ଆଜିଠାରୁ ବିଶ୍ୱବିଦ୍ୟାଳୟ, ମହାବିଦ୍ୟାଳୟରେ ଖରାଛୁଟି

ଭୁବନେଶ୍ୱର,୨୪।୪(ସୁଚିସ୍ମିତା ସାହୁ): ରାଜ୍ୟରେ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ଏଥିରୁ ଛାତ୍ରୀଛାତ୍ରଙ୍କୁ ସୁରକ୍ଷା ଦେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାରଠାରୁ ଉଚ୍ଚଶିକ୍ଷା ବିଭାଗ ଅଧୀନ ସମସ୍ତ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି। ବିଭାଗର ଉପନିର୍ଦ୍ଦେଶକ ରଜତ କୁମାର ମାନସିଂହ ଏନେଇ ସମସ୍ତ ରେଜିଷ୍ଟ୍ରାର, ପିଜି କାଉନସିଲ୍‌ ଚେୟାରମ୍ୟାନ, ପ୍ରିନ୍ସିପାଲଙ୍କୁ ପତ୍ର ଲେଖି ଅବଗତ କରାଇଛନ୍ତି। ଉକ୍ତ ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ, ସରକାରଙ୍କ ନିର୍ଦ୍ଦେଶାନୁସାରେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକ ଛାତ୍ରୀଛାତ୍ରଙ୍କ ଲାଗି ଅନ୍ୟାଦେଶ ପର୍ଯ୍ୟନ୍ତ ବନ୍ଦ ରହିବ। ହେଲେ ଶିକ୍ଷକ ଓ ଅଣଶିକ୍ଷକମାନେ ନିୟମିତ ଭାବେ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟକୁ ଆସିବେ। ସମସ୍ତ ଶିକ୍ଷକ ଓ ଅଣ-ଶିକ୍ଷକ କର୍ମଚାରୀ ସାଧାରଣ ଶିକ୍ଷା କ୍ୟାଲେଣ୍ଡର ଅନୁଯାୟୀ ନିୟମିତ ଭାବରେ କାର୍ଯ୍ୟାଳୟରେ ଯୋଗଦେବେ। ଚଳିତବର୍ଷର ସମସ୍ତ ପରୀକ୍ଷା କ୍ୟାଲେଣ୍ଡର ଅନୁସାରେ ଅନୁଷ୍ଠିତ ହେବ। ଯଦି କୌଣସି ଛାତ୍ର ଏହି ସମୟ ମଧ୍ୟରେ ହଷ୍ଟେଲରେ ରହିବାକୁ ଚାହାନ୍ତି, ତେବେ ସେମାନଙ୍କ ପାଇଁ ହଷ୍ଟେଲ ଖୋଲା ରହିବ ବୋଲି ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ସ୍କୁଲ, କଲେଜକୁ ଛୁଟି ଘୋଷଣା କରାଯାଇଥିବାରୁ ବୁଧବାରଠାରୁ ଅଙ୍ଗନଓ୍ବାଡ଼ି, ଶିଶୁବାଟିକାଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri