ପିଲାଙ୍କ ପାଇଁ ଗ୍ରୀଷ୍ମାବକାଶ ହୋମ୍‌ଓ୍ବାର୍କ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶୁକ୍ରବାରଠାରୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ପାଇଁ ଖରାଛୁଟି ଘୋଷଣା କରିଛନ୍ତି। ପରବର୍ତ୍ତୀ ଘୋଷଣା ପର୍ଯ୍ୟନ୍ତ ଏହି ଆଦେଶ ବଳବତ୍ତର ରହିବ। ମାତ୍ର ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ଶୁକ୍ରବାର ଚଳିତ ଶିକ୍ଷାବର୍ଷ ୨୦୨୩-୨୪ର ପ୍ରଥମ ଅଭିଭାବକ- ଶିକ୍ଷକ -ବିଦ୍ୟାଳୟ ପରିଚାଳନା ଓ ଉନ୍ନୟନ କମିଟିର ବୈଠକ ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଅନୁଷ୍ଠିତ ହେବ। ସକାଳ ୬.୩୦ରୁ ପୂର୍ବାହ୍ନ ୧୦.୩୦ଟା ମଧ୍ୟରେ ଏହି ବୈଠକ ହେବ। ଏଥିରେ ଅଭିଭାବକ, ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ ଓ ସଭ୍ୟାମାନେ ଯୋଗଦେବେ। ଚଳିତ ବର୍ଷ ରାଜ୍ୟ ସରକାର ଆଗୁଆ ଛୁଟି ଘୋଷଣା କରିଥିଲେ ମଧ୍ୟ ଛାତ୍ରୀଛାତ୍ରଙ୍କୁ ପାଠପଢ଼ାରେ ନିୟୋଜିତ ରଖିବା ପାଇଁ ପ୍ରଥମଥର ପ୍ରାଥମିକ ସ୍ତରରୁ ମାଧ୍ୟମିକ ସ୍ତରର ପିଲାଙ୍କ ନିମନ୍ତେ ‘ଅବକାଶ ଗୃହକାର୍ଯ୍ୟ’ର ବନ୍ଦୋବସ୍ତ କରାଯାଇଛି। ଶୁକ୍ରବାର ହେବାକୁ ଥିବା ବୈଠକରେ ଏହା ଅଭିଭାବକମାନଙ୍କୁ ପ୍ରଦାନ କରାଯିବ। ଗ୍ରୀଷ୍ମ ଅବକାଶରେ ପିଲାମାନେ ସେମାନଙ୍କ ଅଭିଭାବକମାନଙ୍କର ସହାୟତାରେ ଏହି ଗୃହକାର୍ଯ୍ୟଗୁଡ଼ିକୁ ସମ୍ପାଦନ କରିବେ। ଅଭିଭାବକମାନେ ପିଲାଙ୍କୁ ଏହି ‘ଅବକାଶ ଗୃହ କାର୍ଯ୍ୟ’ ସମ୍ପାଦନ କରିବାକୁ ପ୍ରୋତ୍ସାହିତ କରିବେ। ପିଲାମାନେ ଖରାଛୁଟି ଉପଭୋଗ କରିବା ସହ ପାଠ୍ୟପୁସ୍ତକ ସହ ସଂଯୁକ୍ତ ହୋଇରହିବେ। ଏହି କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ଜିଲାସ୍ତରରେ ହେଲ୍ପ ଡେସ୍କ ତଥା କଲ ସେଣ୍ଟର ବ୍ୟବସ୍ଥା କରାଯାଇଛି। ହେଲ୍ପ ଡେସ୍କ ତଥା କଲ୍‌ ସେଣ୍ଟରଗୁଡ଼ିକ ଶିକ୍ଷୟିତ୍ରୀଶିକ୍ଷକମାନଙ୍କ ଦ୍ବାରା ପରିଚାଳିତ ହେବ। ଛାତ୍ରୀଛାତ୍ରମାନେ ‘ଅବକାଶ ଗୃହ କାର୍ଯ୍ୟ’ ସମ୍ବନ୍ଧୀୟ କୌଣସି ଅସୁବିଧାର ସମ୍ମୁଖୀନ ହେଲେ, ସମ୍ପୃକ୍ତ ହେଲ୍ପ ଡେସ୍କକୁ ଯୋଗାଯୋଗ କରି ସହାୟତା ନେଇପାରିବେ। ସେମାନଙ୍କର ସମସ୍ତ ସମସ୍ୟାକୁ ଦକ୍ଷ ଓ ବିଷୟଭିତ୍ତିକ ଶିକ୍ଷୟିତ୍ରୀଶିକ୍ଷକମାନେ ସମାଧାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?