ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଖରାଛୁଟି ଅବଧିକୁ ବୃଦ୍ଧି କରାଯାଇଛି।

ପ୍ରବଳ ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି। ନୂତନ ନିର୍ଦ୍ଦେଶନାମା ଅନୁଯାୟୀ, ଆସନ୍ତା ଜୁନ୍ ୨୦ ତାରିଖ ପର୍ଯ୍ୟନ୍ତ ଖରାଛୁଟି ଅବଧିକୁ ବଢ଼ାଇ ଦିଆଯାଇଛି। ଏହାପରେ ୨୧ ତାରିଖ ରବିବାର ପଡୁଥିବାରୁ, ଆସନ୍ତା ଜୁନ୍ ୨୨ ତାରିଖ (ସୋମବାର) ରେ ଝାରସୁଗୁଡ଼ା ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ଖୋଲିବ।

ସେହିଭଳି ସମ୍ବଲପୁର ଜିଲାରେ ମଧ୍ୟ ଖରାଛୁଟି ଅବଧିକୁ ବଢ଼ାଇ ଦିଆଯାଇଛି। ୨୦ ତାରିଖ ଯାଏ ସ୍କୁଲ ଗୁଡ଼ିକ ଛୁଟି ରହିବ।  ୨୨ ତାରିଖରେ ସ୍କୁଲ ଖୋଲିବା ନିମନ୍ତେ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି। ତେବେପୂର୍ବରୁ ବଲାଙ୍ଗୀର, ସୁନ୍ଦରଗଡ଼, ସୂବର୍ଣ୍ଣପୁର,ଅନୁଗୋଳ ଆଦି ଜିଲାରେ ସ୍କୁଲ ଛୁଟି ରହିବା ନେଇ ଘୋଷଣା କରାଯାଇଛି।

ସୂଚନାଯୋଗ୍ୟ ଯେ, ସାରା ରାଜ୍ୟରେ ପ୍ରବଳ ଖରା ଓ ଗରମ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବିଶେଷ କରି ଛୋଟ ପିଲାମାନଙ୍କ ପାଇଁ ଏଭଳି ପାଗରେ ସ୍କୁଲ ଯିବା କଷ୍ଟକର ହେଉଥିବାରୁ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି, ଯାହାଦ୍ଵାରା କୋମଳମତି ଶିଶୁମାନେ ଅଂଶୁଘାତରୁ ରକ୍ଷା ପାଇପାରିବେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୮: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କରିଥିଲେ। ସେମାନେ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ କରାଯାଉ

ଛତ୍ରପୁର,୬ା୮(ଦିଲୀପି ସାମଲ): ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ ଓ ବିସ୍ଥାପିତ ନୀତିକୁ କାର୍ଯ୍ୟକାରୀ କରିବା ପାଇଁ ଦକ୍ଷିଣାଞ୍ଚଳ ବ୍ରହ୍ମପୁର ଆରଡ଼ିସି ଓ ଛତ୍ରପୁର…

ଖେମୁଣ୍ଡି କଲେଜରେ ନିଶାମୁକ୍ତ ଅଭିଯାନ ସଚେତନତା ସଭା, ନିଶା ଦ୍ରବ୍ୟ ସେବନ ବିରୋଧରେ ଛାତ୍ରୀ ଛାତ୍ର କଲେ ପ୍ରତିଜ୍ଞା

ଦିଗପହଣ୍ଡି,୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତି କରଣ ୟୁନିଟ , ଜାତୀୟ ସେବା ସଂସ୍ଥା(ଏନଏସଏସ) ଶାଖା ଏବଂ…

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଝାଡ଼ାବାନ୍ତିରେ ୩୩ ଛାତ୍ରୀ ଆକ୍ରାନ୍ତ

କପ୍ତିପଦା,୬ା୮(ବିଷ୍ଣୁଚରଣ ପୁଥାଳ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ବଡ଼ସିମୁଳିଆ କନ୍ୟାଶ୍ରମର ୩୩ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି…

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri