Posted inଜାତୀୟ

ଖରାଦିନ ତାପମାତ୍ରା ପୁଣି କନ୍ଦାଇବ: ପାଣିପାଗ ବିଭାଗ

ନୂଆଦିଲ୍ଲୀ,୨।୩: ଖରାଦିନ ପୂର୍ବରୁ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ମାର୍ଚ୍ଚଠାରୁ ମେ ପର୍ଯ୍ୟନ୍ତ ୩ ମାସ ପାଇଁ ଦେଶର ତାପମାତ୍ରାର ପୂର୍ବାନୁମାନ କରାଯାଇଛି। ଏଥର ଖରାଦିନ ପୁଣି କନ୍ଦାଇବ ବୋଲି ପାଣିପାଗ ବିଭାଗ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଦେଶର ଉତ୍ତର, ଉତ୍ତର-ପୂର୍ବ ଏବଂ ପଶ୍ଚିମ ଭାଗରେ ତାପମାତ୍ରା ସାଧାରଣତଃ ଅଧିକ ରହିବ। ତେବେ ଦକ୍ଷିଣ ଏବଂ ମଧ୍ୟ ଭାରତରେ ତାପମାତ୍ରା କମ୍‌ ରହିବାର ସମ୍ଭାବନା ରହିଛି। ଛତିଶଗଡ, ଓଡିଶା, ଗୁଜୁରାଟ, ଉପକୂଳ ମହାରାଷ୍ଟ୍ର, ଗୋଆ ଏବଂ ଆନ୍ଧ୍ରପ୍ରଦେଶରେ ଏହି ସମୟରେ ତାପମାତ୍ରା ସାଧାରଣ ଖରାଦିନ ଅପେକ୍ଷା ଅଧିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି। ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଦିଲ୍ଲୀ, ପୂର୍ବ ଉତ୍ତରପ୍ରଦେଶ, ପଶ୍ଚିମ ଉତ୍ତରପ୍ରଦେଶ, ଛତିଶଗଡ, ଝାଡଖଣ୍ଡରୁ ଓଡିଶା ପର୍ଯ୍ୟନ୍ତ ଥିବା ଇଣ୍ଡୋ ଗାଙ୍ଗେଟିକ ଅଞ୍ଚଳରେ ମାର୍ଚ୍ଚରୁ ମେ ମଧ୍ୟରେ ତାପମାତ୍ରା ସ୍ବାଭାବିକଠାରୁ ୦.୫ ଡିଗ୍ରୀ ସେଲସିୟସ ଅଧିକ ରହିବ। ଛତିଶଗଡ ଏବଂ ଓଡିଶାର ତାପମାତ୍ରା ସାଧାରଣଠାରୁ ୭୫ ପ୍ରତିଶତରୁ ଅଧିକ ରହିବାର ପୂର୍ବାନୁମା ନ କରାଯାଇଛି। ଏହି ଦୁଇଟି ରାଜ୍ୟରେ ହାରାହାରି ତାପମାତ୍ରା ଯଥାକ୍ରମେ ୦.୮୬ ଏବଂ ୦.୬୬ ସେଲସିୟସ୍‌ ଅଧିକ ରହିବ। ସେହିପରି ହରିୟାଣା, ଚଣ୍ଡିଗଡ଼ ଏବଂ ଦିଲ୍ଲୀରେ ତାପମାତ୍ରା ସ୍ବାଭାବିକଠାରୁ ପ୍ରାୟ ୬୦ ପ୍ରତିଶତ ଅଧିକରେ ପହଞ୍ଚିବ। ମାତ୍ର ଦକ୍ଷିଣ ଭାରତରେ ତାପମାତ୍ରା ତୁଳନାତ୍ମକ ଭାବେ କମ୍‌ ରହିବ ବୋଲି ସେ କହିଛନ୍ତି। ସେହିପରି ଏହି ସମୟ ମଧ୍ୟରେ ଲା ନିନା ସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ଲା ନିନା ପ୍ରଶାନ୍ତ ମହାସାଗର ଉପରେ ପ୍ରଭାବ ପକାଇବ। ସେହିପରି ସୃଷ୍ଟି ହେବାକୁ ଥିବା ଏଲ ନିନା ଯୋଗୁ ଭାରତୀୟ ଉପମହାଦେଶର ଜଳବାୟୁ ଯଥେଷ୍ଟ ପ୍ରଭାବିତ ହେବାର ସମ୍ଭାବନା ଥିବା ସେ କହିଛନ୍ତି। ସୂଚନାଯୋଗ୍ୟ, ଗତ ମାସରେ ଆଇଏମଡି ପକ୍ଷରୁ କୁହାଯାଇଥିଲା ଯେ, ୬୨ ବର୍ଷ ମଧ୍ୟରେ ଜାନୁଆରୀରେ ଜାତୀୟ ସର୍ବନିମ୍ନ ତାପମାତ୍ରା ଅଧିକ ଉତ୍ତପ୍ତ ମାସ ଭାବେ ରେକର୍ଡ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri