Posted inରାଜ୍ୟ

‘ବିଦ୍ରୋହୀ’: ପ୍ରମୁଖ ଭୂମିକାରେ ବ୍ରହ୍ମପୁର ଝିଅ ସୁଲଗ୍ନା

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ): ଷ୍ଟାର୍‌ପ୍ଲସ୍‌ରେ ଆସନ୍ତା ସୋମବାରରୁ ପ୍ରସାରିତ ହେବାକୁ ଥିବା ହିନ୍ଦୀ ସିରିଏଲ ‘ବିଦ୍ରୋହୀ’ରେ ପ୍ରମୁଖ ଭୂମିକାରେ ନଜରକୁ ଆସୁଛନ୍ତି ଓଡ଼ିଆ ଅଭିନେତ୍ରୀ ସୁଲଗ୍ନା ପାଣିଗ୍ରାହୀ। ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ ପାଇକ ବିଦ୍ରୋହ ଓ ସଂଗ୍ରାମୀ ବକ୍ସି ଜଗବନ୍ଧୁଙ୍କୁ ନେଇ ଏହି ଧାରାବାହିକ ପ୍ରସ୍ତୁତ ହୋଇଛି। ଏଥିରେ ବକ୍ସି ଜଗବନ୍ଧୁ ଚରିତ୍ରରେ ଅଭିନେତା ଶରଦ ମାଲହୋତ୍ରା ରହିଥିବାବେଳେ ବକ୍ସିଙ୍କ ସ୍ତ୍ରୀ ଚରିତ୍ରରେ ରହିଛନ୍ତି ସୁଲଗ୍ନା। ବ୍ରହ୍ମପୁରର ଝିଅ ସୁଲଗ୍ନା ଏହା ପୂର୍ବରୁ ଅନେକ ହିନ୍ଦୀ ସିରିଏଲ ଓ ଫିଲ୍ମରେ ମଧ୍ୟ ଅଭିନୟ କରିଛନ୍ତି। ଗତବର୍ଷ ଡିସେମ୍ବରରେ ସେ ଷ୍ଟାଣ୍ଡ୍‌ଅପ୍‌ କମେଡିଆନ ବିଶ୍ୱକଲ୍ୟାଣ ରଥଙ୍କୁ ବିବାହ କରିଥିଲେ। ବିଶ୍ୱକଲ୍ୟାଣ ମଧ୍ୟ ଓଡ଼ିଆ। ସେ ବି ଜାତୀୟ ସ୍ତରରେ ଲୋକପ୍ରିୟ କଳାକାର ଭାବେ ପରିଚିତ। ସେହିପରି ଏହି ସିରିଏଲରେ ଆସିଷ୍ଟାଣ୍ଟ ଡାଇରେକ୍ଟର ଭାବେ କାମ କରୁଛନ୍ତି ଜଣେ ଓଡ଼ିଆ। ସେ ହେଉଛନ୍ତି ରାକେଶ ବେହେରା। ରାକେଶ ମଧ୍ୟ ପୂର୍ବରୁ ଅନେକ ଚଳଚ୍ଚିତ୍ର ଓ ସିରିଏଲରେ ନିଜର ପାରଦର୍ଶିତା ଦେଖାଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri