Posted inଜାତୀୟ

ଗ୍ରୀଷ୍ମ ପ୍ରବାହ: ଦେଶର ୯୦ ପ୍ରତିଶତ ଅଞ୍ଚଳ ବିପଦପୂର୍ଣ୍ଣ, ୫୦ ବର୍ଷ ମଧ୍ୟରେ ୧୭ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ…

ନୂଆଦିଲ୍ଲୀ,୨୦।୪ : ଜଳବାୟୁ ପରିବର୍ତ୍ତନ ଯୋଗୁ ଭାରତରେ ଗ୍ରୀଷ୍ମ ପ୍ରଭାବ ଦିନକୁ ଦିନ ବିପଜ୍ଜନକ ହୋଇପଡୁଛି। ଦେଶର ୯୦ ପ୍ରତିଶତରୁ ଅଧିକ ଏବଂ ସମଗ୍ର ଦିଲ୍ଲୀ ପ୍ରଭାବର ବିପଦପୂର୍ଣ୍ଣ ଜୋନରେ ରହିଛି। ଏକ ନୂତନ ଅଧ୍ୟୟନରେ ଏହି ବିଷୟ ସାମ୍ନାକୁ ଆସିଛି।

କେମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ରମିତ ଦେବନାଥ ଏବଂ ତାଙ୍କ ସହକର୍ମୀମାନେ ଏହି ଅଧ୍ୟୟନ କରିଛନ୍ତି। ଅଧ୍ୟୟନରେ ଦର୍ଶାଯାଇଛି ଯେ ମିଳିତ ଜାତିସଂଘର ସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲ କରିବା ଦିଗରେ ‘ହିଟ ୱେଭ’ ଭାରତର ପ୍ରଗତିରେ ବାଧା ସୃଷ୍ଟି କରିଛି।

ପୃଥିବୀ ବିଜ୍ଞାନ ମନ୍ତ୍ରଣାଳୟର ପୂର୍ବତନ ସଚିବ ଏମ ରାଜୀବ, ବୈଜ୍ଞାନିକ କମଲଜିତ ରୟ, ଏସଏସ ରୟ, ଆର.କେ ଗିରି ଏବଂ ଏପି ଡିମରିଙ୍କ ଦ୍ୱାରା ଲେଖାଯାଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି, ଗତ ୫୦ ବର୍ଷ ମଧ୍ୟରେ ଭାରତରେ ଗ୍ରୀଷ୍ମ ପ୍ରବାହ ଯୋଗ୧୭ ହଜାରରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। ଏହି ରିପୋର୍ଟ ୨୦୨୧ ମସିହାରେ ପ୍ରକାଶିତ ହୋଇଥିଲା । ଏଥିରେ ଦର୍ଶାଯାଇଛି ୧୯୭୧ ର ୨୦୧୯ ମଧ୍ୟରେ ଦେଶରେ ୭୦୬ ଥର ଗ୍ରୀଷ୍ମ ପ୍ରବାହ ଘଟଣା ଘଟିଛି।

୨୦୨୩ ବର୍ଷରେ ୧୯୦୧ ପରଠାରୁ ଫେବୃଆରୀରେ ଅଧିକ ତାତି ଅନୁଭବ ହୋଇଥିଲା। ତେବେ ମାର୍ଚ୍ଚରେ ସ୍ବାଭାବିକଠାରୁ ଅଧିକ ବର୍ଷାହୋଇଥିଲା। ଫଳରେ ତାପମାତ୍ରାକୁ ସ୍ବାଭାବିକ ରହିଥିଲା। ୨୦୨୨ ବର୍ଷରେ ମାର୍ଚ୍ଚ ସବୁଠୁ ଉତ୍ତପ୍ତ ମାସ ଥିବାବେଳେ ୧୨୧ ବର୍ଷ ମଧ୍ୟରେ ଏହା ତୃତୀୟ ଶୁଷ୍କ ଥିଲା। ଏକ ରିପୋର୍ଟ ଅନୁଯାୟୀ, ଦେଶର ପ୍ରାୟ ୭୫ ପ୍ରତିଶତ କର୍ମଚାରୀ ଅର୍ଥାତ ପ୍ରାୟ ୩୮ କୋଟି ଲୋକ ଉତ୍ତାପ କାରଣରୁ ମାନସିକ ଚାପରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri