ସୁମିତ ବିଓବିର ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,୨୫।୬: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି) ର ନୂତନ ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ଭାରତୀୟ ଟେନିସ୍‌ ଖେଳାଳି ସୁମିତ ନାଗଲଙ୍କୁ ନିଯୁକ୍ତି ଦିଆଯାଇଛି। ଏପରିକି ଉଦୀୟମାନ ତଥା ପ୍ରତିଭାବାନ ଏବଂ ଉଚ୍ଚାକାଂକ୍ଷୀ ଭାରତୀୟ କ୍ରୀଡ଼ାବିତମାନେ ବିଶ୍ୱସ୍ତରରେ ଶ୍ରେଷ୍ଠ ଖେଳାଳିଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚେଷ୍ଟା କରୁଥିବାରୁ ସେମାନଙ୍କୁ ସହଯୋଗ କରିବା ପାଇଁ ବ୍ୟାଙ୍କର ଦୀର୍ଘଦିନର ନୀତି ସହିତ ଏହି ପଦକ୍ଷେପ ନିଆଯାଇଛି। ୨୬ ବର୍ଷ ବୟସ୍କ ସୁମିତ ନାଗଲଙ୍କୁ ବ୍ୟାଙ୍କ ପକ୍ଷରୁ ରଣନୀତିକ ଭାବେ ଏହି ସେଗମେଣ୍ଟ ପାଇଁ ଡିଜାଇନ୍‌ କରାଯାଇଥିବା ବିଭିନ୍ନ ପ୍ରଡକ୍ଟ ସହିତ ଯୁବକ ଏବଂ ନୂଆ ପିଢ଼ିର ଗ୍ରାହକଙ୍କୁ ଟାର୍ଗେଟ କରାଯିବ। ସୁମିତ ବିଓବି ଏଣ୍ଡୋର୍ସର ଏକ ଚମତ୍କାର ଲାଇନ୍‌ ଅପ୍‌ରେ ସାମିଲ ହୋଇଛନ୍ତି, ଯେଉଁଥିରେ ବ୍ୟାଡମିଣ୍ଟନ୍‌ ତାରକା ପିଭି ସିନ୍ଧୁ ଏବଂ କ୍ରିକେଟ୍‌ର ଯୁବ ଆଇକନ୍‌ ଶେଫାଲି ବର୍ମା ରହିଛନ୍ତି।
ଏ ସମ୍ପର୍କରେ ବିଓବିର ପରିଚାଳନା ନିର୍ଦ୍ଦେଶକ ତଥା ସିଇଓ ଦେବଦତ୍ତ ଚାନ୍ଦ କହିଛନ୍ତି, ଭାରତର କିଛି ପ୍ରତିଭାବାନ କ୍ରୀଡ଼ା ପ୍ରତିଭାଙ୍କ ସହ ଭାଗୀଦାରି କରିବା ଏବଂ ସେମାନଙ୍କ କ୍ୟାରିୟରର ପ୍ରାରମ୍ଭରେ ସହଯୋଗ କରିବାର ସମୃଦ୍ଧ ପରମ୍ପରା ରହିଛି। ବିଓବି ପରିବାରରେ ସୁମିତ ନାଗଲଙ୍କୁ ସ୍ବାଗତ କରି ଆମେ ବେଶ୍‌ ଉତ୍ସାହିତ ଅଛୁ। ସେହିଭଳି ସୁମିତ ନାଗଲ କହିଛନ୍ତି, ବିଓବି ସହ ସାମିଲ୍‌ ହୋଇ ମୁଁ ଗର୍ବ ଅନୁଭବ କରୁଛି ଏବଂ ମୋ ଉପରେ ଭରସା ରଖିଥିବାରୁ ସେମାନଙ୍କୁ ଧନ୍ୟବାଦ ଜଣାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠୁ ଉତ୍ତପ୍ତ ୨୦ ସହର ମଧ୍ୟରୁ ୧୯ ଭାରତରେ

ନୂଆଦିଲ୍ଲୀ,୨୨ା୪: ଭାରତ ଏବେ ବିଶ୍ୱ ଉତ୍ତାପ ବୃଦ୍ଧିର କେନ୍ଦ୍ରସ୍ଥଳ ପାଲଟିଛି। ବିଶ୍ୱର ୨୦ଟି ସବୁଠୁ ଉତ୍ତପ୍ତ ସହର ମଧ୍ୟରୁ ୧୯ଟି ଭାରତରେ ରହିଥିବା ଏକ୍ୟୁଆଇ ପକ୍ଷରୁ ଜାରି…

୨୩% ପ୍ରାର୍ଥୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୨ା୪: ଆଗାମୀ ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପଶ୍ଚିମବଙ୍ଗ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରତିଦ୍ୱନ୍ଦ୍ୱିତାରେ ଅବତୀର୍ଣ୍ଣ ହୋଇଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୨୩ ପ୍ରତିଶତଙ୍କ…

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ…

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri