Posted inଜାତୀୟ

‘ଲେଟର ବମ’ ଫୁଟାଇଲେ ସୁକେଶ ଚନ୍ଦ୍ରଶେଖର, ସିବିଆଇ-ଏଲଜିଙ୍କୁ କଲେ ଅଭିଯୋଗ

ନୂଆଦିଲ୍ଲୀ,୧୬।୧: ପ୍ରାୟ ୨୦୦ କୋଟି ଟଙ୍କା ଠକେଇ ମାମଲାରେ ଜେଲରେ ଥିବା ସୁକେଶ ଚନ୍ଦ୍ରଶେଖର ଆଉ ଏକ ଲେଟର ବୋମା ଫିଙ୍ଗିଛନ୍ତି। ସୁକେଶ ଚନ୍ଦ୍ରଶେଖର ସିବିଆଇ ଏବଂ ଦିଲ୍ଲୀ ଏଲଜି ବା ଉପରାଜ୍ୟପାଳଙ୍କୁ ଏକ ଅଭିଯୋଗ ପତ୍ର ପଠାଇଛନ୍ତି। ଠକ ସୁକେଶ ତାଙ୍କ ଅଭିଯୋଗରେ କହିଛନ୍ତି ଯେ ସେ ସତ୍ୟେନ୍ଦ୍ର ଜୈନ, ଅରବିନ୍ଦ କେଜରିୱାଲ ଏବଂ ପୂର୍ବତନ ଡିଜି ତିହାର ସନ୍ଦୀପ ଗୋୟଲଙ୍କୁ ଲାଞ୍ଚ ପ୍ରଦାନ କରିଛନ୍ତି। ମହାଠକ ସୁକେଶ ଚନ୍ଦ୍ରଶେଖର ସିବିଆଇକୁ ଏକ ଚିଠି ଦେଇଛନ୍ତି ଯେଉଁଥିରେ ସତ୍ୟେନ୍ଦ୍ର ଜୈନ, ଅରବିନ୍ଦ କେଜରିୱାଲ ଏବଂ ପୂର୍ବତନ ଡିଜି ତିହାର ସନ୍ଦୀପ ଗୋୟଲଙ୍କ ବିରୋଧରେ ଅଭିଯୋଗ ରହିଛି।

ଏଥିରେ ମାଷ୍ଟର ଠକ ସୁକେଶଙ୍କ ସହ ସତ୍ୟେନ୍ଦ୍ର ଜୈନଙ୍କ ବାର୍ତ୍ତାଳାପର ଚାଟ୍‌ର ତିନୋଟି ସ୍କ୍ରିନ ସଟ ଅନ୍ତର୍ଭୂକ୍ତ କରାଯାଇଛି । କେବଳ ଏତିକି ନୁହେଁ, ସୁକେଶ ଚନ୍ଦ୍ରଶେଖର ଦ୍ୱିତୀୟ ଅଭିଯୋଗ ପତ୍ର ଏଲଜି ବିନୟ କୁମାର ସାକ୍ସେନାଙ୍କୁ ପ୍ରଦାନ କରିଛନ୍ତି ଯେଉଁଥିରେ ସେ ତଦନ୍ତ ବିଷୟରେ କହିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ସେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏବଂ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଲକ୍ଷ ଲକ୍ଷ ଟଙ୍କା ଲାଞ୍ଚ ଦେଇଛନ୍ତି।
ଏହାପୂର୍ବରୁ ସେ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ଦିଲ୍ଲୀର ଏଲଜିରେ ଅଭିଯୋଗ କରିଥିଲେ। ଏହା ପରେ ଦିଲ୍ଲୀ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭି.କେ ସାକ୍ସେନା ଅଭିଯୋଗକାରୀ ସୁକେଶ ଚନ୍ଦ୍ରଶେଖରଙ୍କ ଅଭିଯୋଗକୁ ଅଧିକ କାର୍ଯ୍ୟାନୁଷ୍ଠାନ ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ପଠାଇଥିଲେ। ଅର୍ଥ ହେରଫେର ତଥା ବିଭିନ୍ନ ଲୋକଙ୍କୁ ପ୍ରତାରଣା ଅଭିଯୋଗରେ ଚନ୍ଦ୍ରଶେଖର ଗତ ବର୍ଷ ଜୁଲାଇ ୮ରେ ଲେଫ୍ଟନାଣ୍ଟ ଗଭର୍ଣ୍ଣରଙ୍କ ନିକଟରେ ଅଭିଯୋଗ କରି କହିଥିଲେ ଯେ ତାଙ୍କ ଓକିଲ ଅନନ୍ତ ମଲିକଙ୍କୁ ଧମକପୂର୍ଣ୍ଣ କଲ ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

IRGCର ହିଟ ଲିଷ୍ଟରେ ୮ଟି ପ୍ରମୁଖ ଉପସାଗରୀୟ ସେତୁ; B1 ସେତୁ ଉପରେ ଆମେରିକା-ଇସ୍ରାଏଲ କାର୍ଯ୍ୟାନୁଷ୍ଠାନ ଯୋଗୁ ଇରାନ କ୍ରୋଧିତ

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ଇରାନର ସବୁଠାରୁ ଉଚ୍ଚ ସେତୁ – B1 -କୁ ଟାର୍ଗେଟ କରିଥିଲେ, ଯାହା ଏହି ଅଞ୍ଚଳରେ…

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri