ଜାତୀୟସ୍ତରୀୟରେ ଖେଳିବେ ସୁମନ୍ତି ରାଜହଂସ

ଅମରପାଲି,୧୦ା୯(ପୀତାମ୍ବର ସାହୁ):ଜାତୀୟସ୍ତରୀୟ ଆଥଲେଟିକରେ ଅଂଶଗ୍ରହଣ କରିବେ ସୁମନ୍ତି ରାଜହଂସ। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର ପଞ୍ଚାୟତ ସେରଗେଡା ସରକାରୀ ୟୁପିର ଅଷ୍ଟମ ଶ୍ରେଣୀର ଛାତ୍ରୀ ସୁମନ୍ତି ୩୬ତମ ପୂର୍ବାଞ୍ଚଳ ଜୁନିୟର ଆଥଲେଟିକ ଚାମ୍ପିୟନଶିପ-୨୦୨୫ରେ ସଫଳତା ପାଇ ଜାତୀୟସ୍ତରରେ ଅଂଶଗ୍ରହଣ କରିବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଚଳିତ ସେପ୍ଟେମ୍ବର ୬ ଓ ୭ରେ କଟକ ବାରବାଟୀ ଷ୍ଟାଡିୟମରେ ହୋଇଥିବା ୩୬ତମ ପୂର୍ବାଞ୍ଚଳ ଜୁନିୟର ଆଥଲେଟିକ ଚାମ୍ପିୟନଶିପରେ ଟ୍ରାଇଥଲନ-ସିର ୧୪ବର୍ଷରୁ କମ୍‌ ବାଳିକା ବର୍ଗରେ ସେ ଅଂଶଗ୍ରହଣ କରି ଏହି ସଫଳତା ପାଇଛନ୍ତି। ଏଥିରେ ହୋଇଥିବା ୬୦ମିଟର ଦୌଡ ଓ ୬ଶହ ଦୌଡ଼ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଏବଂ ଲମ୍ବଡ଼ିଆଁ ପ୍ରତିଯୋଗିତାରେ ଦ୍ୱିତୀୟ ସ୍ଥାନ ହାସଲ କରି ଜାତୀୟ ଖେଳିବାକୁ ଯୋଗ୍ୟ ହୋଇଛନ୍ତି। ସେ ଆସନ୍ତା ୨୨ରୁ ୨୪ତାରିଖ ପର୍ଯ୍ୟନ୍ତ ଝାଡ଼ଖଣ୍ଡର ରାଞ୍ଚିରେ ହେବାକୁ ଥିବା ଜାତୀୟସ୍ତରୀୟ ଆଥଲେଟିକରେ ୧୪ବର୍ଷରୁ କମ ବାଳିକା ବର୍ଗର ଟ୍ରାଇଥଲନ-ସି ରେ ୬୦ମିଟର ଦୌଡ, ୬ଶହ ମିଟର ଦୌଡ ଓ ଲମ୍ବଡ଼ିଆଁରେ ଅଂଶଗ୍ରହଣ କରିବେ। ସେ ଗତବର୍ଷ ମଧ୍ୟ ସ୍କୁଲସ୍ତରୀୟ ଜାତୀୟ ଖେଳକୁଦରେ ୬ଶହ ମିଟର ଦୌଡ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ତାଙ୍କର ଏହି ସଫଳତାରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ ଜଗଦଲା, ପଞ୍ଚାୟତ ସମିତି ଅଧ୍ୟକ୍ଷା ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା, ପ୍ରଶିକ୍ଷକ ମହମ୍ମଦ କଲିମ, ସେରଗେଡ଼ା ସ୍କୁଲ ପ୍ରଧାନ ଶିକ୍ଷକ ବିଜୟ କୁମାର ମହାପାତ୍ର, ଶିକ୍ଷକ ସୁନୀଲ କୁମାର ମହାପାତ୍ର, ସଞ୍ଜୀବ କୁମାର ବାରିକ, କରୁଣାକର ମହାନନ୍ଦ, ମଧୁସୂଦନ ସାହୁ ଏବଂ ଅଞ୍ଚଳର କ୍ରୀଡାବିତ ଶୁଭେଚ୍ଛା ଜଣାଇଛନ୍ତି। ତାଙ୍କ ବାପା ମାନଭଞ୍ଜନ ରାଜହଂସ ଓ ମା’ କେତକୀ ରାଜହଂସ ଶ୍ରମିକ ଶ୍ରେଣୀର ହୋଇଥିବା ବେଳେ ଝିଅର ଏହି ସଫଳତା ପାଇଁ ସେମାନେ ଖୁସିବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର...

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri