ଛାଡ଼ିବା ପରେ ଏହି ସଂଖ୍ୟା ୭ରେ ପହଞ୍ଚିଛି। ସୂଚନାଯୋଗ୍ୟ ଲୋକସଭାରେ ବିଜେଡିର କୌଣସି ସଦସ୍ୟ ନାହାନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri