Posted inUncategorized

ଟଙ୍କାରେ ପ୍ରଲୋଭିତ ହେଲେନି ଚାନ୍ଦବାଲିବାସୀ: ସୁଲତା

ଭଦ୍ରକ,୧୬ା୧୧(ସନାତନ ରାଉତ): ରଙ୍ଗ ବଦଳାଇଲେ ଲୋକଙ୍କ ଭଲପାଇବା ନେଇପାରିବେନି କି ସେମାନଙ୍କ ହୃଦୟ ପରିବର୍ତ୍ତନ କରିପାରିବେ ନାହିଁ। ଭଦ୍ରକ ଜିଲା ଧାମରାରେ ବିଜେଡି ପକ୍ଷରୁ ଆୟୋଜିତ ପାରମ୍ପରିକ ବୋଇତ ବନ୍ଦାଣ ସଭାରେ ରାଜ୍ୟ ସଭା ସଦସ୍ୟା ସୁଲତା ଦେଓ ଭାଜପା ରାଜ୍ୟ ସଭାପତିଙ୍କ ନଁା ନ ନେଇ ଏଭଳି କହିଛନ୍ତି। ଏହି ଅବସରରେ ସେ ଆହୁରି କହିଛନ୍ତି, ଚାନ୍ଦବାଲି ବିଧାନସଭା ନିର୍ବାଚନମଣ୍ଡଳୀରେ ଯିଏ ଲଢ଼ୁଥିଲେ, ବହୁ ଟଙ୍କା ଓ ପାୱାର ବ୍ୟବହାର କରିଥିଲେ ମଧ୍ୟ ଲୋକଙ୍କ ଭଲପାଇବା ବାପି ଭାଇଙ୍କ ସାଙ୍ଗରେ ଅଛି। ଚାନ୍ଦବାଲିବାସୀ ଏଥିରେ ପ୍ରଲୋଭିତ ନ ହୋଇ ବାପି ଭାଇଙ୍କୁ ଜିତାଇଛନ୍ତି ବୋଲି ସୁଲତା କହିଥିଲେ। ଏଥିସହ ସେ କହିଛନ୍ତି ବିଜେଡି ପକ୍ଷରୁ ବୋଇତ ବନ୍ଦାଣ ବେଳେ ସେମାନେ ହୋହଲ୍ଲା କରିବା ସହ ଜୟ ଶ୍ରୀରାମ ନାରାବାଜି କରିଥିଲେ। ହେଲେ ଯେତେ ଜୟ ଶ୍ରୀରାମ କଲେ ବି ଏଠି ବାପି ଭାଇଙ୍କ ଜୟ ହୋଇଛି। ସେମାନଙ୍କ ପାଖରେ ଲୋକ ନାହାନ୍ତି। ବାପି ଭାଇ ଓ ନବୀନ ପଟ୍ଟନାୟକଙ୍କୁ ଭଲ ପାଉଥିବାରୁ ବିଜେଡି ସଭାରେ ବହୁ ଲୋକ ଯୋଗ ଦେଇଛନ୍ତି। ଏଥିସହ ସେ କହିଛନ୍ତି, ବାତ୍ୟା ‘ଦାନା’ ସମୟରେ ଆଶ୍ରୟସ୍ଥଳରେ ଶୁଖିଲା ଚୁଡ଼ା ଖାଇବାକୁ ଦେଇ ରାଜ୍ୟ ସରକାର କୋଟି କୋଟି ଟଙ୍କା ଲୁଟ୍‌ କରିଛନ୍ତି। କ୍ଷୟକ୍ଷତିର ଠିକ୍‌ ଭାବେ ସର୍ଭେ କରାଗଲା ନାହିଁ। କ୍ଷତିଗ୍ରସ୍ତ ଚାଷୀମାନେ ଏହାର ଜବାବ ଦେବେ ବୋଲି ସୁଲତା ସୂଚୀତ କରିଥିଲେ। ତାଙ୍କର ଏହି ଭାଷଣ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଧାମରାଇ ପୀଠରେ ଆୟୋଜିତ ୨୫ତମ ବୋଇତ ବନ୍ଦାଣ ଉତ୍ସବରେ ରାଜ୍ୟ ସଭା ସଦସ୍ୟା ଦେଓଙ୍କ ସହ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ, ଭଣ୍ଡାରିପୋଖରୀ ବିଧାୟକ ସଞ୍ଜୀବ ମଲ୍ଲିକ, ବିଜେଡି ନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଦଳର ବହୁ ନେତା ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକ୍‌ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ...

RCB-RR ପରେ ଶାହରୁଖ ଖାନଙ୍କ KKR ହେବ ବିକ୍ରି! IPL ୨୦୨୬ ନିଲାମ ପରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୯।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ମିନି ନିଲାମ ଡିସେମ୍ବର ୧୬, ୨୦୨୫ରେ ଆବୁଧାବିର ଏତିହାଦ ଆରେନାରେ ଅନୁଷ୍ଠିତ ହୋଇଥିଲା। ନିଲାମର ତିନି...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଟ୍ରାଇଗ୍ଲିସେରାଇଡ୍ ବୃଦ୍ଧିକୁ ନେଇ ଚିନ୍ତିତ କି? ଖାଆନ୍ତୁ ଏହି ସୁପରଫୁଡ୍

ନୂଆଦିଲ୍ଲୀ,୧୭ା୧୨:  ଯଦି ଉଚ୍ଚ ଟ୍ରାଇଗ୍ଲିସେରାଇଡ୍ ସମସ୍ୟାର ତୁରନ୍ତ ସମାଧାନ କରାନଯାଏ, ତେବେ ଗମ୍ଭୀର ଏବଂ ମାରାତ୍ମକ ହୃଦରୋଗର ଆଶଙ୍କା ବହୁଗୁଣିତ ହୋଇପାରେ। ଉଚ୍ଚ ଟ୍ରାଇଗ୍ଲିସେରାଇଡ୍ ହ୍ରାସ କରିବା...

କିଡନୀ ରୋଗରେ ଗୋଟିଏ ପରିବାରର ୨ ଜଣଙ୍କ ମୃତ୍ୟୁ ଘଟଣା, ସରକାରୀ ସହାୟତା ପାଇଁ ଅନୁରୋଧ

ଅମରପାଲି,୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ବହଳପଦର ପଞ୍ଚାୟତର ସୁରଧାପାଲି ( ହୋତାପାଲି) ଗ୍ରାମରେ ଗତ ସପ୍ତାହରେ ୪ ଦିନ ମଧ୍ୟରେ...

ମହିଳାଙ୍କଠାରେ ଏହି ୭ ଲକ୍ଷଣ ଦେଖାଯାଉଥିଲେ ସାବଧାନ! ହୃଦଘାତ…

ନୂଆଦିଲ୍ଲୀ,୧୫।୧୨: ହୃଦଘାତର ସବୁଠାରୁ ସାଧାରଣ ଲକ୍ଷଣ ହେଉଛି ଛାତିରେ ଯନ୍ତ୍ରଣା। କିନ୍ତୁ ଅନେକ କ୍ଷେତ୍ରରେ, ହୃଦଘାତର ଲକ୍ଷଣ ସମ୍ପୂର୍ଣ୍ଣ ଭିନ୍ନ ହୋଇପାରେ, ବିଶେଷକରି ମହିଳାଙ୍କ କ୍ଷେତ୍ରରେ।...

ଦମ ଦେଖାଇଲା ଭାରତ, ପାକିସ୍ତାନକୁ ୯୦ ରନରେ ହରାଇଲା

ନୂଆଦିଲ୍ଲୀ,୧୫।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅନୁଷ୍ଠିତ ବହୁ ପ୍ରତୀକ୍ଷିତ ମ୍ୟାଚରେ, ଭାରତୀୟ ଦଳ ଏକ ଚମତ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri