ଦୁରାରୋଗ୍ୟରେ ସୁକାନ୍ତ: ଅର୍ଥ ଅଭାବରୁ ହୋଇପାରୁନି ଚିକିତ୍ସା

ବରୀ,୨।୧୧(ଡି.ଏନ.ଏ.): ଗରିବ ଲୋକଙ୍କ ପାଇଁ ସରକାର ବିଭିନ୍ନ ଯୋଜନା କରିଛନ୍ତି। ମାତ୍ର ଏସବୁ ଯୋଜନା କେତେକ ସ୍ଥାନରେ ପ୍ରକୃତ ହିତାଧିକାରୀଙ୍କ ନିକଟରେ ପହଞ୍ଚତ୍ ପାରୁନାହିଁ। ଯାହାର ଉଦାହରଣ ଦେଖିବାକୁ ମିଳିଛି ଯାଜପୁର ଜିଲାର ବରୀ ବ୍ଲକ ଅଞ୍ଚଳରେ। ବ୍ଲକ ଅଧୀନ ରମ୍ପା ପଞ୍ଚାୟତର ସୁକାନ୍ତ ଚନ୍ଦ୍ର ବିଶ୍ୱାଳ(୫୨)ଦୁଇ ବର୍ଷ ଧରି ଦୁରାରୋଗ୍ୟର ଶିକାର ହୋଇଛନ୍ତି। ମାତ୍ର ଆର୍ଥତ୍କ ସମ୍ବଳ ନ ଥିବାରୁ ତାଙ୍କର ଚିକିତ୍ସା ହୋଇ ପାରୁନାହିଁ। ବ୍ଲକ୍‌ କାର୍ଯ୍ୟାଳୟ ପରିସରରୁ ମାତ୍ର ୫ କି.ମି. ଦୂରରେ ତାଙ୍କ ଘର ହୋଇଥିଲେ ମଧ୍ୟ ତାଙ୍କ ସମ୍ପର୍କରେ ବ୍ଲକ ପ୍ରଶାସନ ନିକଟରେ ଖବର ନାହିଁ। ସ୍ତ୍ରୀ, ବୃଦ୍ଧ ବାପା, ମାଆ ଓ ଝିଅକୁ ନେଇ ସୁକାନ୍ତଙ୍କ ପରିବାର। ଚଳିତ ବନ୍ୟାରେ ସୁକାନ୍ତଙ୍କ ପରିବାର ପ୍ରଭାବିତ ହୋଇଥିଲେ ହେଁ ତାଙ୍କୁ ସରକାରଙ୍କ ତରଫରୁ ବନ୍ୟା ସାହାୟତା ଯଥା: ୫୦ କି.ଗ୍ରା. ଚାଉଳ ଓ ୫ ଶହ ଟଙ୍କା ମିଳିନାହିଁ। ଏତଦ୍‌ବ୍ୟତୀତ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ତାଙ୍କ ନାମ ଥିଲେ ହେଁ ପ୍ରଶାସନିକ ଅଧିକାରୀଙ୍କ ଖାମଖିଆଲ ମନୋଭାବ ଯୋଗୁ ସେ ଏ ପର୍ଯ୍ୟନ୍ତ ଘର ପାଇ ପାରିନାହାନ୍ତି। ସରକାରୀ ସୁବିଧା ପାଇବା ପାଇଁ ସୁକାନ୍ତ ବାରମ୍ବାର ଜିଲା ଓ ବ୍ଲକ୍‌ ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିବା ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ସୁକାନ୍ତଙ୍କ ଏପରି ଅବସ୍ଥା ଜାଣିବା ପରେ ବରୀ ଅଞ୍ଚଳର ସାମାଜିକ କର୍ମୀ ତ୍ରିବିକ୍ରମ ମହାନ୍ତି(ଜୁଲୁ) ଶନିବାର ତାଙ୍କ ବାସଭବନରେ ପହଞ୍ଚତ୍ ୫୦ କି.ଗ୍ରା. ଚାଉଳ, ବିସ୍କୁଟ ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ତେଣୁ ସୁକାନ୍ତଙ୍କୁ ସହାୟତା ଯୋଗାଇ ଦେବାକୁ ତାଙ୍କ ପରିବାର ଜିଲାପାଳଙ୍କ ନିକଟରେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri