Posted inଖେଳ

ସୁମାରିଓ୍ବାଲା ତୃତୀୟ ଥର ନିର୍ବାଚିତ

ଗୁରୁଗ୍ରାମ: ଆଡିଲ ସୁମାରିଓ୍ବାଲ ଶନିବାର ତୃତୀୟ ଥର ପାଇଁ ନିର୍ଦ୍ୱନ୍ଦ୍ୱରେ ଆଥଲେଟିକ୍ସ ଫେଡେରେଶନ ଅଫ୍‌‌ ଇଣ୍ଡିଆ (ଏଏଫ୍‌ଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। କିମ୍ବଦନ୍ତୀ ଲଙ୍ଗଜମ୍ପ୍‌ର ଅଞ୍ଜୁ ବବି ଜର୍ଜ ସିନିୟର ଉପସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଏଠାରେ ଶନିବାର ଅନୁଷ୍ଠିତ ବାର୍ଷିକ ସାଧାରଣ ଅଧିବେଶନ (ଏଜିଏମ୍‌)ରେ ରବିନ୍ଦର ଚୌଧୁରୀ ବିନା ପ୍ରତିଦ୍ୱନ୍ଦ୍ୱିତାରେ ସମ୍ପାଦକ ଭାବେ ନିର୍ବାଚିତ ହୋଇଛନ୍ତି। ରବିନ୍ଦର ଦୀର୍ଘ ସମୟ ହେଲା ଏଏଫ୍‌ଆଇର ବିଭିନ୍ନ ପଦ ପଦବୀରେ ରହି ଆସିଛନ୍ତି। ଅନ୍ୟ ପଦବୀଗୁଡ଼ିକ ପାଇଁ ଜଣେ ଲେଖାଏଁ ପ୍ରାର୍ଥୀ ଛିଡ଼ା ହୋଇଥିବାରୁ ପ୍ରତିଦ୍ୱନ୍ଦ୍ୱିତା ହୋଇ ନ ଥିଲା। ସନନ୍ଦୀପ ମେହେଟା ସମ୍ପାଦକ ପଦବୀ ପାଇଁ ପ୍ରାର୍ଥୀ ହୋଇଥିଲେ। ମାତ୍ର ସେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରି ନେଇଥିଲେ। ତାଙ୍କୁ ସିନିୟର ଯୁଗ୍ମ ସମ୍ପାଦକ କରାଯାଇଥିଲା। ମଧୁକାନ୍ତ ପାଠକ ନିର୍ଦ୍ୱନ୍ଦ୍ୱରେ କୋଷାଧ୍ୟକ୍ଷ ଭାବେ ମନୋନୀତ ହୋଇଥିଲେ। ଏଜିଏମ୍‌ରେ ୫ ଯୁଗ୍ମ ସମ୍ପାଦକ ଏବଂ ୮ କାର୍ଯ୍ୟନିର୍ବାହୀ କମିଟି ସଦସ୍ୟ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri