Posted inଖେଳ

ପ୍ରଥମ ଭାରତୀୟ ଭାବେ କ୍ଲେକୋର୍ଟରେ ମାଷ୍ଟର୍ସ ୧୦୦୦ ମ୍ୟାଚ୍ ଜିତିଲେ ସୁମିତ ନାଗାଲ

ମଣ୍ଟେ କାର୍ଲୋସ, ୮ା୪: ଭାରତର ଟପ୍‌ ପୁରୁଷ ସିଙ୍ଗଲ୍ସ ଖେଳାଳି ସୁମିତ ନାଗାଲ ଏଠାରେ ଚାଲିଥିବା ଏଟିପି ମାଷ୍ଟର୍ସ ଇଭେଣ୍ଟରେ ଚମକପ୍ରଦ ବିଜୟ ହାସଲ କରିଛନ୍ତି। ସୋମବାର ପ୍ରଥମ ରାଉଣ୍ଡରେ ସେ ୩ ସେଟ୍‌ ବିଶିଷ୍ଟ ଏକ ସଂଘର୍ଷପୂର୍ଣ୍ଣ ମୁକାବିଲାରେ ବିଶ୍ୱର ୩୮ ନମ୍ବର ମାନ୍ୟତାପ୍ରାପ୍ତ ମାଟେଓ ଅର୍ନାଲ୍ଡଙ୍କୁ ୫-୭, ୬-୨, ୬-୪ରେ ହରାଇ ଦେଇଛନ୍ତି। ଭାରତର ଟପ୍‌ ସିଙ୍ଗଲ୍ସ ଖେଳାଳି କ୍ୱାଲିଫାଇଂ ଜରିଆରେ ଏହି ଏଟିପି ମାଷ୍ଟର୍ସ ୧୦୦୦ ଇଭେଣ୍ଟରେ ପ୍ରବେଶ କରିଛନ୍ତି।

ନାଗାଲଙ୍କର ଜଣେ ଟପ୍‌-୫୦ ଖେଳାଳିଙ୍କ ବିପକ୍ଷରେ ଏହା ତୃତୀୟ ବିଜୟ ଏବଂ ଚଳିତ ସିଜନରେ ଏହା ଦ୍ୱିତୀୟ। ଦ୍ୱିତୀୟ ରାଉଣ୍ଡରେ ସେ ବିଶ୍ୱର ୭ ନମ୍ବର ଖେଳାଳି ଡେନ୍‌ମାର୍କର ହୋଲ୍‌ଗର ରୁନ୍‌ଙ୍କୁ ଭେଟିବେ। ୨୦୨୪ ସିଜନ ଆରମ୍ଭରେ ମେଲବୋର୍ନଠାରେ ଅନୁଷ୍ଠିତ ଅଷ୍ଟ୍ରେଲିଆନ ଓପନରେ ଏହି ୨୬ ବର୍ଷୀୟ ଖେଳାଳି ସେତେବେଳେ ବିଶ୍ୱର ୨୭ ନମ୍ବର ଆଲେକ୍‌ଜାଣ୍ଡର ବବ୍‌ଲିକଙ୍କୁ ସିଧାସଳଖ ସେଟ୍‌ରେ ହରାଇ ଦେଇଥିଲେ।

ଏହି କ୍ଲେକୋର୍ଟ ଇଭେଣ୍ଟରେ ସୋମବାରର ବିଜୟ ଦ୍ୱାରା ଆସନ୍ତା ର଼୍ୟାଙ୍କିଙ୍ଗ ତାଲିକାରେ ସେ କ୍ୟାରିୟର ଶ୍ରେଷ୍ଠ ୮୦ତମ ସ୍ଥାନ ଅଧିକାର କରିବେ। ବିଶ୍ୱର ୯୫ ର଼୍ୟାଙ୍କିଙ୍ଗପ୍ରାପ୍ତ ନାଗାଲ ଚଳିତବର୍ଷ ମାର୍ଚ୍ଚ ମାସରେ ଇଣ୍ଡିଆନ ଓ୍ବେଲ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିଲେ। କିନ୍ତୁ ପ୍ରଥମ ରାଉଣ୍ଡରେ ସେ କାନାଡ଼ାର ମିଲୋସ ରାଓନିକ୍‌ଙ୍କଠାରୁ ହାରିଯାଇଥିଲେ। ସେ ଆହୁରି ମଧ୍ୟ ମାୟାମି ମାଷ୍ଟର୍ସ କ୍ୱାଲିଫାୟର୍ସରେ ଭାଗ ନେଇଥିଲେ। କିନ୍ତୁ ସେ ମୁଖ୍ୟ ଡ୍ର’କୁ ଉନ୍ନୀତ ହୋଇପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଶାକର୍ମୀଙ୍କ ଆନ୍ଦୋଳନ

ଛତ୍ରପୁର,୯।୭(ଦିଲ୍ଲୀପି ସାମଲ): ଭାରତୀୟ ମଜଦୁର ସଂଘ ଅନୁମୋଦିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ୯ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri