Posted inଖେଳ

ଓଡ଼ିଶାର ଅମନଦୀପ, ସୁନୀଲ, ସୁନୀତ ସାମିଲ

ବେଙ୍ଗାଲୁରୁ, ୧୦।୧୦: ସୁଲତାନ ଜୋହର କପ୍‌ ଜୁନିୟର ହକି ଟୁର୍ନାମେଣ୍ଟର ୧୧ଶ ସଂସ୍କରଣ ମାଲେସିଆର ଜୋହରଠାରେ ଚଳିତ ମାସ ୨୭ରୁ ନଭେମ୍ବର ୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପୂର୍ବରୁ ଏହି ପ୍ରତିଯୋଗିତାରେ ୬ଟି ଲେଖାଏ ଦଳ ଖେଳୁଥିବାବେଳେ ଏଥର ଏହା ୮ ଦଳ ବିଶିଷ୍ଟ ହେବ। ଜୁନିୟର ସ୍ତରର ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ସୋମବାର ୨୦ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାର ଅମନଦୀପ ଲାକ୍ରା ସୁନୀଲ ଜୋଜୋ, ସୁନୀତ ଲାକ୍ରା ସାମିଲ ହୋଇଛନ୍ତି। ଉତ୍ତମ ସିଂଙ୍କୁ ଭାରତୀୟ ଦଳର ଅଧିନାୟକ ଓ ରାଜିନ୍ଦର ସିଂଙ୍କୁ ଉପ ଅଧିନାୟକ କରାଯାଇଛି। ଭାରତ ପୁଲ୍‌ ‘ବି’ରେ ମାଲେସିଆ, ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ସହିତ ସ୍ଥାନ ପାଇଛି। ପୁଲ୍‌ ‘ଏ’ରେ ଜର୍ମାନୀ, ଅଷ୍ଟ୍ରେଲିଆ, ଦକ୍ଷିଣ ଆଫ୍ରିକା ଓ ଗ୍ରେଟ ବ୍ରିଟେନ ଦଳ ରହିଛନ୍ତି। ପ୍ରତି ଗ୍ରୁପ୍‌ର ଶ୍ରେଷ୍ଠ ୨ଟି ଲେଖାଏ ଦଳ ସେମିଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିବେ। ଆଗାମୀ ପ୍ରତିଯୋଗିତାରେ ଭାରତୀୟ ଦଳର ଉତ୍ତମ ପ୍ରଦର୍ଶନକୁ ନେଇ କୋଚ୍‌ ସି.ଆର. କୁମାର ବେଶ୍‌ ଆଶାବାଦୀ ଅଛନ୍ତି। ଅଧିନାୟକ ଉତ୍ତମ ସିଂ କହିଛନ୍ତି ଯେ, ପ୍ରତିଯୋଗିତା ପାଇଁ ସମସ୍ତ ଖେଳାଳି ଟ୍ରେନିଂ ସମୟରେ କଠିନ ପରିଶ୍ରମ କରିଛନ୍ତି। ମ୍ୟାଚବେଳେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଅପେକ୍ଷାରେ ଅଛନ୍ତି। ଆଗକୁ ଜୁନିୟର ହକି ବିଶ୍ୱକପ ଆସୁଥିବାରୁ ଏଥରର ସୁଲତାନ ଜୋହର କପ୍‌ ସବୁ ଦଳ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।
ଭାରତୀୟ ଦଳ
ଗୋଲକିପର୍ସ: ମୋହିତ ଏଚ୍‌.ଏସ୍‌., ରଣବିଜୟ ସିଂ ଯାଦବ।
ଡିଫେଣ୍ଡର୍ସ: ଅମନଦୀପ ଲାକ୍ରା, ରୋହିତ, ସୁନୀଲ ଜୋଜୋ, ସୁଖବିନ୍ଦର, ଅମିର ଅଲୀ, ଯୋଗେମ୍ବର ରାଓ୍ବତ।
ମିଡ୍‌ଫିଲ୍ଡର୍ସ: ବିଷ୍ଣୁକାନ୍ତ ସିଂ, ପୁଭନ୍ନା ସି.ବି., ରାଜିନ୍ଦର ସିଂ, ସୁନୀତ ଲାକ୍ରା, ଅବଦୁଲ ଆହଦ।
ଫରଓ୍ବାଡର୍‌ସ: ଉତ୍ତମ ସିଂ, ଅରୁଣ ସାହାଣି, ଆଦିତ୍ୟ ଲାଲାଗେ, ଅଙ୍ଗଦ ବୀର ସିଂ, ଗୁରଜୋତ ସିଂ, ସତୀଶ ବି.।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୁଜରାଟକୁ ଶକ୍ତ ଧକ୍କା: ଆର୍‌ସିବିର ଦମ୍‌ଦାର ବିଜୟ

ଅହମଦାବାଦ, ୨୮।୪:ଓ୍ବିଲ ଜ୍ୟାକ୍ସଙ୍କ ବିସ୍ଫୋରକ ଶତକ ଏବଂ ବିରାଟ କୋହଲିଙ୍କ ଦ୍ରୁତ ଅର୍ଦ୍ଧଶତକ ବଳରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ରବିବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର...

ଟି୨୦ ବିଶ୍ୱକପ୍‌ ଲାଗି ଟିମ୍‌ ଇଣ୍ଡିଆ ଚୟନ ପୂର୍ବରୁ ବଡ଼ ଖବର: ଈଶାନଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ; ଜାଣନ୍ତୁ ମାମଲା…

ନୂଆଦିଲ୍ଲୀ,୨୮।୪: ଟି୨୦ ବିଶ୍ୱକପ୍‌ ୨୦୨୪ ଲାଗି ଟିମ୍‌ ଇଣ୍ଡିଆ ଚୟନ କେବେ ବି ହୋଇପାରେ। ଓ୍ବେଷ୍ଟଇଣ୍ଡିଜ ଏବଂ ଆମେରିକାରେ ହେବାକୁ ଥିବା ଏହି ଆଇସିସି ଟୁର୍ନାମେଣ୍ଟ...

ଟି-୨୦ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ପ୍ରଥମ ବୋଲର୍‌ ଭାବେ ହାସଲ କଲେ ବଡ଼ କାରନାମା

ଇସଲାମାବାଦ୍‌,୨୮।୪:ନ୍ୟୁଜିଲାଣ୍ଡ ବିପକ୍ଷ ପଞ୍ଚମ ଟି-୨୦ ମ୍ୟାଚରେ ପାକିସ୍ତାନ ପେସ୍‌ ଶାହିନ ଆଫ୍ରିଦି ଏକ ଚମତ୍କାର ରେକର୍ଡ ସୃଷ୍ଟି କରି ଟି -୨୦ କ୍ରିକେଟ ରେ ଇତିହାସ...

ପରିବାର ସହ ପ୍ରଥମ ଆଇପିଏଲ ଫିଫ୍ଟିର ଉତ୍ସବ ପାଳିଲେ ଧ୍ରୁବ, ଭିଡିଓକୁ ମିଳୁଛି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୨୮।୪: ଶନିବାର ଆଇପିଏଲ ୨୦୨୪ର ୪୪ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ୱିକେଟ କିପର ବ୍ୟାଟ୍ସମ୍ୟାନ ଧ୍ରୁବ ଜୁରେଲ ଲକ୍ଷ୍ନୌ ସୁପରଜିଆଣ୍ଟସ ବିପକ୍ଷରେ ଆଇପିଏଲ କ୍ୟାରିୟରର...

ଲଜ୍ଜାଜନକ ରେକର୍ଡ ହାସଲ କଲେ ମୁମ୍ବାଇ ଇଣ୍ଡିଆନ୍ସର ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୮।୪: ଆଇପିଏଲ ୨୦୨୪ରେ ୪୩ତମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିଲା। ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍ରେ ମୁମ୍ବାଇକୁ ୧୦...

ଭାରତକୁ ଓ୍ବାର୍ଲଡ କପ ଜିତାଇ ଥିବା ଏବେ ପାକିସ୍ତାନର କୋଚ, ପିସିବି ଦେଲା ଏହି ଦାୟିତ୍ୱ

ନୂଆଦିଲ୍ଲୀ,୨୮।୪: ଟି -୨୦ ବିଶ୍ୱକପ ୨୦୨୪ପୂର୍ବରୁ ପାକିସ୍ତାନ ଦଳ ତା’ର କୋଚ ବଦଳାଇଛି । ହ୍ବାଇଟ ବଲ ଫର୍ମାଟ (ଓ୍ବାନଡେ ଏବଂ ଟି ୨୦) ରେ...

ପ୍ଲେ ଅଫ୍‌ ରେସ୍‌ ହେଉଛି ରୋଚକ: ଏପର୍ଯ୍ୟନ୍ତ ସମସ୍ତ ଦଳ ପାଇଁ ରାସ୍ତା ଖୋଲା

ନୂଆଦିଲ୍ଲୀ,୨୮।୪: ଆଇପିଏଲ ୨୦୨୪ରେ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରୁଥିବା ଦଳର ଚିତ୍ର ସ୍ପଷ୍ଟ ହୋଇନାହିଁ। ୧୬ ପଏଣ୍ଟ ସହ ଏକ ନମ୍ବରରେ ଥିବା...

ଟି-୨୦ ଓ୍ବାର୍ଲଡ କପ ପାଇଁ ଭାରତୀୟ ଟିମ ଚୟନ କଲେ ହରଭଜନ, ମୟଙ୍କ ଯାଦବଙ୍କୁ ସାମିଲ କରି ସମସ୍ତଙ୍କୁ ଚମକାଇ ଦେଲେ

ନୂଆଦିଲ୍ଲୀ,୨୮।୪: ଟି -୨୦ ବିଶ୍ୱକପ ୨୦୨୪ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଛି। ଏହି ମେଗା ଇଭେଣ୍ଟ ଜୁନ ୧ ରୁ ୱେଷ୍ଟଇଣ୍ଡିଜ ଏବଂ ଆମେରିକାରେ ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri