Posted inଖେଳ

ସୁମିତ୍‌ଙ୍କୁ ଅଲିମ୍ପିକ କୋଟା

ସୋଫିଆ (ବୁଲଗେରିଆ), ୮ା୫ (ପି.ଟି.)-ଏଠାରେ ଚାଲିଥିବା ବିଶ୍ୱ ଅଲିମ୍ପିକ୍ସ କ୍ୱାଲିଫାୟର୍ସ ୧୨୫ କେଜି ଶ୍ରେଣୀର ଫାଇନାଲରେ ପ୍ରବେଶ କରିବା ଦ୍ୱାରା ସୁମିତ୍‌ ମଲିକ ଭାରତର ଚତୁର୍ଥ ଫ୍ରିଷ୍ଟାଇଲ ପୁରୁଷ ରେସ୍‌ଲର ଭାବେ ଟୋକିଓ ଗେମ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଟୋକିଓ ଗେମ୍ସ ପାଇଁ ଯୋଗ୍ୟତା ଅର୍ଜନ କରିସାରିଥିବା ଅନ୍ୟ ୩ ରେସ୍‌ଲର ହେଲେ ରବି ଡାହିୟା (୫୭କେଜି), ବଜରଙ୍ଗ ପୁନିଆ(୬୫କେଜି) ଓ ଦୀପ ପୁନିଆ(୬୮କେଜି)। ୨୦୧୮ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକ ବିଜେତା ୨୮ ବର୍ଷୀୟ ସୁମିତ୍‌ ପ୍ରଥମ ଥର ଅଲିମ୍ପିକ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ପ୍ରତିଯୋଗିତାର ଫାଇନାଲିଷ୍ଟ ଟୋକିଓ ଗେମ୍ସ ପାଇଁ ଆପେ ଯୋଗ୍ୟତା ଅର୍ଜନ କରିବେ। ସୁମିତ୍‌ ସେମିଫାଇନାଲରେ ଆରମ୍ଭରୁ ଆକ୍ରମଣାତ୍ମକ ପ୍ରଦର୍ଶନ କରି ଭେନେଜୁଏଲାର ଜୋସ୍‌ ଡାନିଲ ଡିଆଜ୍‌ ରବର୍ଟିଙ୍କ ବିପକ୍ଷରେ ୫-୦ରେ ବିଜୟ ହାସଲ କରିଥିଲେ। ଅନ୍ୟପକ୍ଷରେ ଅମିତ ଧନକର (୭୪କେଜି) ଓ ସତ୍ୟର୍ତ୍ତ କାଡିୟାନ (୯୭କେଜି) ପ୍ରତିଯୋଗିତାର ବିଭିନ୍ନ ପର୍ଯ୍ୟାୟରେ ପରାଜିତ ହୋଇ କୋଟା ହାସଲ କରିବାରେ ବିଫଳ ହୋଇଛନ୍ତି।

ସେମିଫାଇନାଲରେ ସୀମା
ମହିଳା ବିଭାଗରେ ସେମିଫାଇନାଲରେ ପ୍ରବେଶ ସହ ସୀମା ବିସ୍‌ଲା ଟୋକିଓ ଗେମ୍ସ ପାଇଁ ତାଙ୍କ ଆଶାକୁ ଉଜ୍ଜୀବିତ କରି ରଖିଛନ୍ତି। ନିଶା ଓ ପୂଜା କିନ୍ତୁ ପ୍ରତିଯୋଗିତାରୁ ବିଦାୟ ନେଇଛନ୍ତି। ୫୦ କେଜି କାଟାଗୋରି ସେମିଫାଇନାଲ ପ୍ରବେଶ ପଥରେ ସୀମା ମାତ୍ର ଦୁଇ ପଏଣ୍ଟ ହରାଇଥିଲେ। ଟୋକିଓ ଗେମ୍ସରେ ସ୍ଥାନ ପାଇବାକୁ ହେଲେ ତାଙ୍କୁ ବର୍ତ୍ତମାନ ପୋଲାଣ୍ଡର ଆନ୍ନା ଲୁକାସିକାଙ୍କୁ ପରାସ୍ତ କରିବାକୁ ପଡ଼ିବ। ନିକଟରେ ଅଲମାଟିଠାରେ ଏସିଆନ ଚାମ୍ପିୟନଶିପ୍‌ରେ ବ୍ରୋଞ୍ଜ ଜିତିଥିବା ସୀମା କ୍ୱାର୍ଟରଫାଇନାଲରେ ବେଲାରୁଷର ଆନାସ୍ତାସିଆ ୟାନୋତାଭାଙ୍କୁ ୮-୦ରେ ହରାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri