Posted inଜାତୀୟ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୁଖବିନ୍ଦର ସିଂ ସୁଖୁ, ମୁକେଶ ଅଗ୍ନିହୋତ୍ରୀ ହେଲେ ଉପମୁଖ୍ୟମନ୍ତ୍ରୀ

ଶିମଲା,୧୧ ।୧୨: ହିମାଚଳ ପ୍ରଦେଶର ୧୫ ତମ ମୁଖ୍ୟମନ୍ତ୍ରୀ ଭାବେ ସୁଖବିନ୍ଦର ସିଂ ସୁଖୁ ରବିବାର ଶପଥ ଗ୍ରହଣ କରିଛନ୍ତି । ଏହା ବ୍ୟତୀତ ମୁକେଶ ଅଗ୍ନିହୋତ୍ରୀ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ରବିବାର ଶିମଲାର ରିଜ ମଇଦାନରେ ଦିନ ପ୍ରାୟ ୧ଟା ୩୦ରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଥିଲା ।

ଶପଥ ଗ୍ରହଣ ସମାରୋହରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖର୍ଗେ, ପାର୍ଟିର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ, ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ନବ ନିର୍ବାଚିତ ବିଧାୟକ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ, ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ହୁଡ୍ଡା ଓ ହିମାଚଳ ପ୍ରଦେଶ କଂଗ୍ରେସ ପ୍ରଭାରୀ ରାଜୀବ ଶୁକ୍ଳାଙ୍କ ସମେତ ଦଳର ବହୁ ନେତା ଉପସ୍ଥିତ ଥିଲେ । ଏହା ପୂର୍ବରୁ କଂଗ୍ରେସ ମୁଖ୍ୟଙ୍କ ପକ୍ଷରୁ ସୁଖବିନ୍ଦର ସିଂ ସୁଖୁଙ୍କ ନାମରେ ମୋହର ଲାଗିବା ପରେ ଶନିବାର ସନ୍ଧ୍ୟାରେ ଶିମଲାରେ କଂଗ୍ରେସ ବିଧାୟକ ଦଳର ବୈଠକ ହୋଇଥିଲା । ଏହି ବୈଠକରେ ସୁଖବିନ୍ଦର ସିଂ ସୁଖୁ୍‌ଙ୍କୁ ସର୍ବସମ୍ମତି କ୍ରମେ ବିଧାୟକ ଦଳର ନେତା ନିର୍ବାଚତ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri