Posted inଜାତୀୟ

ଆମ ଆଦମୀ ପାର୍ଟିକୁ ମୁଁ ଦେଇଛି ୬୦ କୋଟି ଟଙ୍କା: ସୁକେଶ ଚନ୍ଦ୍ରଶେଖର

ନୂଆଦିଲ୍ଲୀ,୨୦ ।୧୨: ଠକ ସୁକେଶ ଚନ୍ଦ୍ରଶେଖରଙ୍କୁ ୨୦୦ କୋଟି ଠକେଇ ଅଭିଯୋଗରେ ମଙ୍ଗଳବାର ପଟିଆଲା ହାଉସ କୋର୍ଟରେ ହାଜର କରାଯାଇଥିଲା । ସେଠାରେ ସେ ଆମ ଆଦମୀ ପାର୍ଟି(ଏଏପି)କୁ ୬୦ କୋଟି ଟଙ୍କା ଦେଇଥିବା ଦାବି କରିଛନ୍ତି । ଏହି ସମୟରେ କୋର୍ଟରେ ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଡିଜ ବି ଉପସ୍ଥିତ ଥିଲେ ।

ସୁକେଶ ଚନ୍ଦ୍ରଶେଖରଙ୍କ ଓକିଲ ଅନନ୍ତ ମଲିକଙ୍କ ସୂଚନା ଅନୁଯାୟୀ, ମଙ୍ଗଳବାର ସୁକେଶ ଚନ୍ଦ୍ରଶେଖର ଅଭିଯୋଗ କରିଛନ୍ତି କି ସେ ଏଏପିକୁ ୬୦ କୋଟି ଟଙ୍କା ଦେଇଛନ୍ତି । ଏକ ଉଚ୍ଚ ସ୍ତରୀୟ ସମିତି ତାଙ୍କ ବୟାନ ନେଇଛନ୍ତି ଏବଂ ସମିତି ତାଙ୍କ ସୁପାରିସରେ କହିଛନ୍ତି ଅଭିଯୋଗ ଗୁରୁତର ତେଣୁ ଏହାର ଯାଞ୍ଚ କରାଯିବା ଦରକାର ।
କୋର୍ଟ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)କୁ ୨୦୦ କୋଟି ଟଙ୍କା ମନି ଲଣ୍ଡରିଂ ମାମଲାରେ ସୁକେଶଙ୍କ ପତ୍ନି ଲିନା ମାରିୟା ପଲଙ୍କ ସହ ଜଡିତ ୨୬ଟି କାରକୁ କବଜା କରିବାକୁ ଅନୁମତି ଦେଇଛନ୍ତି । ଅନ୍ୟପଟେ ଏହି ମାମଲା ସହ ଜଡିତ ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଡିଜ ୨୩ ଡିସେମ୍ବରରୁ ବାହାରିନ ଯାତ୍ରା କରିବାକୁ ଅନୁମତି ପ୍ରଦାନ ପାଇଁ ଏକ ଆବେଦନ କରିଛନ୍ତି । କୋର୍ଟ ଇଡିକୁ ୨୨ ଡିସେମ୍ବର ସୁଦ୍ଧା ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri