Posted inଖେଳ

ଓଡ଼ିଶାର ଅମନଦୀପ, ସୁନୀଲ, ସୁନୀତ ସାମିଲ

ବେଙ୍ଗାଲୁରୁ, ୧୦।୧୦: ସୁଲତାନ ଜୋହର କପ୍‌ ଜୁନିୟର ହକି ଟୁର୍ନାମେଣ୍ଟର ୧୧ଶ ସଂସ୍କରଣ ମାଲେସିଆର ଜୋହରଠାରେ ଚଳିତ ମାସ ୨୭ରୁ ନଭେମ୍ବର ୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପୂର୍ବରୁ ଏହି ପ୍ରତିଯୋଗିତାରେ ୬ଟି ଲେଖାଏ ଦଳ ଖେଳୁଥିବାବେଳେ ଏଥର ଏହା ୮ ଦଳ ବିଶିଷ୍ଟ ହେବ। ଜୁନିୟର ସ୍ତରର ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ସୋମବାର ୨୦ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାର ଅମନଦୀପ ଲାକ୍ରା ସୁନୀଲ ଜୋଜୋ, ସୁନୀତ ଲାକ୍ରା ସାମିଲ ହୋଇଛନ୍ତି। ଉତ୍ତମ ସିଂଙ୍କୁ ଭାରତୀୟ ଦଳର ଅଧିନାୟକ ଓ ରାଜିନ୍ଦର ସିଂଙ୍କୁ ଉପ ଅଧିନାୟକ କରାଯାଇଛି। ଭାରତ ପୁଲ୍‌ ‘ବି’ରେ ମାଲେସିଆ, ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ସହିତ ସ୍ଥାନ ପାଇଛି। ପୁଲ୍‌ ‘ଏ’ରେ ଜର୍ମାନୀ, ଅଷ୍ଟ୍ରେଲିଆ, ଦକ୍ଷିଣ ଆଫ୍ରିକା ଓ ଗ୍ରେଟ ବ୍ରିଟେନ ଦଳ ରହିଛନ୍ତି। ପ୍ରତି ଗ୍ରୁପ୍‌ର ଶ୍ରେଷ୍ଠ ୨ଟି ଲେଖାଏ ଦଳ ସେମିଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିବେ। ଆଗାମୀ ପ୍ରତିଯୋଗିତାରେ ଭାରତୀୟ ଦଳର ଉତ୍ତମ ପ୍ରଦର୍ଶନକୁ ନେଇ କୋଚ୍‌ ସି.ଆର. କୁମାର ବେଶ୍‌ ଆଶାବାଦୀ ଅଛନ୍ତି। ଅଧିନାୟକ ଉତ୍ତମ ସିଂ କହିଛନ୍ତି ଯେ, ପ୍ରତିଯୋଗିତା ପାଇଁ ସମସ୍ତ ଖେଳାଳି ଟ୍ରେନିଂ ସମୟରେ କଠିନ ପରିଶ୍ରମ କରିଛନ୍ତି। ମ୍ୟାଚବେଳେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଅପେକ୍ଷାରେ ଅଛନ୍ତି। ଆଗକୁ ଜୁନିୟର ହକି ବିଶ୍ୱକପ ଆସୁଥିବାରୁ ଏଥରର ସୁଲତାନ ଜୋହର କପ୍‌ ସବୁ ଦଳ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।
ଭାରତୀୟ ଦଳ
ଗୋଲକିପର୍ସ: ମୋହିତ ଏଚ୍‌.ଏସ୍‌., ରଣବିଜୟ ସିଂ ଯାଦବ।
ଡିଫେଣ୍ଡର୍ସ: ଅମନଦୀପ ଲାକ୍ରା, ରୋହିତ, ସୁନୀଲ ଜୋଜୋ, ସୁଖବିନ୍ଦର, ଅମିର ଅଲୀ, ଯୋଗେମ୍ବର ରାଓ୍ବତ।
ମିଡ୍‌ଫିଲ୍ଡର୍ସ: ବିଷ୍ଣୁକାନ୍ତ ସିଂ, ପୁଭନ୍ନା ସି.ବି., ରାଜିନ୍ଦର ସିଂ, ସୁନୀତ ଲାକ୍ରା, ଅବଦୁଲ ଆହଦ।
ଫରଓ୍ବାଡର୍‌ସ: ଉତ୍ତମ ସିଂ, ଅରୁଣ ସାହାଣି, ଆଦିତ୍ୟ ଲାଲାଗେ, ଅଙ୍ଗଦ ବୀର ସିଂ, ଗୁରଜୋତ ସିଂ, ସତୀଶ ବି.।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?