Posted inଜାତୀୟ

ଏନ୍‌ଏଚ୍‌ରେ ଅବତରଣ କଲା ସୁଖୋଇ-ହରକ୍ୟୁଲେସ୍‌, ସୀମାରେ ବାୟୁସେନା ଘାଟି…

ବାଡ଼ମେର,୯।୯: ଦେଶରେ ପ୍ରଥମ ଜାତୀୟ ରାଜପଥକୁ ବାୟୁସେନାକୁ ପ୍ରଦାନ କରାଯାଇଛି। ଏବେ ଏଠାରେ ସୁଖୋଇ ଏବଂ ହରକ୍ୟୁଲେସ ଭଳି ଯୁଦ୍ଧ ବିମାନ ଅବତରଣ କରିହେବ। ସଡକ ଓ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରାଜସ୍ଥାନର ବାଡମେରସ୍ଥିତ ଜାଲୋରରେ ନିର୍ମିତ ହୋଇଥିବା ଏହି ଜାତୀୟ ରାଜପଥକୁ ଗୁରୁବାର ଲୋକାର୍ପିତ କରଛନ୍ତି।

ନ୍ୟାସନାଲ ହାଇୱେ ଅଥରିଟି ଅଫ ଇଣ୍ଡିଆ ଏବଂ ବାୟୁସେନା ଅଧିକାରୀଙ୍କ ମିଳିତ ଭାବେ ଏହି ଏୟାର ଷ୍ଟ୍ରିପ ପ୍ରସ୍ତୁତ କରାଯାଇଛି। ଏହି ଏୟାର ଷ୍ଟ୍ରିପରେ ସୁଖୋଇ-୩୦ ଏବଂ ସୁପର ହରକ୍ୟୁଲେସ୍‌-ସି ୧୩୦ ଜେ ଅବତରଣ କରିଛି। ଏହି ଏୟାର ଷ୍ଟ୍ରିପ ଆରମ୍ଭ ହେବା ପରେ ବାୟୁସେନା ଏଥିରୁ ବହୁ ଲାଭ ପାଇ ପାରିବ। ସୀମାରେ ବାୟୁସେନା ଘାଟି ରହିବା ଦ୍ୱାରା ଏବେ ପାକିସ୍ତାନର ଚିନ୍ତା ବଢ଼ିବାରେ ଲାଗିଛି।

ଏହାପୂର୍ବରୁ ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ଏକ ଏୟାର ଷ୍ଟ୍ରିପ ରହିଛି, ଯେଉଁଠାରେ ଯୁଦ୍ଧ ବିମାନ ଅବତରଣ କରିବା ସହିତ ଉଡ଼ାଣ ମଧ୍ୟ କରିପାରିବେ। ତେବେ ଏହି ଏକ୍ସପ୍ରେସୱେ ଉତ୍ତରପ୍ରଦେଶ ସରକାରଙ୍କ ଅଧୀନରେ ରହିଛି। ଯମୁନା ଏକ୍ସପ୍ରେସୱେ ବ୍ୟତୀତ ଉତ୍ତରପ୍ରଦେଶରେ ନିର୍ମିତ ହେଉଥିବା ପୂର୍ବାଞ୍ଚଳ ଏକ୍ସପ୍ରେସୱେରେ ମଧ୍ୟ ଏଭଳି ସୁବିଧା ଉପଲବ୍ଧ ହେବ।

ଲକ୍ଷ୍ନୌ- ଗାଜିପୁର ପୂର୍ବାଞ୍ଚଳ ଏକ୍ସପ୍ରେସୱେରେ କୁରେଭାର ନିକଟରେ ସରକାରଙ୍କ ନିର୍ଦ୍ଦେଶରେ ନିର୍ମିତ ଏୟାର ଷ୍ଟ୍ରିପ ଉପରେ ବାୟୁସେନା ଯୁଦ୍ଧ ବିମାନ ଅବତରଣ କରିବାକୁ ସକ୍ଷମ ହେବ। ଜରୁରୀ କାଳୀନ ପରିସ୍ଥିତିରେ ଯୁଦ୍ଧ ବିମାନ ଅବତରଣ କରିବା ପାଇଁ ସରକାର ଏସବୁ ଏୟାର ଷ୍ଟ୍ରିପ ନିର୍ମାଣ କରିଛନ୍ତି। ଜରୁରୀକାଳୀନ ପରିସ୍ଥିତିରେ ଥରେ ଟ୍ରେନର ବିମାନ ଅବତରଣ କରାଯାଇଛି।

ପୂର୍ବାଞ୍ଚଳ ଏକ୍ସପ୍ରେସୱେରେ ୩୩୦୦ ମିଟର ଲମ୍ବା ଏୟାର ଷ୍ଟ୍ରିପ ନିର୍ମାଣ କରାଯାଉଛି। ଏଠାରେ ଫ୍ରାନ୍ସର ଆଧୁନିକ ରାଫାଲ ବିମାନ ମଧ୍ୟ ଅବତରଣ କରିପାରିବ। ବାୟୁସେନାର ବରିଷ୍ଠ ଅଧିକାରୀ କହିଛନ୍ତି ଯେ ରାଫେଲ ପାଇଁ ବି.କେ.ଟି ବାୟୁସେନା ଷ୍ଟେସନ ପ୍ରସ୍ତୁତ ହୋଇସାରିଛି। ଆଗାମୀ ଦିନରେ, ରାଫାଲ ପୂର୍ବାଞ୍ଚଳ ଏକ୍ସପ୍ରେସୱେରେ ମଧ୍ୟ ଅବତରଣ କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?