ଜେଲରୁ ଚିଠି ଲେଖିଲେ ସୁକେଶ ଚନ୍ଦ୍ରଶେଖର, ଜ୍ୟାକଲିନଙ୍କ ସମ୍ପର୍କରେ ଖୋଲିଲା ରାଜ

ନୂଆଦିଲ୍ଲୀ,୨୩ ।୧୦: ଠକ ସୁକେଶ ଚନ୍ଦ୍ରଶେଖର ୨୦୦ କୋଟି ଟଙ୍କା ଠକେଇ ମାମଲାରେ ଏବେ ଦିଲ୍ଲୀର ମଣ୍ଡୋଲି ଜେଲରେ ବନ୍ଦ ରହିଛନ୍ତି । ସୁକେଶଙ୍କ ସହ ମନି ଲଣ୍ଡରିଂ ମାମଲାରେ ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ପର୍ନାଡିଜ ବି ଏହି ଅଭିଯୋଗରେ ଫସି ଯାଇଛନ୍ତି । ସୁକେଶ ଏବେ ଜେଲରେ ଥାଇ ତାଙ୍କ ଓକିଲଙ୍କ ନିକଟକୁ ଏକ ପତ୍ର ଲେଖିଛନ୍ତି । ଏଥିରେ ସେ ଜ୍ୟାକଲିନଙ୍କ ସମ୍ପର୍କରେ ଅନେକ ରାଜ ଖୋଲିଛନ୍ତି ।
ସୁକେଶ ତାଙ୍କ ଚିଠିରେ ଲେଖିଛନ୍ତି ୨୦୦ କୋଟି ଘୋଟାଲା ମାମଲାରେ ଜ୍ୟାକଳିନଙ୍କର କୌଣସି ଭୂମିକା ନାହିଁ । ସେ ତାଙ୍କୁ ଯେତେସବୁ ଦମୀ ଉପହାର ଦେଇଛନ୍ତି ସେସବୁ ସେ ଜ୍ୟାକଲିନଙ୍କ ସହ ଥିବା ରିଲେସନଶିପ ଆଧାରରେ ଦେଇଛନ୍ତି । ସୁକଶେ ଦାବି କରିଛନ୍ତି ରାନବାକ୍ସି କମ୍ପାନୀର ପୂର୍ବତନ ମାଲିକଙ୍କୁ ମୁକୁଳାଇବାକୁ ତାଙ୍କୁ ୨୦୦ କୋଟି ଟଙ୍କା ଦିଆଯାଇଥିଲା । ତେଣୁ ଏଥିରେ ଜ୍ୟାକଲଇନଙ୍କର କିଛି ଦୋଷ ନାହିଁ ସେ ନିର୍ଦ୍ଦୋଷ ।
ସୁକେଶ ଆହୁରି ମଧ୍ୟ ଲେଖିଛନ୍ତି ଜ୍ୟାକଲିନ ନିର୍ଦ୍ଦୋଷ । ସେ କେବଳ ମୋଠାରୁ ଭଲପାଇବା ଚାହୁଁଥିଲେ ଓ ମୁଁ ସବୁବେଳେ ତାଙ୍କ ପାଖରେ ଠିଆ ହେବାକୁ ସେ ଇଚ୍ଛା ରଖିଥିଲେ । ମୁଁ ଜ୍ୟାକଲିନଙ୍କୁ ଓ ତାଙ୍କ ପରିବାରକୁ ଯେଉଁସବୁ ଉପହାର ଦେଇଛି ସେସବୁ ଟଙ୍କା ମୋର ନିଜ ଅର୍ଜିତ ଟଙ୍କା । ଖୁବଶୀଘ୍ର ଏହା ଟ୍ରାଏଲ କୋର୍ଟରେ ପ୍ରମାଣିତ ହୋଇଯିବ ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri