ଛିଣ୍ଡୁନି ଅଙ୍କ: ହାଇକୋର୍ଟରେ ରିଭ୍ୟୁ ପିଟିସନ ଦାଖଲ କଲେ ସୁମିତ

କଟକ ଅଫିସ,୧୧।୧: ବ୍ରହ୍ମପୁର ବ୍ରହ୍ମାନଗରର ବହୁଚର୍ଚ୍ଚିତ ତପସ୍ବିନୀ ଦାଶ-ସୁମିତ ସାହୁଙ୍କ ପାରିବାରିକ ବିବାଦ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଗତ ୪ ତାରିଖରେ ଛତ୍ରପୁର ଜିଲା କୋର୍ଟ ଦେଇଥିବା ନିର୍ଦ୍ଦେଶନାମାକୁ ନେଇ ଏବେ ହାଇକୋର୍ଟରେ ରିଭ୍ୟୁ ପିଟିସନ ଦାଖଲ କରିଛନ୍ତି ସୁମିତ। ତପସ୍ବିନୀ ତାଙ୍କ ଘରେ ରହିବା ଏବଂ ତାଙ୍କୁ ମାସିକ ୧୭ ହଜାର ଟଙ୍କା ଦେବା ନିର୍ଦ୍ଦେଶକୁ ହାଇକୋର୍ଟରେ ସେ ଚ୍ୟାଲେଞ୍ଜ କରିଥିବା ଜଣାପଡ଼ିଛି।

ପ୍ରକାଶ ଯେ, ଛତ୍ରପୁରର ତପସ୍ବିନୀ ଏବଂ ବ୍ରହ୍ମପୁରର ଡା. ସୁମିତଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ିଉଠିଥିଲା। ଉଭୟେ ଗତ ବର୍ଷ କୋର୍ଟରେ ବିବାହ କରି ଏକାଠି ରହୁଥିଲେ। ହେଲେ କିଛି ମାସ ତଳେ ସ୍ବାମୀ, ଶାଶୁ ଏବଂ ଶ୍ୱଶୁର ମିଶି ତାଙ୍କୁ ନିର୍ଯାତନା ଦେଇଥିବା ନେଇ ତପସ୍ବିନୀ ବ୍ରହ୍ମପୁର ମହିଳା ଥାନାରେ ଅଭିଯୋଗ କରିଥିଲେ। ଏହାପରେ ସୁମିତଙ୍କ ପରିବାର ଲୋକ ମାମଲା ଉଠାଇବା ଲାଗି ତପସ୍ବିନୀଙ୍କୁ ମନାଇବା ସହ ବାହାଘର କରାଇବାକୁ ପ୍ରତିଶ୍ରୁତି ଦେଇଥିଲେ। ନଭେମ୍ବର ୨୨ରେ ବିବାହ ହୋଇଥାନ୍ତା। ହେଲେ ଶ୍ୱଶୁର ଘର ଲୋକେ କୌଣସି ଆୟୋଜନ କରି ନ ଥିବାରୁ ତପସ୍ବିନୀ ବଧୂ ବେଶରେ ଧାରଣାରେ ବସିଥିଲେ। ଏହା ଚର୍ଚ୍ଚାର ବିଷୟ ପାଲଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri