ଟିକେଟ୍‌ ରେସ୍‌ରେ ବାଜିମାରିଲେ ସୁକାନ୍ତ

ନୀଳଗିରି,୨।୫(ପ୍ରଶାନ୍ତ କୁମାର ବିଶ୍ବାଳ):ସବୁ କଳ୍ପନାଜଳ୍ପନାର ଅନ୍ତ ଘଟି ବିଜୁଜନତା ଦଳ ନୀଳଗିରି ଆସନ ପାଇଁ ଟିକେଟ ଘୋଷଣା କରିଛି। ଶେଷରେ ବିଧାୟକ ସୁକାନ୍ତ ନାୟକଙ୍କ ଉପରେ ଭରଷା କରିଛନ୍ତି ବିଜେଡ଼ି ସୁପ୍ରିମୋ। ଦୀର୍ଘଦିନ ଧରି ଉକ୍ତ ଆସନ ପାଇଁ ଦଳର ଦୁଇ ହେଭିୱେଟ ଆଶାୟୀ ନେତାଙ୍କ ମଧ୍ୟରେ ଛକାପଞ୍ଝା ଦେଖିବାକୁ ମିଳିଥିଲା। ଶେଷରେ ବାଜି ମାରିଲେ ସୁକାନ୍ତ। ସୂଚନା ଅନୁଯାୟୀ ଗତ ମାର୍ଚ୍ଚ ୩୦ରେ ବର୍ତ୍ତମାନର ବିଧାୟକ ସୁକାନ୍ତ କୁମାର ନାୟକ ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ଯୋଗଦାନ କରିଥିଲେ। ସେବେ ଠାରୁ ବିଜେଡିର ଟିକେଟ କିଏ ନେବ ସେନେଇ ଆଶାଆଶଙ୍କାରେ ଥିଲେ ଉଭୟ ଗୋଷ୍ଠୀର ନେତା ଓ କର୍ମୀ। ଛାତ୍ର ଜୀବନରୁ ରାଜନୀତି ପ୍ରତି ରୁଚି ରଖିଥିବା ସୁକାନ୍ତ ପ୍ରଥମେ ବିଜୁବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ପଞ୍ଚାୟତ ନିର୍ବାଚନରେ ସମିତି ସଭ୍ୟ ଭାବରେ ନିଜ ପଞ୍ଚାୟତରେ ପ୍ରତିଦ୍ବନ୍ଦିତା କରିଥିଲେ। ପରେ ଇଞ୍ଜିନିୟରିଂ ଡିଗ୍ରୀଧାରି ଶ୍ରୀ ନାୟକ ସକ୍ରିୟ ରାଜନୀତିରେ ପ୍ରବେଶ କରି ୨୦୧୪ରେ ନୀଳଗିରି ନିର୍ବାଚନ ମଣ୍ଡଳୀରୁ ବିଜେଡ଼ି ଟିକଟରୁ ପ୍ରାର୍ଥୀ ହୋଇ ବିଧାୟକ ଆସନ ଅଳଙ୍କୃତ କରିଥିଲେ। ତାଙ୍କ ନେତୃତ୍ୱରେ ନୀଳଗିରି ମାଟିରେ ବିଜୁଜନତା ଦଳ ବିପୁଳ ସଂଖ୍ୟାରେ ଭୋଟ ପାଇ ବିଜୟୀ ହୋଇଥିଲା। ପରେ ୨୦୧୯ ନିର୍ବାଚନରେ ବିଜେଡ଼ିର ଅନ୍ତରକନ୍ଦଳ ପାଇଁ ବିଜେଡ଼ି ଛାଡି ଭାଜପାରେ ଯୋଗ ଦେଇଥିଲେ। ମାତ୍ର ତାଙ୍କର କର୍ମନିଷ୍ଠା ଏବଂ ସମର୍ପିତ ଜନସେବା ମନୋଭାବ ପାଇଁ ପୁନର୍ବାର ନୀଳଗିରିବାସୀଙ୍କ ଭଲପାଇବାରେ ଦିତୀୟ ଥର ପାଇଁ ନୀଳଗିରି ଆସନରୁ ବିଜୟୀ ହୋଇ ବିଧାୟକ ହୋଇଥିଲେ। ତେବେ ଆଗାମୀ ସାଧାରଣ ନିର୍ବାଚନରେ ରାଜନୈତିକ ଦୃଷ୍ୟପଟ ବଦଳିଥିଲା। ସୁକାନ୍ତ ନାୟକ ପୁନର୍ବାର ଘରବାହୁଡା ହୋଇଥିଲେ। ସେବେଠାରୁ ବିଜେଡ଼ି ଦଳର ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେଇ ସକ୍ରିୟ ଭୂମିକା ଗ୍ରହଣ କରିଥିବା ବେଳେ ତାଙ୍କ ଉପରେ ଆସ୍ଥା ରଖି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ନୀଳଗିରି ପାଇଁ ଟିକଟ ପ୍ରଦାନ କରିଥିବାରୁ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଆଗାମୀ ଦିନରେ ନୀଳଗିରି ସହିତ ୨୦୩୬ ସୁଦ୍ଧା ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀ ଦେଖିଥିବା ସ୍ବପ୍ନକୁ ସାକାର କରିବା ପାଇଁ ଗୁଣ୍ଡୁଚି ମୂଷା ସଦୃଶ୍ୟ ତାଙ୍କର ଅବଦାନ ରହିବ ବୋଲି ଗଣମାଧ୍ୟମକୁ ସାକ୍ଷାତକାରରେ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ତାଙ୍କ ପ୍ରତିଥିବା ଆସ୍ଥା ଓ ବିଶ୍ୱାସକୁ ଅତୁଟ ରଖିବା ତାଙ୍କର ପ୍ରାଥମିକତା ହେବା ସହିତ ସମ୍ମିଳିତ ଉଦ୍ୟମରେ ନୀଳଗିରି ର୍ନିବାଚନ ମଣ୍ଡଳୀର ସାମୁହିକ ବିକାଶ କରିବା ତାଙ୍କର ପ୍ରାଥମିକତା ହେବ ବୋଲି କହିଛନ୍ତି। ଟିକଟ ଘୋଷଣା ହେବା ପରେ ଶହଶହ ସଂଖ୍ୟାରେ ତାଙ୍କର ଶୁଭେଚ୍ଛୁ ବିଧାୟକଙ୍କ କାର୍ଯ୍ୟଳୟରେ ପହଞ୍ଚି ତାଙ୍କୁ ଫୁଲତୋଡ଼ା ଦେଇ ସ୍ବାଗତ କରିବା ସହିତ ନବୀନ ପଟ୍ଟନାୟକଙ୍କ ଜୟ ଧ୍ୱନି ଦେଇ ମିଷ୍ଟାନ୍ନ ବଣ୍ଟନ କରିଥିଲେ। ପରେ ଶ୍ରୀଯୁକ୍ତ ନାୟକ ଏକ ଶୋଭାଯାତ୍ରାରେ ଯାଇ ମା ମଙ୍ଗଳାଙ୍କ ଦର୍ଶନ କରିବା ସହିତ ତୃତୀୟ ଶ୍ରୀକ୍ଷେତ୍ର ନୀଳଗିରି ଜଗନ୍ନାଥଙ୍କ ଦର୍ଶନ କରି ଆଶିଷ ଭିକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?