ଫେରାର ହୋଇ ନ ଥିବା ଅଡିଓ ଜାରି କଲେ ସୁମିତ

ଆସିକା,୧୭ା୧୨(ଡି.ଏନ୍‌.ଏ.):ବ୍ରହ୍ମପୁର ବ୍ରହ୍ମାନଗରର ଡାକ୍ତର ସୁମିତ ସାହୁ ଓ ସ୍ତ୍ରୀ ତପସ୍ବିନୀ ଦାଶଙ୍କ ମଧ୍ୟରେ ଚାଲିଥିବା ବିବାଦ ତୁଟିବା ନାଁ ଧରୁନି । ଏହି ପାରିବାରିକ ବିବାଦ ଅଦାଲତରେ ବିଚାରାଧୀନ ରହିଛି। ଆସିକା ଚିନିଶିଳ୍ପ ଅତିଥି ଭବନରୁ ଗତ ୧୦ ତାରିଖରୁ ତପସ୍ବିିନୀଙ୍କୁ ଛାଡ଼ି ପଳାଇ ଯାଇଥିବା ସୁମିତ ଗୁରୁବାର ମୁହଁ ଖୋଲିଛନ୍ତି। ସୁମିତ ଏକ ଅଡିଓ ଟେପ୍‌ ଜାରି କରି ସେ ଶାରୀରିକ ଓ ମାନସିକ ଭାବେ ଅସୁସ୍ଥ ଥିବା ଜଣାଇଛନ୍ତି। ସେଥିଯୋଗୁ ତପସ୍ବିନୀଙ୍କ ସହ ରହି ବିଶ୍ରାମ ନେବା ଅସମ୍ଭବ ମନେକରି ଡାକ୍ତରଙ୍କ ପରାମର୍ଶକ୍ରମେ ଅଲଗା ରହିଥିବା ସେ କହିଛନ୍ତି। ଫେରାର୍‌ ହେବା, ଅପହରଣ କରାଯାଇଥିବା ଅଭିଯୋଗ ସମ୍ପୂର୍ଣ୍ଣ ମିଥ୍ୟା। ତପସ୍ବିନୀ ବଦନାମ କରିବା ଲାଗି ଗଣମାଧ୍ୟମ ଆଗରେ ଉଦ୍ୟମ ଚଳାଇଛନ୍ତି ା ମୋତେ ଓ ମୋ ପରିବାର ବିରୋଧରେ ଏହା ଏକ ଷଡ଼ଯନ୍ତ୍ର ବୋଲି ସୁମିତ ଅଭିଯୋଗ କରିଛନ୍ତି। ତପସ୍ବିନୀ ଫୌଜଦାରୀ ମାମଲା ରୁଜୁ କରିବା ପରେ ବି କାହିଁକି ତାଙ୍କ ସହିତ ରହିବାକୁ ଚାହୁଁଛନ୍ତି ବୋଲି ସୁମିତ ପ୍ରଶ୍ନ କରିଛନ୍ତି ା ୭ଦିନ ଧରି ଚିନିଶିଳ୍ପ ଅତିଥି ଭବନରେ ତପସ୍ବିନୀଙ୍କ ସହ ରହିଥିଲେ ମଧ୍ୟ ସମ୍ପର୍କ ଆଗକୁ ବଢ଼ି ନ ଥିବା ସେ ସ୍ପଷ୍ଟ କରିଛନ୍ତି। କିନ୍ତୁ ସୁମିତଙ୍କ ଦରମା ବନ୍ଦ ନେଇ ଚର୍ଚ୍ଚା ହେଉଥିବା ବେଳେ ଏ ନେଇ ଉପରିସ୍ଥ ଅଧିକାରୀଙ୍କଠାରୁ କୌଣସି ସୂଚନା ମିଳିନାହିଁ।
ଅନ୍ୟପକ୍ଷରେ ଅଡିଓ ଟେପ୍‌ ସମ୍ପର୍କରେ ଜାଣିବା ପରେ ତପସ୍ବିନୀ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ମୋ ପରିବାରର ସେଭଳି ସମ୍ପତ୍ତି କି କ୍ଷମତା ନାହିଁ। ତେଣୁ ସୁମିତ ସମ୍ପର୍କର ଦ୍ୱାହି ଦେଇ ଖେଳୁଛନ୍ତି। ସୁମିତ ପ୍ରଥମେ ସମ୍ପର୍କ ସ୍ଥାପନ କରି ପରେ ରେଜିଷ୍ଟ୍ରି ବିବାହ କଲେ। ନିଜ ଘରେ ରଖିବା ପରେ ଗର୍ଭନଷ୍ଟ ମଧ୍ୟ କରିଥିଲେ ା ଶେଷରେ ଘରୁ ତଡ଼ିଦେଇ କ’ଣ ଠିକ କଲେ ବୋଲି ସେ ପ୍ରଶ୍ନ କରିଛନ୍ତି। ଶୁକ୍ରବାର ଅଦାଲତରେ ତାରିଖ ଥିବା ବେଳେ ଦିନକ ପୂର୍ବରୁ ଏଭଳି ଅଡିଓ ଜାରି କରିବାର ଉଦ୍ଦେଶ୍ୟ କ’ଣ ବୋଲି ସେ ପଚାରିଛନ୍ତି। ହାର୍‌ ମାନିବିନି, ନ୍ୟାୟ ପାଇଁ ଲଢ଼େଇ ଜାରି ରଖିବି ବୋଲି ତପସ୍ବିନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri