Posted inଜାତୀୟ

ସୁଖବିନ୍ଦର ସୁଖୁ କରୋନା ପଜିଟିଭ, କ୍ୟାବିନେଟ ସମ୍ପ୍ରସାରଣ ହେବ ବିଳମ୍ବ…

ଶିମଲା,୧୯।୧୨ : ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ କରୋନା ପଜିଟିଭ ହୋଇଛନ୍ତି। ସୁଖୁଙ୍କ ନମୁନା ପରୀକ୍ଷା ରିପୋର୍ଟ ରବିବାର ସନ୍ଧ୍ୟାରେ ଆସିଛି। ସେ କରୋନା ପଜିଟିଭ ଥିବା ଜଣାପଡିଛି। ସୁଖୁ ଏବେ ଦିଲ୍ଲୀରେ ଅଛନ୍ତି ଏବଂ ତାଙ୍କୁ ସୋମବାର ଶିମଲାକୁ ଫେରିବାକୁ ପଡିବ। ବର୍ତ୍ତମାନ ତାଙ୍କୁ ହିମାଚଳ ସାଦାନରେ ତିନି ଦିନ ପାଇଁ କ୍ୱାରାଣ୍ଟାଇନରେ ରଖାଯିବ। ଫଳରେ ହିମାଚଳ ପ୍ରଦେଶର କ୍ୟାବିନେଟ ସମ୍ପ୍ରସାରଣରେ ବିଳମ୍ବ ହୋଇପାରେ ବୋଲି ଚର୍ଚ୍ଚା ହେଉଛି।

ସୁଖୁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ଥିଲା। ସେଥିପାଇଁ ତାଙ୍କ ନମୁନା ଡିସେମ୍ବର ୧୮ ରେ ନିଆଯାଇଥିଲା ଏବଂ ତା’ପରେ ତାଙ୍କ ରିପୋର୍ଟ ସନ୍ଧ୍ୟାରେ ଆସିଥିଲା। ବର୍ତ୍ତମାନ ସେ ପ୍ରଧାନମନ୍ତ୍ରୀଙ୍କୁ ଆଉ ଭେଟି ପାରିବେ ନାହିଁ। ଏହା ପୂର୍ବରୁ ଡିସେମ୍ବର ୧୬ ରେ ସୁଖୁ ୪୦ ଜଣ ବିଧାୟକଙ୍କ ସହ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡା ଯାତ୍ରାରେ ଯୋଗ ଦେଇଥିଲେ।

ଅନ୍ୟପକ୍ଷରେ, ସିଏମ ସୁଖୁଙ୍କ କରୋନା ପଜିଟିଭ ସମ୍ପର୍କରେ ରାଜ୍ୟ ସରକାର କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ କରୋନା ପଜିଟିଭ ହେବାପରେ ପ୍ରଧାନମନ୍ତ୍ରୀଙ୍କୁ ଦିଲ୍ଲୀରେ ଭେଟିବା ପାଇଁ ସୁଖୁଙ୍କର ଥିବା କାର୍ଯ୍ୟକ୍ରମ ଥିଲା, ଯାହାକୁ ସ୍ଥଗିତ ରଖାଯାଇଛି। ତାଙ୍କ ଠାରେ ଲକ୍ଷଣ ନାହିଁ । ତେବେ ସୁରକ୍ଷା ଦୃଷ୍ଟିରୁ ସତର୍କତା ଭାବରେ ସେ ନିଜକୁ କ୍ୱାରାଣ୍ଟାଇନ କରିଛନ୍ତି ଏବଂ ତାଙ୍କର ସମସ୍ତ କାର୍ଯ୍ୟକ୍ରମ ସ୍ଥଗିତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri