Posted inଖେଳ

ସୁଖଜିତଙ୍କ ଡବଲ୍‌ରେ ଭାରତ ବିଜୟୀ

ଭୁବନେଶ୍ୱର (ସ୍ପୋଟର୍‌ସ ବ୍ୟୁରୋ)/ରାଉରକେଲା ଅଫିସ୍‌,୧୧ା୩: ରାଉରକେଲାର ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ଅନୁଷ୍ଠିତ ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ହକି ମ୍ୟାଚରେ ଜର୍ମାନୀକୁ ୩-୨ ଗୋଲରେ ପରାସ୍ତ କରିଛି ଭାରତ। ଯୁବ ଖେଳାଳିଙ୍କୁ ନେଇ ଓହ୍ଲାଇଥିବା ଭାରତ ବିଶ୍ୱ ଚାମ୍ପିୟନ୍‌ ଜର୍ମାନୀକୁ ସମସ୍ତ ବିଭାଗରେ ପରାସ୍ତ କରିଥିଲା। ଭାରତ ପକ୍ଷରୁ ସୁଖଜିତ ସିଂ ଡବଲ୍‌ ଗୋଲ ସ୍କୋର କରିଥିବା ବେଳେ ହରମନ୍‌ପ୍ରୀତ ସିଂ ଗୋଟିଏ ଗୋଲ ଦେଇଥିଲେ। ଜର୍ମାନୀ ପକ୍ଷରୁ କୌଫମାନ୍‌ ପଲ୍‌ ଫିଲିପ ଓ ଷ୍ଟ୍ରୁଥୋଫ୍‌ ମାଇକେଲ ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ। ମ୍ୟାଚ ଆରମ୍ଭରୁ ବେଶ ସଂଘର୍ଷପୂର୍ଣ୍ଣ ରହିଥିଲା। ମ୍ୟାଚର ପ୍ରଥମାର୍ଦ୍ଧରେ ଜର୍ମାନୀ ଘନଘନ ଆକ୍ରମଣ କରିଥିଲା। ତେବେ ଭାରତୀୟ ରକ୍ଷଣଭାଗ ଖେଳାଳିଙ୍କ ଚମତ୍କାର ପ୍ରଦର୍ଶନ କାରଣରୁ ପ୍ରଥମ କ୍ୱାର୍ଟର ଗୋଲଶୂନ୍ୟ ଭାବରେ ଶେଷ ହୋଇଥିଲା। ଦ୍ୱିତୀୟ କ୍ୱାର୍ଟରରେ ଭାରତୀୟ ଖେଳାଳି ଚମତ୍କାର ପ୍ରଦର୍ଶନ କରିବା ସହିତ ଆକ୍ରମଣକୁ ଜୋରଦାର କରିଥିଲେ। ଦ୍ୱିତୀୟ କ୍ୱାର୍ଟର ଶେଷ ହେବାକୁ କିଛି ସେକେଣ୍ଡ ରହିଥିବା ବେଳେ ମିଳିଥିବା ପେନାଲ୍ଟି କର୍ନରକୁ ଗୋଲରେ ପରିଣତ କରିଥିଲେ ଅଧିନାୟକୂ ହରମନ୍‌ପ୍ରୀତ୍‌ ସିଂ। ଭାରତ ୧-୦ରେ ଆଗୁଆ ଥିତ୍ବା ବେଳେ ତୃତୀୟ କ୍ୱାର୍ଟରର ପ୍ରଥମ ମିନିଟରେ ଏକ ଚମତ୍କାର ଫିଲ୍ଡ ଗୋଲ ଦେଇଥିଲେ ସୁଖଜିତ ସିଂ। ସମାନ କ୍ୱାର୍ଟରର ୪୨ ତମ ମିନିଟରେ ସୁଖଜିତ ବ୍ୟକ୍ତିଗତ ଦ୍ୱିତୀୟ ଗୋଲ ସ୍କୋର କରି ଭାରତକୁ ୩-୦ ରେ ଆଗୁଆ କରିଥିଲେ। ତୃତୀୟ କ୍ୱାର୍ଟର ଶେଷ ହେବାକୁ ଏକ ମିନିଟ ରହିଥିବା ବେଳେ ଜର୍ମାନୀ ପକ୍ଷରୁ ୪୪ ତମ ମିନିଟରେ କୌଫମାନ୍‌ ପଲ୍‌ ଫିଲିପ୍‌ ଗୋଲ୍‌ ପରିଶୋଧ କରିଥିଲେ। ଅନ୍ତିମ କ୍ୱାର୍ଟରର ୫୭ ତମ ମିନିଟରେ ଷ୍ଟ୍ରୁଥୋଫ୍‌ ମାଇକେଲ ଏକ ଗୋଲ ପରିଶୋଧ କରି ମ୍ୟାଚରେ ରୋମାଞ୍ଚ ଭରି ଦେଇଥିଲେ। ଶନିବାର ଦ୍ୱିତୀୟ ମ୍ୟାଚ ଅଷ୍ଟ୍ରେଲିଆ ଓ ଜର୍ମାନୀ ମଧ୍ୟରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri