Posted inଜାତୀୟ

ତିନି ଦିନିଆ ଭାରତ ଗସ୍ତରେ ଓମାନର ସୁଲତାନ ହୈଥମ ବିନ ତାରିକ

ନୂଆଦିଲ୍ଲୀ,୧୬।୧୨: ଆରବ ଦେଶର ସର୍ବ ପୁରାତନ ସ୍ବାଧୀନ ରାଷ୍ଟ୍ର ଓମାନର ସୁଲତାନ ହୈଥମ ବିନ ତାରିକ ତାଙ୍କର ପ୍ରଥମ ରାଜକୀୟ ଗସ୍ତରେ ଭାରତରେ ପହଞ୍ଚିଛନ୍ତି। ସକାଳେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ରାଷ୍ଟ୍ରପତି ଭବନରେ ସ୍ବାଗତ କରଛନ୍ତି।
୩ ଦିନିଆ ଭାରତ ଗସ୍ତରେ ସୁଲତାନ ହୈଥମ ବିନ ତାରିକ ଶୁକ୍ରବାର ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଏଠାରେ ତାଙ୍କୁ କେନ୍ଦ୍ର ବିଦେଶ ରାଜ୍ୟ ମନ୍ତ୍ରୀ ଭି. ମୁରଲୀଧରନ ସ୍ବାଗତ କରିଥିଲେ। ଏହି ଗସ୍ତ ଭାରତ ଏବଂ ଓମାନ ମଧ୍ୟରେ ବନ୍ଧୁତା ଏବଂ ଦ୍ୱିପାକ୍ଷିକ ସମ୍ପର୍କକୁ ମଜବୁତ କରିବ।
ଗସ୍ତର ପ୍ରଥମ ଦିନରେ ସୁଲତାନ ବର୍ହିବ୍ୟାପାର ମନ୍ତ୍ରୀ ଡ. ଏସ ଜୟଶଙ୍କରଙ୍କୁ ଭେଟିଥିଲେ। ଏହି ସମୟରେ ଉଭୟ ଦେଶ ସହ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ଜୟଶଙ୍କର କହିଛନ୍ତି ଯେ ଭାରତ ଏବଂ ଓମାନ ମଧ୍ୟରେ ରଣନୀତିକ ଭାଗିଦାରୀକୁ ଆହୁରି ଗଭୀର କରିବା ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ସୁଲତାନଙ୍କ ମାର୍ଗଦର୍ଶନକୁ ଗୁରୁତ୍ୱ ଦେଇଥାଏ। ଏହି ରାଜକୀୟ ଗସ୍ତ ଆରମ୍ଭରେ ଓମାନର ମହାରାଜା ସୁଲତାନ ହୈଥମ ବିନ ତାରିକଙ୍କୁ ଭେଟିବା ଏକ ଗୌରବର ବିଷୟ।
ସୂଚନାଯୋଗ୍ୟ, ଚଳିତ ବର୍ଷ ବିଦେଶ ରାଜ୍ୟ ମନ୍ତ୍ରୀ ଭି ମୁରଲୀଧରନ ଓମାନ ଗସ୍ତରେ ଯାଇଛନ୍ତି। ୧୮-୧୯ ଅକ୍ଟୋବରରେ ସୁଲତାନ ତାଙ୍କର ଗସ୍ତ ପରେ ଭାରତରେ ପହଞ୍ଚିଛନ୍ତି। ଭାରତରେ ପହଞ୍ଚିବା ପରେ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି କହିଛନ୍ତି ଯେ ତାଙ୍କର ଏହି ଗସ୍ତ ଭାରତ ଓ ଓମାନ ମଧ୍ୟରେ ସମ୍ପର୍କକୁ ଆହୁରି ମଜବୁତ କରିବ। ଏହି ଗସ୍ତ ଦୁଇ ଦେଶ ମଧ୍ୟରେ ପାରସ୍ପରିକ ସହଯୋଗ ଏବଂ ବନ୍ଧୁତାକୁ ଆହୁରି ଗଭୀର କରିବାରେ ମଧ୍ୟ ପ୍ରଭାବଶାଳୀ ହେବ। ଓମାନ ୧୫୦ରୁ ଅଧିକ କାର୍ଯ୍ୟ ଗୋଷ୍ଠୀ ବୈଠକରେ ସକ୍ରିୟ ଭାବରେ ଅଂଶଗ୍ରହଣ କରିଥିଲେ। ଓମାନର ୯ଜଣ ମନ୍ତ୍ରୀ ଜି -୨୦ଦେଶର ମନ୍ତ୍ରୀସ୍ତରୀୟ ବୈଠକରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ଖୁବଶୀଘ୍ର ଖୋଲିବ…ଶୁଣିଲେ ସବୁ ଦେଶ ହୋଇଯିବେ ଖୁସି

ଓ୍ବାଶିଂଟନ୍‌,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଲୋଚନା ସଫଳ ହେଲେ ହର୍ମୁଜ ପ୍ରଣାଳୀ (ଯାହା ଯୁଦ୍ଧ ଏବଂ ସଂଘର୍ଷ ଯୋଗୁ ପ୍ରାୟ…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଖାମେନେଇଙ୍କ ମୃତ୍ୟୁର ୪୮ ଘଣ୍ଟା ପୂର୍ବରୁ ଟ୍ରମ୍ପଙ୍କୁ ଫୋନ କରିଥିଲେ ନେତାନ୍ୟାହୁ, କହିଥିଲେ ବଡ଼ ଗୁମର କଥା, ଜାଣନ୍ତୁ…

ଓ୍ବାଶିଂଟନ,୨୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ଆରମ୍ଭ ହେବାର ୪୮ ଘଣ୍ଟା ପୂର୍ବରୁ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ…

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

ପେଟ୍ରୋଡଲାର ସାମ୍ରାଜ୍ୟ

ପୃଥିବୀର କୌଣସି ଏକ ପେଟ୍ରୋଲ୍‌ ପମ୍ପରେ ଗାଡ଼ିରେ ଇନ୍ଧନ ଭରିବା ଦୃଶ୍ୟ ସାଧାରଣ ହୋଇପାରେ, କିନ୍ତୁ ଏହା ପ୍ରଚ୍ଛଦପଟରେ ଏକ ବିଶାଳ ଆର୍ଥିକ ବ୍ୟବସ୍ଥା କାମ କରୁଥାଏ,…

ଦୁବାଇରେ ଧରାପଡ଼ିଲେ ଭାରତର ମୋଷ୍ଟ ୱାଣ୍ଟେଡ ଡ୍ରଗ୍ସ ମାଫିଆ! ଖୁବଶୀଘ୍ର ଆସିବେ ଭାରତ

ନୂଆଦିଲ୍ଲୀ,୨୪।୩: ଭାରତର ଡ୍ରଗ ମାଫିଆଙ୍କ ଜଣେ ପ୍ରମୁଖ ବ୍ୟକ୍ତି ଜସବିନ୍ଦର ଓରଫ ‘ଜାଜ’କୁ ଦୁବାଇରେ ଗିରଫ କରାଯାଇଛି। ଭାରତୀୟ ଏଜେନ୍ସିଗୁଡ଼ିକର ନିର୍ଦ୍ଦେଶରେ ଇଣ୍ଟରପୋଲ ସହାୟତାରେ ଏହି ଅପରେଶନ…

ଆମେରିକା ଅପଦସ୍ଥ

ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜକୁ ୪୮ ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ ଖୋଲା ନ କଲେ ଇରାନକୁ ଭୟାବହ ସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri