୩ ଗ୍ରାମକୁ ସୁକନ୍ୟା ସମୃଦ୍ଧି ଟ୍ୟାଗ୍‌

ଢେଙ୍କାନାଳ ଅଫିସ, ୮।୧

ଭାରତ ସରକାରଙ୍କ ଡାକ ବିଭାଗ ପକ୍ଷରୁ ଢେଙ୍କାନାଳ ଜିଲାର ୩ ଗ୍ରାମକୁ ସମ୍ପୂର୍ଣ୍ଣ ସୁକନ୍ୟା ସମୃଦ୍ଧି ଟ୍ୟାଗ୍‌ ମିଳିଛି। ଗଁଦିଆ ବ୍ଲକ କାବେରା ମାଧପୁର ପଞ୍ଚାୟତର ଚମଦଳ, ସଦର ବ୍ଲକ ତରଭା ପଞ୍ଚାୟତର ଖଳିବନ୍ଧ ଏବଂ ଭାଲିଆବୋଲକାଟେଣୀ ପଞ୍ଚାୟତର ଭାଲିଆବୋଲକାଟେଣୀର ୧ରୁ ୧୦ ବର୍ଷ ବୟସର ସମସ୍ତ କନ୍ୟା ସନ୍ତାନ ଏହି ଯୋଜନାରେ ସାମିଲ ହୋଇଛନ୍ତି। ତେଣୁ ଏହି ୩ ଗ୍ରାମକୁ ସୁକନ୍ୟା ସମୃଦ୍ଧି ଗ୍ରାମ ଭାବେ ଘୋଷଣା କରାଯାଇଛି। ଗୁରୁବାର ଚମଦଳ ଗ୍ରାମରେ ଚିରୁଳେଇ ଶାଖା ଡାକପାଳ ରୋଜାଲିନ ହୋତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଢେଙ୍କାନାଳ ଡାକ ଉପମଣ୍ଡଳର ନିରୀକ୍ଷକ ସମୀର ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ଯୋଜନାର ଗୁରୁତ୍ୱ ବିଷୟରେ ଆଲୋକପାତ କରିଥିଲେ। ସମ୍ମାନିତ ଅତିଥି ଭାବେ ସରପଞ୍ଚ ଯମୁନା ଭୋଇ ଉପସ୍ଥିତ ଥିଲେ। ଖଳିବନ୍ଧ ଅଙ୍ଗନୱାଡି କେନ୍ଦ୍ରରେ ତରଭା ଶାଖା ଡାକପାଳ ତପସ୍ବିନୀ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଡାକ ନିରୀକ୍ଷକ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଗ୍ରାମବାସୀଙ୍କୁ ଏହି ଯୋଜନାର ଉପକାରିତା ଉପରେ ସୂଚନା ଦେଇଥିଲେ। ସେହିପରି ଅପରାହ୍ନରେ ଭାଲିଆବୋଲକାଟେଣୀ ଡାକଘର ଶାଖା ପରିସରରେ ଶାଖା ଡାକପାଳ ପ୍ରସନ୍ନ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା। ମୁଖ୍ୟଅତିଥି ଭାବେ ଡାକ ଅଧୀକ୍ଷକ ଯମେଶ୍ୱର ଗଡନାୟକ, ସମ୍ମାନିତ ଅତିଥି ସରପଞ୍ଚ ସୁଭଦ୍ରା ବିଶ୍ୱାଳ ଏବଂ ଡାକମଣ୍ଡଳର ଅଫିସ ସୁପରଭାଇଜର ଶୁଭେନ୍ଦ୍ର କୁମାର ଦାସ ଯୋଗଦେଇ ଯୋଜନାର ଲାଭ ଉଠାଇବା ପାଇଁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri