ସୁମିତଙ୍କ ପରିବାରର ବରିଷ୍ଠ ନାଗରିକଙ୍କୁ ସୁରକ୍ଷା ନିର୍ଦ୍ଦେଶ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ବହୁଚର୍ଚ୍ଚିତ ବ୍ରହ୍ମପୁର ତପସ୍ବିନୀ-ସୁମିତ ମାମଲାରେ ଶୁକ୍ରବାର ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ହସ୍ତକ୍ଷେପ କରିଛନ୍ତି। ତପସ୍ବିନୀ ଶାଶୁଘରେ ରହିବାକୁ ଜିଦ ଧରିବା ଓ ଏନେଇ ତପସ୍ବିନୀଙ୍କ ସପକ୍ଷରେ ମହିଳାମାନେ ଗେଟ୍‌ ଭାଙ୍ଗି ସୁମିତଙ୍କ ଘରେ ପଶିବା ପରେ ତାଙ୍କ ବାପା, ମା’ ଓ ଜେଜେମା’ଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ ବ୍ରହ୍ମପୁର ଏସ୍‌ପିଙ୍କୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଗତ ୨୦ତାରିଖରେ ମହିଳାମାନେ ଗେଟ ଭାଙ୍ଗି ପଶିବା ଘଟଣାକୁ ନେଇ କାର୍ଯାନୁଷ୍ଠାନ ରିପୋର୍ଟ ଦେବାକୁ ବୈଦ୍ୟନାଥୁର ଥାନା ଅଧିକାରୀଙ୍କୁ କୁହାଯାଇଛି।
ସୂଚନା ଅନୁାୟୀ, ଗତ ଏକ ମାସ ହେବ ତପସ୍ବିନୀ-ସୁମିତଙ୍କ ମଧ୍ୟରେ ବିବାଦ ଲାଗିରହିଛି। ଏହି ମାମଲା ଏବେ କୋର୍ଟରେ ବିଚାରଧୀନ ଥିବାବେଳେ ତପସ୍ବିନୀ ଶାଶୂ ଘରେ ରହିବାକୁ ଜିଦ କରିଆସୁଥିଲେ। କୋର୍ଟ ପରିବାରବର୍ଗଙ୍କ ଠାରୁ ଆଲଗାରେ ଏକଠି ରହି ମାମଲାକୁ ଆପଷ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇ ପ୍ରଥମେ ଗେଷ୍ଟ ହାଉସ୍‌ ଓ ପରେ ଘରେ ରହିବାକୁ ନିର୍ଦ୍ଦେଶ ଦେଇଥିଲେ। କ୍ରମେ ସୁମିତ ଘରୁ ଲୁଚି ପଳାଇ ସ୍ବାସ୍ଥ୍ୟବସ୍ଥା ଠିକ ନ ଥିବା ଆଳ ଦେଖାଇ ଆଲଗା ରହିଥିଲେ। ତପସ୍ବିନୀଙ୍କୁ ସୁମିତଙ୍କ ଘରକୁ ପ୍ରବେଶ କରିବାକୁ ଅନୁମତି ମିଳୁନଥିବାରୁ ସେ ଘର ସାମ୍ନାରେ ଧାରଣା ଦେଇଥିଲେ। ତପସ୍ବିନୀଙ୍କ ସପକ୍ଷରେ ଗତ ୨୦ ତାରିଖରେ ସ୍ଥାନୀୟ ଅଞ୍ଚଳର ଶତାଧିକ ମହିଳା ସୁମିତ୍‌ଙ୍କ ଘର ଗେଟ୍‌ ଭାଙ୍ଗି ଭିତରକୁ ପଶିଥିଲେ। ଏହି ଘଟଣାକୁ ନେଇ ସୁମିତଙ୍କ ବାପା ପ୍ରମୋଦ ଥାନାରେ ଅଭିଯୋଗ କରିଛନ୍ତି। ଥାନା ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ବେଳେ ଓଏଚ୍‌ଆର୍‌ସି ଘଟଣାକୁ ଗୁରୁତର ସହ ନେଇଛନ୍ତି। ଥାନା ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବାବେଳେ ଓଏଚ୍‌ଆର୍‌ସି ଘଟଣାକୁ ଗୁରୁତର ସହ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri