ଜାତୀୟସ୍ତରୀୟରେ ଖେଳିବେ ସୁମନ୍ତି ରାଜହଂସ

ଅମରପାଲି,୧୦ା୯(ପୀତାମ୍ବର ସାହୁ):ଜାତୀୟସ୍ତରୀୟ ଆଥଲେଟିକରେ ଅଂଶଗ୍ରହଣ କରିବେ ସୁମନ୍ତି ରାଜହଂସ। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର ପଞ୍ଚାୟତ ସେରଗେଡା ସରକାରୀ ୟୁପିର ଅଷ୍ଟମ ଶ୍ରେଣୀର ଛାତ୍ରୀ ସୁମନ୍ତି ୩୬ତମ ପୂର୍ବାଞ୍ଚଳ ଜୁନିୟର ଆଥଲେଟିକ ଚାମ୍ପିୟନଶିପ-୨୦୨୫ରେ ସଫଳତା ପାଇ ଜାତୀୟସ୍ତରରେ ଅଂଶଗ୍ରହଣ କରିବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଚଳିତ ସେପ୍ଟେମ୍ବର ୬ ଓ ୭ରେ କଟକ ବାରବାଟୀ ଷ୍ଟାଡିୟମରେ ହୋଇଥିବା ୩୬ତମ ପୂର୍ବାଞ୍ଚଳ ଜୁନିୟର ଆଥଲେଟିକ ଚାମ୍ପିୟନଶିପରେ ଟ୍ରାଇଥଲନ-ସିର ୧୪ବର୍ଷରୁ କମ୍‌ ବାଳିକା ବର୍ଗରେ ସେ ଅଂଶଗ୍ରହଣ କରି ଏହି ସଫଳତା ପାଇଛନ୍ତି। ଏଥିରେ ହୋଇଥିବା ୬୦ମିଟର ଦୌଡ ଓ ୬ଶହ ଦୌଡ଼ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଏବଂ ଲମ୍ବଡ଼ିଆଁ ପ୍ରତିଯୋଗିତାରେ ଦ୍ୱିତୀୟ ସ୍ଥାନ ହାସଲ କରି ଜାତୀୟ ଖେଳିବାକୁ ଯୋଗ୍ୟ ହୋଇଛନ୍ତି। ସେ ଆସନ୍ତା ୨୨ରୁ ୨୪ତାରିଖ ପର୍ଯ୍ୟନ୍ତ ଝାଡ଼ଖଣ୍ଡର ରାଞ୍ଚିରେ ହେବାକୁ ଥିବା ଜାତୀୟସ୍ତରୀୟ ଆଥଲେଟିକରେ ୧୪ବର୍ଷରୁ କମ ବାଳିକା ବର୍ଗର ଟ୍ରାଇଥଲନ-ସି ରେ ୬୦ମିଟର ଦୌଡ, ୬ଶହ ମିଟର ଦୌଡ ଓ ଲମ୍ବଡ଼ିଆଁରେ ଅଂଶଗ୍ରହଣ କରିବେ। ସେ ଗତବର୍ଷ ମଧ୍ୟ ସ୍କୁଲସ୍ତରୀୟ ଜାତୀୟ ଖେଳକୁଦରେ ୬ଶହ ମିଟର ଦୌଡ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ତାଙ୍କର ଏହି ସଫଳତାରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ ଜଗଦଲା, ପଞ୍ଚାୟତ ସମିତି ଅଧ୍ୟକ୍ଷା ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା, ପ୍ରଶିକ୍ଷକ ମହମ୍ମଦ କଲିମ, ସେରଗେଡ଼ା ସ୍କୁଲ ପ୍ରଧାନ ଶିକ୍ଷକ ବିଜୟ କୁମାର ମହାପାତ୍ର, ଶିକ୍ଷକ ସୁନୀଲ କୁମାର ମହାପାତ୍ର, ସଞ୍ଜୀବ କୁମାର ବାରିକ, କରୁଣାକର ମହାନନ୍ଦ, ମଧୁସୂଦନ ସାହୁ ଏବଂ ଅଞ୍ଚଳର କ୍ରୀଡାବିତ ଶୁଭେଚ୍ଛା ଜଣାଇଛନ୍ତି। ତାଙ୍କ ବାପା ମାନଭଞ୍ଜନ ରାଜହଂସ ଓ ମା’ କେତକୀ ରାଜହଂସ ଶ୍ରମିକ ଶ୍ରେଣୀର ହୋଇଥିବା ବେଳେ ଝିଅର ଏହି ସଫଳତା ପାଇଁ ସେମାନେ ଖୁସିବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri