ଆସନ୍ତାକାଲି ଖୋଲିବନି ସ୍କୁଲ: ଏହି ୨ ଜିଲାରେ ବଢ଼ିଲା ଖରାଛୁଟି ଅବଧି

ଭୁବନେଶ୍ୱର, ୧୭।୬: ବଲାଙ୍ଗୀର ଜିଲାରେ ବଢ଼ିଲା ଖରାଛୁଟି ଅବଧି। ୨୦ ତାରିଖ ଯାଏ ଖରାଛୁଟି ଅବଧି ବଢ଼ିଛି। ତେବେ ୨୨ ତାରିଖରେ ବଲାଙ୍ଗୀରରେ ଶିକ୍ଷାନୁଷ୍ଠାନ ଖୋଲିବ। ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଜିଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି। ସେହିପରି ସୁନ୍ଦରଗଡ ଜିଲାରେ ବି ଆସନ୍ତାକାଲି ଖୋଲିବନି ସ୍କୁଲ। ପ୍ରବଳ ଖରାକୁ ଦୃଷ୍ଟିରେ ରଖି ଜିଲାପାଳ ୨୨ ତାରିଖରେ ସ୍କୁଲ ଖୋଲିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି।

 

Odisha’s No.1 Odia Daily

Share