ଭୁବନେଶ୍ୱରରେ ସୁଲୋଚନା, କଟକରେ ସୁବାସ; ବ୍ରହ୍ମପୁରରେ ସଂଘମିତ୍ରା

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ପୌର ନିର୍ବାଚନର ଫଳାଫଳ ଶନିବାର ପ୍ରକାଶ ପାଇଥିବା ବେଳେ ୩ ମହାନଗର ନିଗମର ମେୟର ପଦବୀ ବିଜେଡି ହାତକୁ ଯାଇଛି। ଭୁବନେଶ୍ୱରରୁ ବିଜେଡିର ସୁଲୋଚନା ଦାସ ବିଜୟୀ ହୋଇଥିବା ବେଳେ କଟକର ସୁବାସ ସିଂ ଏବଂ ବ୍ରହ୍ମପୁରର ସଂଘମିତ୍ରା ଦଳେଇ ବିଜୟ ଲାଭ କରିଛନ୍ତି।

ସୁଲୋଚନା ଦାସ ୬୧୧୪୩ ଖଣ୍ଡ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ସୁନୀତି ମୁଣ୍ଡଙ୍କୁ ପରାଜିତ କରିଛନ୍ତି। ସୁଲୋଚନା ୧ ଲକ୍ଷ ୭୪ ହଜାର ୫୬୨ଖଣ୍ଡ ଭୋଟ୍‌ ପାଇଥିବା ବେଳେ ସୁନୀତି ୧ ଲକ୍ଷ ୧୩ ହଜାର ୪୧୯ ଖଣ୍ଡ ଭୋଟ୍‌ ପାଇଛନ୍ତି। କଂଗ୍ରେସର ମଧୁସ୍ମିତା ଆଚାର୍ଯ୍ୟ ୧୧ ହଜାର ୬ ଖଣ୍ଡ ଭୋଟ୍‌ ପାଇଛନ୍ତି।

ସେହିପରି କଟକ ମହାନଗର ନିଗମରେ ବିଜେଡି ମେୟର ପ୍ରାର୍ଥୀ ସୁବାସ ସିଂ ବିଜୟ ଲାଭ କରିଛନ୍ତି।

ସେହିପରି ବ୍ରହ୍ମପୁରରେ ବିଜେଡିର ମେୟର ପ୍ରାର୍ଥୀ ସଂଘମିତ୍ରା ଦଳେଇ ୨୦୩୨୬ ଖଣ୍ଡ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ସବିତା ସୁଆରଙ୍କୁ ପରାଜିତ କରିଛନ୍ତି।

ସୂଚନାଯୋଗ୍ୟ, ଚଳିତମାସ ୨୪ ତାରିଖରେ ପୌର ନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ଆଜି ଗଣତି ହୋଇଥିଲା। ଏଥିରେ ବିଜେଡି ସଂଖ୍ୟା ଗରିଷ୍ଠତା ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri