ସୁମିତ-ତପସ୍ବିନୀ ଆଉ ୭ ଦିନ ଏକାଠି ରହିବେ

ବ୍ରହ୍ମପୁର ଅଫିସ,୧୦ା୧୨:ବ୍ରହ୍ମପୁର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ନ୍ୟାୟ ପାଇଁ ବୋହୂ ତପସ୍ବିନୀ ଦାଶ ରୁଜୁ କରିଥିବା ପିଟିଶନ୍‌ର ଶୁଣାଣି ପାଇଁ ଗୁରୁବାର ତାରିଖ ଧାର୍ଯ୍ୟ ହୋଇଥିଲା। ତପସ୍ବିନୀଙ୍କ ପକ୍ଷରୁ ରୁଜୁ ହୋଇଥିବା ପିଟିଶନ୍‌ ଉପରେ ଉତ୍ତର ରଖିବାକୁ ଶ୍ୱଶୁର ପ୍ରମୋଦ ସାହୁଙ୍କ ଓକିଲ ୭ଦିନ ସମୟ ମାଗିଥିଲେ। ଏସ୍‌ଡିଜେଏମ୍‌ ମାମଲାର ଶୁଣାଣି କରି ସମୟ ଦେଇଛନ୍ତି। ସେହିପରି ଡାକ୍ତର ସ୍ବାମୀ ସୁମିତ ସାହୁ ଓ ତପସ୍ବିନୀଙ୍କୁ ଏକ ଭଡ଼ାଘରେ ୭ ଦିନ ଏକାଠି ରହିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଡା.ସୁମିତଙ୍କ କାର୍ଯ୍ୟସ୍ଥଳ ଆସିକା ଅଞ୍ଚଳରେ ଭଡ଼ାଘରେ ରଖିବା ସହ ସ୍ତ୍ରୀ ତପସ୍ବିନୀଙ୍କ ସମସ୍ତ ଖର୍ଚ୍ଚ ବହନ କରିବେ। ତାଙ୍କ ୭ ଦିନ ରହଣି ସମୟରେ ଆସିକା ଥାନାଧିକାରୀ ଓ ସୁରକ୍ଷା ଅଧିକାରୀ ତାଙ୍କ ସହ କଥା ହୋଇ କୋର୍ଟରେ ରିପୋର୍ଟ ଦାଖଲ କରିବେ। ଏହି ସମୟରେ ସୁମିତ ଓ ତପସ୍ବିନୀ ତାଙ୍କ ସମ୍ପର୍କୀୟଙ୍କ ସହିତ ଦେଖାକରିବା ସହ କଥା ହୋଇ ପାରିବେ। ଏହା ସହିତ ପୋଲିସର ସୁରକ୍ଷା ବ୍ୟବସ୍ଥା ମଧ୍ୟ ରହିବ ନାହିଁ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଥିବା ତପସ୍ବିନୀଙ୍କ ଓକିଲ ରଞ୍ଜନ କୁମାର ଉପାଧ୍ୟାୟ, ପ୍ରଦୀପ ବେହେରା ସୂଚନା ଦେଇଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୧୭ତାରିଖକୁ ଧାର୍ଯ୍ୟ କରାଯାଇଛି।
ସୂଚନାଯୋଗ୍ୟ, ଛତ୍ରପୁରର ତପସ୍ବିନୀ ଓ ବ୍ରହ୍ମପୁରର ଜଣେ ଯୁବ ଡାକ୍ତର ସୁମିତଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଉଭୟେ ଗତବର୍ଷ କୋର୍ଟରେ ବିବାହ କରିବା ସହ ଏକାଠି ରହିଥିଲେ। ଗତ କିଛି ମାସ ହେବ ସ୍ବାମୀ, ଶାଶୁ ଓ ଶ୍ୱଶୁର ମିଶି ତାଙ୍କୁ ନିର୍ଯାତନା ଦେଇଥିବା ନେଇ ତପସ୍ବିନୀ ବ୍ରହ୍ମପୁର ମହିଳା ଥାନାରେ ଅଭିଯୋଗ କରିଥିଲେ। ଏହା ପରେ ଡାକ୍ତରଙ୍କ ପରିବାର ଲୋକେ ମାମଲା ଉଠାଇବା ପାଇଁ ବୋହୂଙ୍କୁ ମନାଇବା ସହ ବାହାଘର କରାଇବାକୁ ପ୍ରତିଶ୍ରୁତି ଦେଇଥିଲେ। ଗତ ୨୨ ତାରିଖରେ ବାହାଘର ଲଗ୍ନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶ୍ୱଶୁର ଘର ଲୋକ କୌଣସି ଆୟୋଜନ କରି ନ ଥିବାରୁ ତପସ୍ବିନୀ ବଧୂ ବେଶରେ ସଜେଇ ହୋଇ ସମାଜସେବୀ ପ୍ରମିଳା ତ୍ରିପାଠୀଙ୍କ ସହାୟତାରେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବ୍ରହ୍ମାନଗରସ୍ଥିତ ଶ୍ୱଶୁର ଘର ଆଗରେ ଧାରଣା ଜାରି ରଖିଥିଲେ। ନ୍ୟାୟ ନ ମିଳିବାରୁ ଶେଷରେ ତପସ୍ବିନୀ କୋର୍ଟରେ ଆଶ୍ରୟ ନେଇଥିଲେ। ସ୍ବାମୀଙ୍କ ସହିତ ରହିବା ପାଇଁ ନିର୍ଦ୍ଦେଶ ଦେବାକୁ ସେ ପିଟିଶନରେ ଆବେଦନ କରିଥିଲେ। ଗତ ୨ତାରିଖରେ ଏହାର ଶୁଣାଣି କରି ଏସ୍‌ଡିଜେଏମ୍‌ ଉଭୟ ସ୍ବାମୀ-ସ୍ତ୍ରୀଙ୍କୁ ଡା. ସୁମିତଙ୍କ କର୍ମସ୍ଥଳ ଆସିକାଠାରେ ଏକାଠି ରହିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ସମୟରେ ପୁଅ କି ଝିଅର ପରିବାରବର୍ଗ କେହି ସେମାନଙ୍କ ସହିତ ଦେଖା କରି ପାରିବେ ନାହିଁ କି ଫୋନରେ କଥା ହୋଇପାରିବେ ନାହିଁ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଆସିକା ପୋଲିସ ହେପାଜତରେ ଉଭୟ ସ୍ବାମୀ-ସ୍ତ୍ରୀ ଚିନିକଳସ୍ଥିତ ଆଇବିରେ ରହୁଛନ୍ତି। ଗୁରୁବାର ପୂର୍ବାହ୍ନରେ ଆସିକା ଥାନା ଅଧିକାରୀ ପ୍ରଶାନ୍ତ ସାହୁ ଓ ସୁରକ୍ଷା ଅଧିକାରୀ ସଙ୍ଗୀତା ପାତ୍ର କୋର୍ଟରେ ତାଙ୍କର ରିପୋର୍ଟ ଦାଖଲ କରିଥିଲେ। ଏହି ରିପୋର୍ଟକୁ ତର୍ଜମା କରି କୋର୍ଟ ତାଙ୍କର ନିର୍ଦ୍ଦେଶ ଦେଇଛନ୍ତି। ଏଣୁ ଶୁକ୍ରବାରଠାରୁ ସୁମିତ ଓ ତପସ୍ବିନୀ ଏକ ଭଡ଼ାଘର ନେଇ ଏକତ୍ରିତ ରହିବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୁଳ ରାମପୁର ବିଦ୍ୟାଳୟରେ ଶିଶୁ ବାଟିକା ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ,ଶିକ୍ଷା ପ୍ରତି…

ଥୁଆମୁଳ ରାମପୁର, ୪ା୪ (ଦୁର୍ଗା କୀର୍ତ୍ତି): ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରାଧାନ୍ୟ ଦେଇ ସରକାରଙ୍କ ନୂତନ ଶିକ୍ଷାନୀତି-୨୦୨୦ ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟ ସ୍ତରରେ…

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri