Posted inଜାତୀୟ

‘ଜେଲ ପ୍ରଶାସନ, ସତ୍ୟେନ୍ଦ୍ର ଜୈନଙ୍କ ଧମକ ମୋତେ ଚିନ୍ତାରେ ପକାଇଛି’-ଉପରାଜ୍ୟପାଳଙ୍କୁ ଆଉ ଏକ ଚିଠି ଲେଖିଲେ ସୁକେଶ

ନୂଆଦିଲ୍ଲୀ,୮ ।୧୧: ମଣ୍ଡୋଲି ଜେଲରେ ମନି ଲଣ୍ଡରିଂ ମାମଲାରେ ବନ୍ଦୀଥିବା ଅଭିଯୁକ୍ତ ସୁକେଶ ଚନ୍ଦ୍ରଶେଖର ସୋମବାର ପୁଣିଏକ ଚିଠି ଜାରି କରିଛନ୍ତି । ଏଥିରେ ସେ ସିଧାସଳଖ ଭାବେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ପ୍ରଶ୍ନ କରିଛନ୍ତି । ସେ କହିଛନ୍ତି, ବିନା କାରଣ ନ ଥାଇ ବୟାନ ଦେଇ ଅସଲ ପ୍ରସଙ୍ଗକୁ ବିଗାଡିବା ବଦଳରେ ସିଧାସିଧା ତାଙ୍କ ପ୍ରଶ୍ନର ଉତ୍ତର ଦିଅନ୍ତୁ ।
ସୁକେଶ ଅଭିଯୋଗ କରିଛନ୍ତି, ସେ ଜେଲ ପ୍ରଶାସନ ଓ ଦିଲ୍ଲୀ ସରକାରରେ ମନ୍ତ୍ରୀ ଥିବା ସତ୍ୟେନ୍ଦ୍ର ଜୈନଙ୍କ ଧମକ ଓ ଚାପକୁ ଦେଖି ଆଇନର ଆଶ୍ରୟ ନେବା ଠିକ୍ ବୋଲି ଭାବିଲେ । ଉପରାଜ୍ୟପାଳଙ୍କୁ ଚିଠି ଲେଖିବାକୁ କେହି ମୋ ଉପରେ ଚାପ ପକାଇ ନାହାନ୍ତି ।

ସୁକେଶ ଚନ୍ଦ୍ରଶେଖର କହିଛନ୍ତି, ସେ ମୁଖ୍ୟମନ୍ତ୍ରୀ ଓ ଆମ ଆଦମୀ ପାର୍ଟିର ଶିଷ୍ୟ ନୁହଁନ୍ତି । ସେ କାହାକୁ ଭୟ କରନ୍ତି ନାହିଁ । ଯଦି ସେ ଉପରାଜ୍ୟପାଳଙ୍କୁ ଚିଠି ଲେଖିବା ଭୁଲ ତେବେ ସେ ଯେ କୌଣସି ଆଇନର ଲଢେଇ ଲଢିବାକୁ ପ୍ରସ୍ତୂତ ଅଛନ୍ତି । ଏଥିପାଇଁ ଫାଶୀ ମିଳିଲେ ବି ସେ ରାଜି ବୋଲି କହିଛନ୍ତି । କିନ୍ତୁ ମୁଖ୍ୟମନ୍ତ୍ରୀ ଯଦି ତାଙ୍କୁ ମିଥ୍ୟାବାଦୀ ବୋଲି ପ୍ରମାଣ କରିବାକୁ ଅସମର୍ଥ ହେବେ ତେବେ ସେ ଇସ୍ତଫା ଦେବା ଉଚିତ୍ । ଏ ସମସ୍ତ ଘଟଣାର ସିବିଆଇ ତଦନ୍ତ୍ର ହେବା ଉଚିତ ବୋଲି ସୁକେଶ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri