ସୁଲୋଚନା କହୁକହୁ କହିଦେଲେ, ଅସଲଲୋକ ମାଷ୍ଟର ମାଇଣ୍ଡ କିଏ…

ଭୁବନେଶ୍ୱର,୨।୭: BMC ହିଂସା ଘଟଣାରେ ମୁହଁ ଖୋଲିଲେ ମେୟର ସୁଲୋଚନା ଦାସ। ସେ କହିଛନ୍ତି,ଏଘଟଣାରେ ସ୍ପଷ୍ଟ ହୋଇ ସାରିଛି ମାଷ୍ଟର ମାଇଣ୍ଡ କିଏ।ଦୃଷ୍ଟାନ୍ତମୂଳକ ଦଣ୍ଡ ମିଳିଲେ କେହି ଆଇନକୁ ହାତକୁ ନେବେ ନାହିଁ।ଆମେ ଅନୁରୋଧ କରି ସଫେଇ କର୍ମଚାରୀଙ୍କୁ କାମରେ ଲଗାଇଛୁ।କିନ୍ତୁ OAS ସଂଘ ନିଷ୍ପତ୍ତି ଅନୁସାରେ ସମସ୍ତେ ଛୁଟିରେ ଅଛନ୍ତି।BMCରେ ମଧ୍ୟ ସମସ୍ତେ ଛୁଟିରେ ରହିଛନ୍ତି।ମୟର ଭାବେ ମୁଁ ସମର୍ଥନ କରୁଛି ଓ ସେମାନଙ୍କ ସହ ରହିଛି।ମୁଖ୍ୟ ଅଭିଯୁକ୍ତ ନ ଧରା ହେବା ଯାଏଁ କାମରେ ଯୋଗ ଦେବୁ ନାହିଁ।କମିଶନର ନିଜେ କହିଛନ୍ତି ଆଇନର ଊଦ୍ଧର୍‌ବରେ କେହି ନୁହଁନ୍ତି।

 

ଭୁବନେଶ୍ୱର ମହାନଗର ନିଗମ (BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରେ ଆକ୍ରମଣ ଘଟଣାକୁ ନେଇ ମୁହଁ ଖୋଲିରେ ଜଗନ୍ନାଥ ପ୍ରଧାନ। କହୁକହୁ କହିଦେଲେ  ସବୁ ସତ କଥା।  ମୋତେ BMC ଅତିରିକ୍ତ କମିଶନର ରତ୍ନାକର ଖରାପ ବ୍ୟବହାର କରିଥିଲେ ବୋଲି ଜଗନ୍ନାଥ କହିଛନ୍ତି। ଜଣେ ସ୍ବଚ୍ଛ ସାଥୀ ଭଉଣୀଙ୍କୁ ଦୁର୍ବ୍ୟବହାର ନେଇ ଫୋନ କରିଥିଲି। ମୋତେ ତମେ କିଏ, କାହିଁକି ପଚାରୁଛ କହି ବ୍ୟବହାର ଖରାପ କରିଥିଲେ। ସେଥିପାଇଁ ସୋସିଆଲ ମିଡିଆରେ ଗୋଟିଏ ହାତରେ ତାଳି ବାଜେନି ଲେଖିଥିଲି। ୩୪ ନଂ ୱାର୍ଡ ସ୍ବଚ୍ଛ ସାଥୀ ଭଉଣୀଙ୍କ ଜାତିକୁ ନେଇ ଆକ୍ଷେପ କରିଥିଲେ। କାହିଁକି ଭାଜପା ରାଲିକୁ ଯାଉଛ କହି ତାଗିଦ ମଧ୍ୟ କରିଥିଲେ। ସ୍ବଚ୍ଛ ସାଥୀ ଭଉଣୀ ଜଣଙ୍କ ଖାରବେଳନଗର ଥାନାରେ ଏତଲା ମଧ୍ୟ କରିଛନ୍ତି।

ଘଟଣାକୁ ନେଇ ଜଗନ୍ନାଥ ସୋମବାର ପ୍ରତିକ୍ରିୟା ରଖିଥିଲେ। ଏହି ଘଟଣା ନିନ୍ଦନୀୟ ବୋଲି କହି ସେ ଏହାକୁ ଢାଙ୍କିବାକୁ କେହି ଚେଷ୍ଟା କରିବେ ନାହିଁ ବୋଲି ଦାବି କରିଛନ୍ତି। ରିପୋର୍ଟ ଅନୁସାରେ, ଅଭିଯୁକ୍ତ ଯୁବକମାନେ ରତ୍ନାକର ସାହୁଙ୍କୁ ‘ଜଗା ଭାଇଙ୍କ ସହ କଥା ହୋଇଛି କି?’ ବୋଲି ପଚାରି ଆକ୍ରମଣ କରିଥିଲେ। ଏହି ଅଭିଯୁକ୍ତମାନେ ଜଗନ୍ନାଥ ପ୍ରଧାନଙ୍କ ସମର୍ଥକ ବୋଲି ଅଭିଯୋଗ ହୋଇଛି। ଏ ସମ୍ପର୍କରେ ପ୍ରଧାନ କହିଛନ୍ତି, ମୁଁ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ କିମ୍ବା ଦୁଇଜଣଙ୍କୁ ଚିହ୍ନେ। ମୁଁ ସେମାନଙ୍କ ସହ କଥା ହୋଇଛି। ଏହା ଏକ ନିନ୍ଦନୀୟ ଘଟଣା।

ଅଭିଯୁକ୍ତମାନଙ୍କୁ ‘ତାଙ୍କ ପିଲା’ ବୋଲି ପଚରା ଯିବାରୁ ପ୍ରଧାନ କହିଛନ୍ତି, ଭାଜପା ସରକାର ଜନତାର ସରକାର। ଅତିରିକ୍ତ କମିଶନର ମଧ୍ୟ ଆମର। କାହାକୁ ‘ମୋ ପିଲା’ କୁହାଯିବ ନାହିଁ, ସେମାନଙ୍କୁ ଦୋଷୀ ମାନିବାକୁ ପଡ଼ିବ। ସେ ଆହୁରି କହିଛନ୍ତି, ଭାଜପା ଆମର ପରିବାର, ଏହା ଜନତାର ସରକାର। ମୁଁ ପୁଲିସ ସହ କଥା ହୋଇଛି, ସେମାନେ କାର୍ଯ୍ୟାନୁଷ୍ଠାନ ନେବେ।

ଘଟଣାର କାରଣ ସମ୍ପର୍କରେ ପଚରାଯିବାରୁ ପ୍ରଧାନ କହିଛନ୍ତି, ଏହା ଖା ଭୁଞ୍ଜ ଗିଳି କୁ ନେଇ ଏମିତି ଘଟିଛି ବୋଲି ଜଗନ୍ନାଥ କହିଛନ୍ତି। ଏହା ପୁନରାବୃତ୍ତି ନହେବ ବୋଲି ପଚରାଯିବାରୁ ସେ କହିଛନ୍ତି, ଭବିଷ୍ୟତରେ କ’ଣ ହେବ ତାହା କହି ହେବ ନାହିଁ। ସବୁକିଛିର ଗ୍ୟାରେଣ୍ଟି ଦିଆଯାଇ ପାରିବ ନାହିଁ। ସେ ବିଜେଡିକୁ ଟାର୍ଗେଟ କରି କହିଛନ୍ତି, ବିଜେଡିର ଇତିହାସ ସମସ୍ତେ ଜାଣନ୍ତି। ସେମାନେ ଏବେ ନୂଆ ମଜାକ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?