ଅସୁସ୍ଥତା କାରଣ ଦର୍ଶାଇଲେ ସୁମିତ

ଆସିକା,୧୫।୧୨(ଡି.ଏନ.ଏ.): ଡାକ୍ତର ସୁମିତ ସାହୁ ଓ ସ୍ତ୍ରୀ ତପସ୍ବିନୀ ଦାଶଙ୍କ ମଧ୍ୟରେ ଲାଗି ରହିଥିବା ପାରିବାରିକ ବିବାଦର କୌଣସି ସମାଧାନ ହୋଇପାରିନାହିଁ। ବ୍ରହ୍ମପୁର ଏସ୍‌ଡିଜେଏମ୍‌ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଗତ ୩ ତାରିଖରୁ ଉଭୟେ ଆସିକା ଚିନିଶିଳ୍ପ ଅତିଥି ଭବନରେ ରହୁଥିଲେ। ୧୦ତାରିଖ ପୂର୍ବାହ୍ନରୁ ଡା. ସୁମିତ ନିଜ କାର୍ଯ୍ୟସ୍ଥଳ ବାଲିସିରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ଆଉ ଫେରିନାହାନ୍ତି।ଶାରୀରିକ ଅସୁସ୍ଥତା ଦର୍ଶାଇ ସେ ୪ ଦିନ ଛୁଟି ନେଇଥିଲେ ମଧ୍ୟ ତପସ୍ବିନୀଙ୍କ ସହ କୌଣସି ଯୋଗାଯୋଗ ରଖିନାହାନ୍ତି। ସୁମିତ ବୁଧବାର କାର୍ଯ୍ୟରେ ଯୋଗଦେବାର ଥିଲା। ଏହା ପୂର୍ବରୁ ସୋମବାର ରାତିରେ ସେ ସ୍ବାସ୍ଥ୍ୟାବସ୍ଥାରେ କୌଣସି ଉନ୍ନତି ହୋଇ ନ ଥିବାରୁ ଅଧିକ ଚିକିତ୍ସା ଲାଗି ବ୍ରହ୍ମପୁର ଯାଉଥିବା ଇ-ମେଲ ଯୋଗେ ବାଲିସିରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କ ନିକଟକୁ ଜଣାଇଛନ୍ତି। ତେବେ ସେଥିରେ ଛୁଟି ସମ୍ପର୍କରେ କିଛି ଉଲ୍ଲେଖ କରିନାହାନ୍ତି। ଅନ୍ୟପକ୍ଷରେ ତପସ୍ବିନୀ ଗତ ସୋମବାର ବ୍ରହ୍ମପୁରସ୍ଥିତ ପରିବାର ଅଦାଲତରେ ହାଜର ହେବା ସହ ଏସ୍‌ଡିଜେଏମଙ୍କ କୋର୍ଟରେ ପିଟିଶନ ଦାଖଲ କରି ପୁଣି ଅତିଥି ଭବନକୁ ଫେରିଛନ୍ତି। ସେଠାରେ ସେ ତାଙ୍କ ଭାଇଙ୍କ ସହ ରହୁଛନ୍ତି। ପୂର୍ବଭଳି ଆଉ ପୋଲିସ ପହରା ଦିଆଯାଉନାହିଁ। ସୁମିତ ଯିବା ପରଠାରୁ ଅତିଥି ଭବନର ଭଡା ଓ ଖାଇବା ଖର୍ଚ୍ଚ ତପସ୍ବିନୀ ନିଜେ ବହନ କରୁଥିବା ପ୍ରକାଶ କରିଛନ୍ତି। ଆସନ୍ତା ୧୭ ତାରିଖରେ ପୁଣି ଅଦାଲତରେ ହାଜର ହେବା ଲାଗି ଧାର୍ଯ୍ୟ ହୋଇଥିବାରୁ ସେ ପର୍ଯ୍ୟନ୍ତ ଅତିଥି ଭବନରେ ରହିବେ। ଅଦାଲତଙ୍କ ନିର୍ଦ୍ଦେଶ ପ୍ରକାରେ ଭବିଷ୍ୟତ କାର୍ଯ୍ୟପନ୍ଥା ଗ୍ରହଣ କରିବେ ବୋଲି ତପସ୍ବିନୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ନିର୍ବାଚନ: ବଦଳିଲେ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ

ଭଦ୍ରକ,୨୯।୩(ସନାତନ ରାଉତ): ସାଧାରଣ ନିର୍ବାଚନ ପୂର୍ବରୁ ଭଦ୍ରକ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ପଦରେ ବଦଳ କରାଯାଇଛି। ଭଦ୍ରକ ବ୍ଲକ ଅଧୀନ କୋରକୋରା ପଞ୍ଚାୟତ ନୂଆସାହିର...

ତାତି ଛୁଇଁଲା ୪୦

ଭୁବନେଶ୍ୱର,୨୯।୩: ଚଳିତବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୪୦ ଡ଼ିଗ୍ରୀ ଛୁଇଁଲା ତାତି। ଟିଟଲାଗଡ, ବଲାଙ୍ଗିର, ବୌଦ୍ଧ, ଭବାନୀପାଟଣା ଓ ନୟାଗଡରେ ତାପମାତ୍ରା ୪୦ ଡ଼ିଗ୍ରୀ...

ଦ୍ୱିତୀୟ ଥର ଭରସା ରଖିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବିଷ୍ଣୁବ୍ରତ

ବାସୁଦେବପୁର,୨୯ା୩(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବିଜେଡି ଶିବିର ଏବେ ଚଳଚଞ୍ଚଳ ହୋଇପଡ଼ିଛି। ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ପୁନର୍ବାର ଏହି ନିର୍ବାଚନ ମଣ୍ଡଳୀରୁ...

ପ୍ରତି ନିର୍ବାଚନରେ ବଢିଚାଲିଛି ଖର୍ଚ୍ଚ ସୀମା, ଲୋକ ସଭା ନିର୍ବାଚନରେ ଏତେ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ୨୦୨୪ର ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ନିର୍ବାଚନ କମିଶନରଙ୍କ ଦାୟିତ୍ୱ ରହିଥାଏ କି କ୍ଷମତାସୀନ ଦଳ...

ଆଜି ଗୁଡ୍‌ ଫ୍ରାଇଡେ: ବାଇବେଲ ପାଠକରି ସାମୂହିକ ପ୍ରାର୍ଥନା କଲେ ଶ୍ରଦ୍ଧାଳୁ

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ ): ଆଜି ଗୁଡ୍‌ ଫ୍ରାଇଡେ। ଏହାକୁ ଶ୍ରଦ୍ଧାଳୁମାନେ ରୀତିନୀତି ଅନୁସାରେ ପାଳନ କରିଛନ୍ତି। ଯିଶୁଖ୍ରୀଷ୍ଟଙ୍କୁ ଆଜିର ଦିନରେ କାଲବରୀ ନାମକ ଏକ...

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ...

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri