‘ସମର ତରଙ୍ଗ’ ଦିଲ୍ଲୀ ନେବାକୁ ଉଦ୍ୟମ ହେବ

ଢେଙ୍କାନାଳ ଅଫିସ, ୧୫ା୪- ଢେଙ୍କାନାଳର ନାଟ୍ୟ ଅନୁଷ୍ଠାନ କଳା ପରିଷଦ ପକ୍ଷରୁ ଶୁକ୍ରବାର ସମର କବି ବ୍ରଜନାଥ ବଡ଼ଜେନାଙ୍କ ଜୟନ୍ତୀ ଅବସରରେ ଗୀତିନାଟ୍ୟ ସମର ତରଙ୍ଗ ସ୍ଥାନୀୟ ମିନି ଷ୍ଟାଡିୟମରେ ପରିବେଷଣ ହୋଇଥିଲା। ମୁଖ୍ୟ ଅତିଥି ଭାବେ ରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ମୁଖ୍ୟ ଅତିଥି କହିଥିଲେ, କବି ବ୍ରଜନାଥଙ୍କ କୃତି ସମର ତରଙ୍ଗ ଢେଙ୍କାନାଳ ମାଟିକୁ ମହାନ୍‌ କରିଛି। ଏହି ଗିତିନାଟ୍ୟରେ ଢେଙ୍କାନାଳର ଇତିହାସ ପ୍ରତିପାଦିତ ହୋଇଛି। ଏହି ଗୀତିନାଟ୍ୟକୁ ଦିଲ୍ଲୀରେ ପରିବେଷଣ କରିବାକୁ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଉଦ୍ୟମ କରାଯିବ। ବିଶିଷ୍ଟ ଅତିଥି ଭାବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ କାମାକ୍ଷା ପ୍ରସାଦ ସିଂହଦେଓ ଯୋଗଦେଇ କହିଲେ ଯେ, ସମର ତରଙ୍ଗ ଢେଙ୍କାନାଳର ଐତିହ୍ୟ। ସମ୍ମାନିତ ଅତିଥି ଭାବେ ଯୋଗଦେଇ ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ର ଯୁବପିଢୀ ଏଭଳି ନାଟକ ଦେଖିଲେ ଆମର ଐତିହ୍ୟ ଅଧିକ ମହାନ୍‌ ହେବ ବୋଲି ମତବ୍ୟକ୍ତ କରିଥିଲେ। ଏସ୍‌ପି ଜ୍ଞାନ ରଞ୍ଜନ ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଉତ୍ସବରେ ସଭାପତିତ୍ୱ କରି ଜିଲାପାଳ ସରୋଜ କୁମାର ସେଠୀ ଆଗାମୀ ଦିନରେ ଶହୀଦ ବାଜି ରାଉତ ଓ ପ୍ରଜାମଣ୍ଡଳ ଆନ୍ଦୋଳନର କର୍ଣ୍ଣଧାର ବୀର ବୈଷ୍ଣବ ପଟ୍ଟନାୟକଙ୍କ ସଂଗ୍ରାମ କଥାକୁ ନାଟକ ମାଧ୍ୟମରେ ମଞ୍ଚସ୍ଥ କରିବାକୁ ନାଟ୍ୟ ଅନୁଷ୍ଠାନମାନଙ୍କୁ ଅନୁରୋଧ କରିଥିଲେ। କଳା ପରିଷଦ ସଭାପତି ଦିଲୀଶ୍ୱର ମହାରଣା ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। କବି ଅବନୀ ମିଶ୍ରଙ୍କ ରଚିତ ଶ୍ରୀହନୁମାନଙ୍କ ଭଜନ ଲୋକାର୍ପିତ ହୋଇଥିଲା। ପରେ ଅନୁଷ୍ଠାନର କଳାକାରମାନଙ୍କ ଦ୍ବାରା ଗୀତିନାଟ୍ୟ ସମର ତରଙ୍ଗ ପରିବେଷଣ କରାଯାଇଥିଲା। ଅବନୀ ମିଶ୍ର ଏହାର ଗୀତିନାଟ୍ୟ ରୂପାନ୍ତର କରିଥିଲେ। ଶତ୍ରୁଘ୍ନ ମାଟି ନିର୍ଦ୍ଦେଶନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri