Odisha Elections 2024

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ ଦେବା ପରେ ସନ୍ତୋଷ ଗୁରୁବାର ବିଜେଡିରୁ ଇସ୍ତଫା ଦେଇଥିଲେ। ଶୁକ୍ରବାର ବିଧିବଦ୍ଧ ଭାବେ ସେ ଭାଜପାରେ ମିଶିଛନ୍ତି।
ସନ୍ତୋଷଙ୍କୁ ଭାଜପା ପ୍ରାର୍ଥୀ କରିବା ପରେ ରୋଚକ ହୋଇଛି ନୀଳଗିରି ଲଢ଼େଇ। ଗତଥର ବିଜେଡି ଟିକେଟରେ ନିର୍ବାଚନ ଲଢ଼ି ପରାଜିତ ହୋଇଥିଲେ ସନ୍ତୋଷ। କିନ୍ତୁ ସଙ୍ଗଠନ ସହ ଜଡ଼ିତ ଥିବାରୁ ପୁଣିଥରେ ଟିକେଟ ପାଇଁ ଆଶାବାଦୀ ଥିଲେ। ତେବେ ଗୁରୁବାର ବିଜେଡି ଏଠାରେ ସୁକାନ୍ତ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିବାର କିଛି ସମୟ ମଧ୍ୟରେ ସନ୍ତୋଷ ଦଳରୁ ଇସ୍ତଫା ଦେଇଥିଲେ। ଭାଜପାରୁ ଟିକେଟ ମିଳିବା ପରେ ଭାଜପା ଶୀର୍ଷ ନେତ୍ୱତ୍ୱବୃନ୍ଦଙ୍କୁ ଧନ୍ୟବାଦ ସେ ଜଣାଇଛନ୍ତି। ଏପଟେ ଶୁକ୍ରବାର ନୀଳଗିରି ଏଚ୍‌ଡ଼ିଏଫ୍‌ସି ବ୍ୟାଙ୍କ ପାଖ କଲ୍ୟାଣ ମଣ୍ଡପଠାରେ ଭାଜପାର ନୀଳଗିରି ନିର୍ବାଚନମଣ୍ଡଳୀସ୍ତରୀୟ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବାଲେଶ୍ୱର ଲୋକ ସଭା ଦାୟିତ୍ୱରେ ଥିବା କେନ୍ଦ୍ରୀୟ ନେତା ମନୋରଞ୍ଜନ ମିଶ୍ରା ଜୀ, ବାଲେଶ୍ୱର ଲୋକସଭା ସଂଯୋଜକ ଶୁଭଙ୍କର ମହାପାତ୍ର, ନୀଳଗିରି ବିଧାନସଭା ପ୍ରଭାରୀ କମଳଲୋଚନ ବେହେରା, ବିଧାନସଭା ସଂଯୋଜକ କରୁଣାକର ପଣ୍ଡା ପ୍ରମୁଖ ଯୋଗଦେଇଥିଲେ। ଏଥିସହିତ ସମସ୍ତ ମଣ୍ଡଳର ସଭାପତି, ଦଳର ସମସ୍ତ ପଦାଧିକାରୀ, ଶକ୍ତି କେନ୍ଦ୍ର ପ୍ରମୁଖ ଓ ସହପ୍ରମୁଖମାନେ ଯୋଗ ଦେଇଥିଲେ। ଆସନ୍ତା ନିର୍ବାଚନରେ ସଙ୍ଗଠନକୁ ତୃଣମୂଳସ୍ତରରେ ଆହୁରି ଅଧିକ ଶକ୍ତିଶାଳୀ କରି ଦଳ କିପରି ନୀଳଗିରି ବିଧାନସଭାରେ ବିଜୟୀ ହେବ ଏବଂ ବାଲେଶ୍ୱର ଲୋକସଭାରେ ବିଜୟୀ ହେବ ଏହା ବିଷୟରେ ମିଶ୍ରା ଜୀ ଗୁରୁମନ୍ତ୍ର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାନା ବାନ୍ଧିଲାଣି ବଡ଼ ଲଘୁଚାପ! ଆସୁଛି…

ଭୁବନେଶ୍ୱର,୧୮।୫: ଡହ ଡହ ଖରାରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ମେ ୨୦ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶବର୍ତ୍ତୀ ଉତ୍ତର ଆଣ୍ଡାମାନ...

ଆୟୁଷ ଡାକ୍ତରରେ ଚାଲିଛି ସ୍ବାସ୍ଥ୍ୟସେବା

ଭଦ୍ରକ,୧୮ା୫(ସନାତନ ରାଉତ): ଭଦ୍ରକ ଜିଲା ବନ୍ତ ବ୍ଲକର ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଅଡ଼ାଳପଙ୍କ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଆୟୁଷ ଡାକ୍ତରରେ ସ୍ବାସ୍ଥ୍ୟସେବା ଚାଲିଛି।...

ଜାମୁସାହିରେ ପାଣି ପାଇଁ ହାହାକାର

ଓଡ଼ଗାଁ,୧୮ା୫(ଆଦର୍ଶ କୁମାର ପଟ୍ଟନାୟକ): କିଛିଦିନ ତଳେ ପାଣି ଯୋଗାଣକୁ ନେଇ ରଙ୍ଗଣିପାଟଣା ପଞ୍ଚାୟତ ଜାମୁସାହି ଗ୍ରାମବାସୀ ବିଦ୍ୟୁତ୍‌ କାର୍ଯ୍ୟାଳୟ ଘେରାଉ କରି ଲାଇନ୍‌ ସଂଯୋଗ ପାଇଁ...

ଦୁର୍ଦ୍ଦଶାରେ ଡେରାବିଶ ଆଦର୍ଶ ବିଦ୍ୟାଳୟ

ଡେରାବିଶ, ୧୮ା୫(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ପ୍ରତିଷ୍ଠା ହୋଇଥିବା ଆଦର୍ଶ ବିଦ୍ୟାଳୟର ଦୁର୍ଦ୍ଦଶାର ଅନ୍ତ ଘଟୁନାହିଁ। ୨୦୨୨ ମସିହାରେ...

ନବ ଦାସଙ୍କ ପୁଅଙ୍କ ପିଏଙ୍କ ଘରେ ଆଇଟି ରେଡ୍‌

ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କ ପିଏଙ୍କ ଘରେ ଶନିବାର ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ପର୍ସନାଲ ଆସିଷ୍ଟାଣ୍ଟ ଆଶିଷ...

ଟଙ୍କା ଭର୍ତ୍ତି ମନିପର୍ସ ଫେରାଇଲେ ମହିଳା

ରଘୁନାଥପୁର,୧୮ା୫(ରାଜେନ୍ଦ୍ର ନାରାୟଣ ସିଂହ):ପାଇଥିବା ମନିପର୍ସ ଫେରାଇ ସଚ୍ଚୋଟ ପଣିଆର ପରିଚୟ ଦେଇଛନ୍ତି ଜଣେ ମହିଳା। ସେ ହେଲେ ରଘୁନାଥପୁର ବ୍ଲକ ବିଦ୍ୟାଧରପୁର ଗ୍ରାମର ଅହମ୍ମଦ ରାଜା...

୮୬୭ ବୁଥ୍‌ରେ ହେବ ୱେବ୍‌କାଷ୍ଟିଂ

କେନ୍ଦ୍ରାପଡ଼ା,୧୮ା୫(ଜଗନ୍ନାଥ ଧଳ): ଜୁନ୍‌ ୧ରେ ସାଧାରଣ ନିର୍ବାଚନର ମତଦାନ ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି। ମୋଟ୍‌ ୧୪୪୫ ମଧ୍ୟରୁ...

ନବ ଦାସଙ୍କ ପୁଅଙ୍କୁ ୪ ଘଣ୍ଟା ଜେରା କଲା ଆୟକର ବିଭାଗ

ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କୁ ଆୟକର ବିଭାଗ ୪ ଘଣ୍ଟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri