Posted inଖେଳ

ଟାଇଟଲ ବଜାୟ ରଖିଲେ ସୁମିତ

କୋବ୍‌ (ଜାପାନ), ୨୨ା୫ : ଭାରତର ସୁମିତ ଅଣ୍ଟିଲ ଏଠାରେ ଚାଲିଥିବା ବିଶ୍ୱ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ରେ ତାଙ୍କ ଏଫ୍‌୬୪ ଜାଭେଲିନ୍‌ ଥ୍ରୋ ବିଶ୍ୱ ଟାଇଟଲ ବଜାୟ ରଖିବାରେ ସମର୍ଥ ହୋଇଛନ୍ତି। ଅନ୍ୟପକ୍ଷରେ ଥାଙ୍ଗାଭେଲୁ ମାରିୟାପ୍ପାନ ଓ ଏକତା ଭ୍ୟାନ ଯଥାକ୍ରମେ ହାଇଜମ୍ପ ଓ କ୍ଲବ ଥ୍ରୋ ଇଭେଣ୍ଟରେ ଗୋଟିଏ ଲେଖାଏ ସ୍ବର୍ଣ୍ଣ ପଦକ ହାସଲ କରିପାରିଛନ୍ତି। ଟୋକିଓ ପାରାଲିମ୍ପିକ୍ସ ଏବଂ ୨୦୨୩ ବିଶ୍ୱ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ଜିତିଥିବା ଅଣ୍ଟିଲ ୬୯.୫୦ ମିଟର ଜାଭେଲିନ୍‌ ଫିଙ୍ଗି ପୋଡିୟମ ଶୀର୍ଷରେ ରହିଥିଲେ। ସମାନ ଇଭେଣ୍ଟରେ ଭାରତର ସନ୍ଦୀପ ୬୦.୪୧ ମିଟର ଥ୍ରୋ ସହ ବ୍ରୋଞ୍ଜ ପଦକ ପାଇଥିଲେ। ଟୋକିଓ ପାରାଲିମ୍ପିକ୍ସ ରୌପ୍ୟ ବିଜେତା ଥାଙ୍ଗାଭେଲୁ ମାରିୟାପ୍ପାନ ଚାମ୍ପିୟନଶିପ୍‌ ରେକର୍ଡ ୧.୮୮ମିଟର ସହ ଟି୬୩ ହାଇଜମ୍ପରେ ସ୍ବର୍ଣ୍ଣ ପଦକ ପାଇଛନ୍ତି। ପୂର୍ବରୁ ଏକତା ଭ୍ୟାନ୍‌ ମହିଳା ଏଫ୍‌୫୧କ୍ଲବ ଥ୍ରୋ ପ୍ରତିଯୋଗିତାରେ ସିଜନର ଶ୍ରେଷ୍ଠ ଥ୍ରୋ ୨୦.୨୧ ମିଟର ସହ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସମାନ ଇଭେଣ୍ଟରେ ଅନ୍ୟ ଜଣେ ଭାରତୀୟ କାଶିଷ ଲାକ୍ରା ୧୪.୫୬ ମିଟର ପ୍ରୟାସ ସହ ରୌପ୍ୟ ଲାଭ କରିଛନ୍ତି। ଭାରତ ୫ମ ଦିବସରେ ୫ ପଦକ ହାସଲ କରିବା ଦ୍ୱାରା ବିଶ୍ୱ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ର ପଦକ ତାଲିକାର ତୃତୀୟ ସ୍ଥାନକୁ ଉନ୍ନୀତ ହୋଇଛି। ପ୍ରଥମ ସ୍ଥାନରେ ରହିଥିବା ଚାଇନା ୧୫ ସ୍ବର୍ଣ୍ଣ, ୧୩ ରୌପ୍ୟ ଓ ୧୩ ବ୍ରୋଞ୍ଜ ଜିତିଥିବା ବେଳେ ବ୍ରାଜିଲ ୧୪ ସ୍ବର୍ଣ୍ଣ, ୬ ରୌପ୍ୟ ଓ ୫ ବ୍ରୋଞ୍ଜ ପାଇଛି। ଅନ୍ୟପକ୍ଷରେ ଭାରତ ୪ ସ୍ବର୍ଣ୍ଣ, ୪ ରୌପ୍ୟ ଓ ୨ ବ୍ରୋଞ୍ଜ ସହ ୧୦ ପଦକ ହାସଲ କରିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri