ଟିଣଛପର ଘର ପରେ ସୁକଲାଲ୍‌ଙ୍କ ମୁହଁରେ ଫୁଟିଲା ହସ

ମହାକାଳପଡ଼ା,୮ା୧୧(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ବି.ବି. କଲୋନୀ ଗ୍ରାମ ଶ୍ମଶାନ ନିକଟରେ ଦୀର୍ଘ ୪୦ବର୍ଷ ଧରି ଅସହାୟ ବୃଦ୍ଧ ସୁକଲାଲ୍‌ ଦେବନାଥ (୭୨) ପଲିଥିନ ତଳେ ଜୀବନ ବିତାଉଛନ୍ତି। ଏ ସମ୍ପର୍କରେ ଅଗଷ୍ଟ ୨୬ରେ ‘ଧରିତ୍ରୀ’ରେ ଖବର ପ୍ରକାଶିତ ହେବା ପରେ ପ୍ରଶାସନ ପକ୍ଷରୁ ରାଶନ କାର୍ଡ ଓ ଚାଉଳ ପ୍ରଦାନ କରାଯାଇଥିଲା। ପରେ କେନ୍ଦ୍ରାପଡ଼ାସ୍ଥିତ ଶ୍ରୀଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ କର୍ମକର୍ତ୍ତା ପହଞ୍ଚତ୍ ବୃଦ୍ଧଙ୍କ ଦୁଃଖ ହୃଦୟଙ୍ଗମ କରିଥିଲେ। ସୋମବାର ପୂର୍ବାହ୍ନରେ ଟ୍ରଷ୍ଟ କାର୍ଯ୍ୟକର୍ତ୍ତାମାନେ ପହଞ୍ଚତ୍ ଏହି ଅସହାୟ ବୃଦ୍ଧଙ୍କ ଛିଣ୍ଡା ପଲିଥିନ କାଢ଼ି ନୂତନ ଟିଣ ପକାଇଛନ୍ତି। ପରେ ବୃଦ୍ଧଙ୍କର ଦୈନଦିନ ଜୀବନ ଅତିବାହିତ କରିବାକୁ ଆଉ କିଛି ସମସ୍ୟା ରହିବ ନାହିଁ ବୋଲି ସଙ୍ଗଠନ ପକ୍ଷରୁ କୁହାଯାଇଛି। ଅସହାୟ ବୃଦ୍ଧଙ୍କ ଘର ନିର୍ମାଣ ପରେ ସୁକଲାଲ୍‌ଙ୍କ ମୁହଁରେ ହସ ଫୁଟିଛି। ସେଥିପାଇଁ ସେ ‘ଧରିତ୍ରୀ’ ଓ ଶ୍ରୀଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟର ସମସ୍ତ ସଦସ୍ୟଙ୍କୁ ସାଧୁବାଦ ଜଣାଇଛନ୍ତି। ସ୍ତ୍ରୀଙ୍କ ମୃତ୍ୟୁ ପରେ ୩ ପୁଅ ସୁକଲାଲ୍‌ଙ୍କୁ ଅଣଦେଖା କରୁଥିଲେ। ସୁକଲାଲ୍‌ ବାଧ୍ୟହୋଇ ଗଁା ଶ୍ମଶାନ ନିକଟରେ ଛିଣ୍ଡା ପଲିଥିନ ତଳେ ୪୦ବର୍ଷ ଧରି ଜୀବନ ଅତିବାହିତ କରୁଥିଲେ। ପିଲାମାନେ ନିଜ ମାତାପିତାଙ୍କୁ ପଚାରୁ ନ ଥିବାବେଳେ ଶ୍ରୀଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ବୃଦ୍ଧଙ୍କ ନିକଟରେ ପହଞ୍ଚତ୍ ସହାୟତାର ହାତ ବଢ଼ାଇଥିବାରୁ ଗ୍ରାମବାସୀ ସାଧୁବାଦ ଜଣାଇଛନ୍ତି। ସୁକଲାଲ୍‌ଙ୍କ ନୂତନ ଗୃହ ନିର୍ମାଣରେ ଟ୍ରଷ୍ଟ ସଭାପତି ଦମନ ମହାନ୍ତି, ଶାନ୍ତନୁ ମଲିକ, ରାଜେଶ ପଣ୍ଡା, କେଦାର ସ୍ବାଇଁ, ବିନୋଦ ପଣ୍ଡା, ସନ୍ତୋଷ ପଟ୍ଟନାୟକ, କାଳନ୍ଦୀ ମଲିକ, ଜୟନ୍ତ ମଲ୍ଲିକ, ଭାବଗ୍ରାହୀ ସାହୁ, ସୁବାଶିଷ ସିଂ, ଅଜୟ ସେଠୀ, ବିକାଶ ମହାରଣା, ହେମନ୍ତ ସାମଲ, ବଣ୍ଟି କାନୁନ୍‌ଗୋ, ଜୟନ୍ତ ଜେନା, ସାଗର ଜେନା ପ୍ରମୁଖ ସହାୟତା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri